Posted inଜାତୀୟ

ମଣିପୁର ହିଂସା: ତୃତୀୟ ଦିନ ଗୃହ ଅଚଳ

ନୂଆଦିଲ୍ଲୀ,୨୫ା୭: ମଣିପୁର ହିଂସା ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିବୃତି ଦାବିରେ ସୋମବାର ବିରୋଧୀ ସଦସ୍ୟମାନେ ହଟ୍ଟଗୋଳ ଜାରି ରଖିବାରୁ ପାର୍ଲାମେଣ୍ଟରେ ତୃତୀୟ ଦିନ ପାଇଁ ଅଚଳାବସ୍ଥା ଦେଖାଦେଇଥିଲା। ଏପରିକି ସରକାର ଉକ୍ତ ପ୍ରସଙ୍ଗରେ ଆଲୋଚନା ପାଇଁ ପ୍ରସ୍ତୁତ ଅଛନ୍ତି ବୋଲି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଗୃହକୁ ପ୍ରତିଶ୍ରୁତି ଦେବା ସତ୍ତ୍ୱେ ବିରୋଧୀ ହଟ୍ଟଗୋଳରୁ ନିବୃତ୍ତ ହୋଇ ନ ଥିଲେ। ଫଳରେ ଉଭୟ ଗୃହକୁ ଦିନକ ପାଇଁ ମୁଲତବୀ ରଖାଯାଇଥିଲା। ପ୍ରଥମେ ଅପରାହ୍ନ ୨ଟା ୩୦ ପର୍ଯ୍ୟନ୍ତ ଲୋକ ସଭାକୁ ମୁଲତବୀ ରଖାଯାଇଥିଲା। ଅପରାହ୍ନରେ ଗୃହକାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିରୋଧୀ ସଦସ୍ୟମାନେ ସ୍ଲୋଗାନବାଜି ଜାରି ରଖିବାରୁ ବାଚସ୍ପତି ଓମ୍‌ ବିର୍ଲା ଗୃହକୁ ଦିନକ ପାଇଁ ମୁଲତବୀ ଘୋଷଣା କରିଥିଲେ। ରାଜ୍ୟ ସଭାରେ ମଧ୍ୟ ଅନୁରୂପ ସ୍ଥିତି ଦେଖିବାକୁ ମିଳିଥିଲା। ମଣିପୁର ପ୍ରସଙ୍ଗ ଏବଂ ଏଏପି ଏମ୍‌ପି ସଞ୍ଜୟ ସିଂଙ୍କୁ ଗୃହରୁ ନିଲମ୍ବନକୁ ନେଇ ହଟ୍ଟଗୋଳ ଜାରି ରହିବାରୁ ଦିନକ ପାଇଁ ମୁଲତବୀ ଘୋଷଣା କରାଯାଇଥିଲା।
ମଣିପୁର ପ୍ରସଙ୍ଗରେ ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବି କରି ବିରୋଧୀ ଦଳ ନେତାମାନେ ସୋମବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ‘ଇଣ୍ଡିଆ ଫର୍‌ ମଣିପୁର’ ଏବଂ ‘ଇଣ୍ଡିଆ ଡିମାଣ୍ଡସ୍‌ ପିଏମ୍‌ସ୍‌ ଷ୍ଟେଟ୍‌ମେଣ୍ଟ ଅନ୍‌ ମଣିପୁର’ ପ୍ଲାକାର୍ଡ ଓ ବ୍ୟାନର ଧରି ବିରୋଧୀ ଦଳଗୁଡ଼ିକ ପାର୍ଲାମେଣ୍ଟ ପରିସରରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ନିକଟରେ ସ୍ଲୋଗାନବାଜି ଜାରି ରଖିଥିଲେ। ସେମାନେ ରାତିସାରା ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ମଣିପୁର ହିଂସା ଉପରେ ପ୍ରଧାନମନ୍ତ୍ରୀ ପାର୍ଲାମେଣ୍ଟରେ ବିବୃତି ରଖିବା ହେଉଛି ତାଙ୍କର କର୍ତ୍ତବ୍ୟ ବୋଲି ରାଜ୍ୟ ସଭାର ବିରୋଧୀ ଦଳ ନେତା ମଲ୍ଲିକାର୍ଜୁନ ଖାର୍ଗେ ଖବରଦାତାମାନଙ୍କୁ କହିଛନ୍ତି। ପ୍ରଧାନମନ୍ତ୍ରୀ ତାଙ୍କ କାର୍ଯ୍ୟାଳୟରେ ବସି ରହୁଛନ୍ତି। ମଣିପୁରର ବାସ୍ତବ ସ୍ଥିତି ସମ୍ପର୍କରେ ବିବୃତି ଦେବାକୁ ସେ ପାର୍ଲାମେଣ୍ଟକୁ ଆସୁ ନ ଥିବା ଖାର୍ଗେ କହିଥିଲେ।
ପ୍ରଧାନମନ୍ତ୍ରୀଙ୍କ ବିବୃତି ଦାବିକୁ ସରକାର ଗ୍ରହଣ କରୁ ନ ଥିବାରୁ ପାର୍ଲାମେଣ୍ଟ ତୃତୀୟ ଦିନ ପାଇଁ ଅଚଳ ରହିଥିବା କଂଗ୍ରେସ କହିଛି। ଗୃହ ଅଚଳ ପାଇଁ ବିରୋଧୀ ଦଳ ଦାୟୀ ନୁହନ୍ତି। ସେମାନେ ମଣିପୁର ଓ ଦେଶର ଜନସାଧାରଣଙ୍କ ଭାବାବେଗକୁ କେବଳ ପ୍ରତିଫଳିତ କରୁଥିବା କଂଗ୍ରେସ ସାଧାରଣ ସମ୍ପାଦକ ଜୟରାମ ରମେଶ କହିଛନ୍ତି। ଅନ୍ୟପକ୍ଷରେ ସରକାର ମଣିପୁର ସ୍ଥିତି ଉପରେ ଲୋକ ସଭାରେ ଆଲୋଚନା ପାଇଁ ଆଗ୍ରହୀ ଥିବାବେଳେ ବିରୋଧୀ କ’ଣ ପାଇଁ ଗୃହକୁ ଅଚଳ କରି ରଖୁଛନ୍ତି ବୋଲି ଶାହା ପ୍ରଶ୍ନ କରିଥିଲେ। ମଣିପୁରରେ କ’ଣ ଘଟିଛି, ତାହା ଉପରେ ଆଲୋଚନା ପାଇଁ ବିରୋଧୀ ନେତାମାନେ ସୁଯୋଗ ଦେବାକୁ ସେ ଅନୁରୋଧ କରିଥିଲେ। ଏହି ପ୍ରସଙ୍ଗରେ ସତ୍ୟତା ଦେଶ ସମ୍ମୁଖକୁ ଆସିବା ଗୁରୁତ୍ୱପୂର୍ଣ୍ଣ ବୋଲି ଶାହା କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

ନିଜ ଗୁରୁଙ୍କ ପାଦଛୁଇଁ ଭାବବିହ୍ବଳ ହୋଇପଡିଲେ ମୁଖ୍ୟମନ୍ତ୍ରୀ: କଲେ ବଡ଼ ଘୋଷଣା

କେନ୍ଦୁଝର,୧୪।୪ (ନରେଶ ଚନ୍ଦ୍ର ପଟ୍ଟନାୟକ): ଝୁମ୍ପୁରା ଉଚ୍ଚ ବିଦ୍ୟାଳୟର ହୀରକ ଜୟନ୍ତୀ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇଥିଲେ। କେବଳ ଜଣେ ପୁରାତନ ଛାତ୍ର ଭାବରେ…

ଗର୍ଲଫ୍ରେଣ୍ଡଙ୍କ ବିବାହ ସ୍ଥିର ହୋଇଯିବାରୁ ରାଗିକି ଏମିତି ନିଷ୍ପତ୍ତି ନେଲେ ବୟଫ୍ରେଣ୍ଡ: ଭାବି ସ୍ବାମୀଙ୍କୁ ପଠାଇଦେଲେ…

ବେଙ୍ଗାଲୁରୁ,୧୪।୪: ପ୍ରେମ ଯେବେ ପାଗଳାମୀରେ ପରିଣତ ହୁଏ, ଏହା କେବଳ ସମ୍ପର୍କକୁ ନଷ୍ଟ କରିଦିଏ ନାହିଁ ବରଂ ଜୀବନ ମଧ୍ୟ ନେଇଯାଏ। କର୍ନାଟକର ବିଜୟପୁରା ଜିଲାରୁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri