Posted inଜାତୀୟ

ମଣିପୁର ହିଂସା: ତଦନ୍ତ ପାଇଁ କମିଟି ଗଠିତ

ନୂଆଦିଲ୍ଲୀ, ୬ା୬: ମଣିପୁର ହିଂସାକାଣ୍ଡର ତଦନ୍ତ ଲାଗି କେନ୍ଦ୍ର ସରକାର ୩ ଜଣିଆ କମିଟି ଗଠନ କରିଛନ୍ତି। ଗୁଆହାଟୀ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଆଜାଇ ଲାମ୍ବାଙ୍କ ଅଧ୍ୟକ୍ଷତାରେ ଗଠିତ ତଦନ୍ତ କମିଶନରେ ଅବସରପ୍ରାପ୍ତ ପ୍ରଶାସନିକ ଅଧିକାରୀ ହିମାଂଶୁ ଶେଖର ଦାସ ଏବଂ ପୂର୍ବତନ ଗୋଇନ୍ଦା ଅଧିକାରୀ ପ୍ରଭାକର ଆଲୋକ ସଦସ୍ୟ ଅଛନ୍ତି। ମେ’ ୩ ପରେ ମଣିପୁରରେ ଘଟିଥିବା ଏକାଧିକ ହିଂସାରେ ୯୮ ଜଣଙ୍କ ମୃତ୍ୟୁ ଘଟିବା ସହ ୩୧୦ ଜଣ ଆହତ ହୋଇଛନ୍ତି। ବିଭିନ୍ନ ସମ୍ପ୍ରଦାୟ ସଦସ୍ୟଙ୍କୁ ଟାର୍ଗେଟକରି ହିଂସାକାଣ୍ଡ ଓ ଦଙ୍ଗା ବ୍ୟାପିବାର କାରଣ ସମ୍ପର୍କରେ କମିଟି ତଦନ୍ତ କରିବ। କେଉଁ କାର୍ଯ୍ୟର ପରିଣାମ ସ୍ବରୂପ ହିଂସା ବ୍ୟାପିଲା ଏବଂ ଏହା ପଛର ସମସ୍ତ ସତ୍ୟତା ଖୋଜି ବାହାର କରିବାକୁ କମିଶନ ଉଦ୍ୟମ କରିବ। ସରକାର କିମ୍ବା କୌଣସି ବ୍ୟକ୍ତିବିଶେଷଙ୍କ ପକ୍ଷରୁ କର୍ତ୍ତବ୍ୟରେ ତ୍ରୁଟି ଥିଲା କି ନାହିଁ, ହିଂସା ରୋକିବାକୁ ପ୍ରଶାସନ ପକ୍ଷରୁ ପର୍ଯ୍ୟାପ୍ତ ପଦକ୍ଷେପ ନିଆଯାଇଥିଲା କି ନାହିଁ, ତାହା ତଦନ୍ତ ପରିସରଭୁକ୍ତ ହେବ ବୋଲି ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri