Posted inଜାତୀୟ

ମଣିପୁର ଘଟଣାକୁ ନେଇ ବିରୋଧୀଙ୍କୁ ଭାଜପା କହିଲା, କ’ଣ ଚାହୁଁଛନ୍ତି…

ନୂଆଦିଲ୍ଲୀ,୨୦।୭: ମଣିପୁରରେ ଦୁଇ ମହିଳାଙ୍କ ସହ ଘଟିଥିବା ଲଜ୍ୟାଜନକ ଘଟଣାକୁ ନେଇ କଂଗ୍ରେସ ସମେତ ପ୍ରାୟ ସମସ୍ତ ବିରୋଧୀ ଦଳ ମୋଦି ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳ ଏହି ଘଟଣାକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ପାର୍ଲାମେଣ୍ଟରେ ବୟାନ ଦେବାକୁ ଦାବି କରିଛନ୍ତି। ଏହାରି ଭିତରେ ଭାରତୀୟ ଜନତା ପାର୍ଟି(ଭାଜପା) ପ୍ରେସ କନଫରେନ୍ସ କରି ବିରୋଧୀଙ୍କୁ ପ୍ରଶ୍ନ କରିଛି।

ଭାଜପାର ବରିଷ୍ଠ ନେତା ରବି ଶଙ୍କର ପ୍ରସାଦ କହିଛନ୍ତି ଯେ ମଣିପୁର ଉପରେ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି। ଏହା ଆମ ପାଇଁ ଏକ ଗମ୍ଭୀର ବିଷୟ। କଂଗ୍ରେସ ଦଳ ଏହି କଥା ବୁ ଝିବାକୁ ସକ୍ଷମ ନୁହଁନ୍ତି କେଉଁ ନିୟମ ଅନୁଯାୟୀ ଏହା ଉପରେ ଆଲୋଚନା କରାଯିବା ଉଚିତ। ଯେତେବେଳେ ପ୍ରଧାନମନ୍ତ୍ରୀ ସକାଳେ ଏହି ଘଟଣା ସମ୍ପର୍କରେ ଏକ ବୟାନ ଦେଇଥିଲେ, ସେତେବେଳେ ଦେଶରେ ଭାଗିଦାରୀ ହେବା ଉଚିତ। ସେମାନେ ବର୍ତ୍ତମାନ କଣ ଚାହୁଁଛନ୍ତି ବୋଲି ରବିଶଙ୍କର ପ୍ରଶ୍ନ କରିଛନ୍ତି।
ଭାଜପା ନେତା ରବି ଶଙ୍କର କହିଛନ୍ତି ଯେ ଆମେ ଚାହୁଁ କଂଗ୍ରେସ ଗୃହକୁ ଚାଲିବାକୁ ଦିଅନ୍ତୁ, କଂଗ୍ରେସ ବିତର୍କ କରିବାକୁ ଚାହୁଁନାହିଁ।
କଂଗ୍ରେସ ନେତା ଜୟରାମ ରମେଶ ଟୁଇଟ କରି କହିଛନ୍ତି ଯେ ମୌସୁମୀ ଅଧିବେଶନର ପ୍ରଥମ ଦିନରେ ଉଭୟ ସଂସଦ ଗୃହ ହୋ ହାଲ୍ଲାରେ ବୁଡ଼ି ଯାଇଥିଲା। ଏହା ଏଇଥିପାଇଁ ହୋଇଥିଲା କି ମେ ୩ ପରେ ମଣିପୁରର ପରିସ୍ଥିତି ସମ୍ପର୍କରେ ସଂସଦ ଭିତରେ ପ୍ରଧାନମନ୍ତ୍ରୀଙ୍କ ତୁରନ୍ତ ଆଲୋଚନା ଏବଂ ବୟାନ ପାଇଁ INDIA ର ଦାବିରେ ମୋଦି ସରକାର ରାଜି ହୋଇ ନ ଥିଲେ। ଉଭୟ ଗୃହର ବୈଠକ ପୂର୍ବରୁ ପ୍ରଧାନମନ୍ତ୍ରୀ ଗଣମାଧ୍ୟମ ମାଧ୍ୟମରେ ପାର୍ଲାମେଣ୍ଟ ବାହାରେ ଦେଶକୁ ବାର୍ତ୍ତା ଦେବା ଅଧିକ ଉପଯୁକ୍ତ ବୋଲି ଭାବିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ବନ୍ଧୁକଧାରୀଙ୍କ ଆକ୍ରମଣ, ଉତ୍ତେଜନା

ଗୁଆହାଟୀ,୨୭ା୮: ମଣିପୁରର କୁକି ବହୁଳ କାଙ୍ଗ୍‌ପୋକ୍‌ପି ଜିଲାରେ ଗୁରୁବାର କେତେଜଣ ଅଜଣା ବନ୍ଧୁକଧାରୀ ଗୁଳି ଚଳାଇବାରୁ ନାଗା ସମ୍ପ୍ରଦାୟର ୪ ଜଣଙ୍କ ମୃତ୍ୟୁ ଘଟିବା ସହ ଜଣେ…

ମଡେଲଙ୍କୁ ଛୁରିଭୁସି ହତ୍ୟା

ନୂଆଦିଲ୍ଲୀ,୨୭ା୮: ଦିଲ୍ଲୀର ତିଲକନଗର ଅଧୀନ ନ୍ୟୁ ମହାବୀରନଗର ଅଞ୍ଚଳରେ ଏକ ଭଡ଼ାଘରେ ଜଣେ ୨୧ ବର୍ଷୀୟା ଛାତ୍ରୀ ତଥା ମଡେଲଙ୍କୁ ଛୁରିଭୁସି ହତ୍ୟା କରାଯାଇଛି। ମୁସ୍କାନ ନାମ୍ନୀ…

ପ୍ରଥମ ମ୍ୟାଚ୍‌ରେ ଅଧିନାୟକ, ଦ୍ୱିତୀୟ ମ୍ୟାଚ୍‌ରେ ଟିମ୍‌ରୁ ବିଦା! ଚମକାଇଲା ନିଷ୍ପତ୍ତି

ଲଣ୍ଡନ୍, ୨୭।୮: ପାକିସ୍ତାନ କ୍ରିକେଟ୍‌ରେ ସବୁକିଛି ସମ୍ଭବ। ନିଜର ଖେଳ ପ୍ରଦର୍ଶନ ତୁଳନାରେ ଅଜବ ନିଷ୍ପତ୍ତି ପାଇଁ ଚର୍ଚ୍ଚାରେ ରହୁଥିବା ପାକିସ୍ତାନ ଟିମ୍ ପୁଣି ଏକ ଚମକାଇବା…

କିଏ ସେ ଅନୁଷ୍କା ଶର୍ମା? ଯାହାଙ୍କୁ ମିଳିଲା ଟିମ୍‌ ଇଣ୍ଡିଆରେ ବଡ଼ ଦାୟିତ୍ୱ

ମୋହାଲି, ୨୭।୮: ଭାରତୀୟ ମହିଳା କ୍ରିକେଟର ଭବିଷ୍ୟତ ତାରକାଙ୍କୁ ପ୍ରସ୍ତୁତ କରିବା ଲକ୍ଷ୍ୟରେ ବିସିସିଆଇ (BCCI) ଭାରତୀୟ ମହିଳା ‘ଏ’ ଦଳର ଅଷ୍ଟ୍ରେଲିଆ ‘ଏ’ ବିପକ୍ଷ ସିରିଜ୍…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି…

ଶିକ୍ଷକ ନିଯୁକ୍ତି ନେଇ ଆସିଲା ବଡ଼ ଖବର, ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି…

ନୂଆଦିଲ୍ଲୀ,୨୭।୮: ବିହାରର ଲକ୍ଷ ଲକ୍ଷ ଶିକ୍ଷକ ଆଶାୟୀଙ୍କ ପାଇଁ ରାଜଧାନୀ ପାଟଣାରୁ ଏକ ବଡ଼ ଏବଂ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି। ରାଜ୍ୟ ସରକାର ଚତୁର୍ଥ ପର୍ଯ୍ୟାୟ…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri