Posted inଜାତୀୟ

ମଣିପୁର ହିଂସା: ମୃତ୍ୟୁ ୫୪କୁ ବୃଦ୍ଧି

ଇମ୍ଫାଲ, ୭।୫: ମଣିପୁର ହିଂସାଜନିତ ମୃତ୍ୟୁସଂଖ୍ୟା ଶନିବାର ସୁଦ୍ଧା ୫୪ରେ ପହଞ୍ଚିଥିବା ସରକାରୀ ଭାବେ କୁହାଯାଇଛି। ରାଜ୍ୟର ହିଂସାପ୍ରବଣ ଅଞ୍ଚଳକୁ ସୈନ୍ୟବାହିନୀ ନିୟନ୍ତ୍ରଣକୁ ନେବା ପରେ ଇମ୍ଫାଲ ଉପତ୍ୟକାରେ ଜୀବନଯାତ୍ରା ସ୍ବାଭାବିକ ହୋଇଛି। ଦୋକାନ ବଜାର ଖୋଲିବା ସହ ରାସ୍ତାରେ ଯାନବାହନ ଚଳାଚଳ ଆରମ୍ଭ ହୋଇଛି। ଶନିବାର ସକାଳେ ଇମ୍ଫାଲ ଓ ଅନ୍ୟ ସହରରେ ଦୋକାନ ବଜାର ଖୋଲିବା ପରେ ଲୋକମାନେ ଅତ୍ୟାବଶ୍ୟକ ସାମଗ୍ରୀ କିଣାକିଣିରେ ବ୍ୟସ୍ତ ରହିଥିବା ଦେଖାଯାଇଛି। ହିଂସାପ୍ରବଣ ଅଞ୍ଚଳରେ ଅଧିକ ସେନା ଯବାନ, ରାପିଡ୍‌ ଆକ୍ସନ ଫୋର୍ସ ଏବଂ କେନ୍ଦ୍ରୀୟ ପୋଲିସ ଫୋର୍ସ ମୁତୟନ ହୋଇଛନ୍ତି। ମୋଟ ୧୩,୦୦୦ ଲୋକଙ୍କୁ ଉଦ୍ଧାର କରାଯାଇ ସୁରକ୍ଷିତ ଆଶ୍ରୟସ୍ଥଳରେ ରଖାଯାଇଛି। ସେମାନଙ୍କ ମଧ୍ୟରୁ କେତେଜଣ ସେନା କ୍ୟାମ୍ପ୍‌ରେ ଆଶ୍ରୟ ନେଇଥିବା ପ୍ରତିରକ୍ଷା ମୁଖପାତ୍ର କହିଛନ୍ତି। ଚୁରାଚାନ୍ଦପୁର ସମେତ ମୋରେହ, କାକ୍‌ଚିଙ୍ଗ ଏବଂ କାଙ୍ଗପୋକ୍‌ପି ଜିଲା ସେନାର ଦୃଢ଼ ନିୟନ୍ତ୍ରଣରେ ରହିଛି। ରାଜ୍ୟରେ ଆଇନ ଶୃଙ୍ଖଳା ସ୍ଥିତିକୁ ଦୃଷ୍ଟିରେ ରଖି ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ରବିବାର ହେବାକୁ ଥିବା ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜିକୁ ସ୍ଥଗିତ ରଖିଛି। ମେଇତି ସମ୍ପ୍ରଦାୟକୁ ଅନୁସୂଚିତ ଜନଜାତି (ଏସ୍‌ଟି) ମାନ୍ୟତା ପ୍ରଦାନ ନେଇ ମଣିପୁର ହାଇକୋର୍ଟଙ୍କ ରାୟକୁ ବିରୋଧ କରି ବୁଧବାରଠାରୁ ହିଂସାତ୍ମକ ସଂଘର୍ଷ ଲାଗି ରହିଥିବାବେଳେ ରାଜ୍ୟରେ ସେନା ଏବଂ ଆସାମ ରାଇଫଲ୍ସରୁ ପାଖାପାଖି ୧୦,୦୦୦ ସୈନ୍ୟଙ୍କୁ ମୁତୟନ କରାଯାଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ମଣିପୁର ମୁଖ୍ୟମନ୍ତ୍ରୀ ଏନ୍‌. ବୀରେନ୍‌ ସିଂଙ୍କ ସହ ରାଜ୍ୟର ସ୍ଥିତି ସମୀକ୍ଷା କରିଥିଲେ। ମଣିପୁର ଜଳୁଥିବାବେଳେ ଶାନ୍ତିରକ୍ଷା ପାଇଁ ଧର୍ମମତ ନିର୍ବିିଶେଷରେ ସବୁ ମହିଳା ଆଗେଇ ଆସିବାକୁ ଲୌହ ମାନବୀ ଇରମ ଶର୍ମିଲା ଚାନୁ ଆହ୍ବାନ ଦେଇଛନ୍ତି। ଏଥିସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ତାଙ୍କ ରାଜ୍ୟକୁ ଆସି ଜନସାଧାରଣଙ୍କ ସମସ୍ୟା ବୁଝି ସମାଧାନ କରନ୍ତୁ ବୋଲି ଶର୍ମିଲା ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି।…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri