Posted inଜାତୀୟ

‘ଇଣ୍ଡିଆ’ ଆଶା କରୁଛି ଯେ ଆପଣ ସଂସଦରେ ମଣିପୁର ଉପରେ ଜବାବ ଦେବେ, ପ୍ରଧାନମନ୍ତ୍ରୀଙ୍କୁ ଏଭଳି କହିଲେ ଖାର୍ଗେ

ନୂଆଦିଲ୍ଲୀ,୨୧।୭: ମଣିପୁରରେ ୨ ଜଣ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଇବା ଘଟଣାର ଏକ ପୁରୁଣା ଭିଡିଓ ସାମ୍ନାକୁ ଆସିବା ପରେ ସାରା ଦେଶରେ ଉତ୍ତେଜନା ଦେଖାଦେଇଛି। ଏହି ପ୍ରସଙ୍ଗରେ ବିରୋଧୀ ମଧ୍ୟ ଭାଜପା ସରକାରକୁ ଘେରିରହିଛନ୍ତି। ସଂସଦର ମୌସୁମୀ ଅଧିବେଶନର ପ୍ରଥମ ଦିନରେ ମଣିପୁର ହିଂସାକୁ ନେଇ ଅନେକ ଆଲୋଡ଼ନ ଦେଖାଦେଇଥିଲା, ଯେଉଁଥିପାଇଁ ଉଭୟ ଗୃହକୁ ସ୍ଥଗିତ ରଖିବାକୁ ପଡିଥିଲା। ବର୍ତ୍ତମାନ ସଂସଦ ଅଧିବେଶନର ଦ୍ୱିତୀୟ ଦିନରେ ମଣିପୁରରେ ଘଟିଥିବା ଘଟଣାକୁ ନେଇ ବିରୋଧୀ ସରକାରଙ୍କୁ ଘେରିବା ନେଇ ସମ୍ଭାବନା ରହିଛି। ସେପଟେ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଟୁଇଟ୍‌ କରି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଟାର୍ଗେଟ କରିଛନ୍ତି।

ମଣିପୁର ଘଟଣା ସମ୍ପର୍କରେ ରାଜ୍ୟ ସଭାରେ ବିରୋଧୀ ଦଳର ନେତା ତଥା କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେ ଟୁଇଟ୍‌ରରେ ଲେଖିଛନ୍ତି, ନରେନ୍ଦ୍ର ମୋଦି ଜୀ, ଆପଣ ଗତକାଲି ସଂସଦ ଭିତରେ କୌଣସି ବିବୃତ୍ତି ଦେଇନାହଁ। ଯଦି ଆପଣ ପ୍ରକୃତରେ ରାଗିଥିଲ, କଂଗ୍ରେସ ଶାସିତ ରାଜ୍ୟମାନଙ୍କ ସହିତ ମିଥ୍ୟା ସମାନତା ସୃଷ୍ଟି କରିବା ପରିବର୍ତ୍ତେ, ଆପଣ ପ୍ରଥମେ ମଣିପୁର ମୁଖ୍ୟମନ୍ତ୍ରୀଙ୍କୁ ବରଖାସ୍ତ କରିଥାନ୍ତେ। ଭାରତ ଆପଣଙ୍କଟାରୁ ଆଶା କରୁଛି ଯେ, ଆଜି ସଂସଦରେ ଆପଣ ମଣିପୁର ସମ୍ପର୍କରେ ଜବାବ ଦେବେ। କେବଳ ଏହି ଗୋଟିଏ ଘଟଣା ଉପରେ ନୁହେଁ, ୮୦ ଦିନର ହିଂସା ଉପରେ ଜବାବ ଦେବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

ବଙ୍ଗୋପସାଗରରେ ହଲଚଲ! ଓଡ଼ିଶା ମୁହାଁ ମାଡ଼ି ଆସୁଛି…

ଭୁବନେଶ୍ୱର,୧।୭: ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଦକ୍ଷିଣ ବାଂଲାଦେଶ ଉପକୂଳରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ବାୟୁମଣ୍ଡଳର ଦେଢ଼ରୁ ୫.୮ କିଲୋମିଟିର ଉଚ୍ଚତା ଯାଏଁ ସକ୍ରିୟ ରହିଛି ଲଘୁଚାପ। ପ୍ରଭାବରେ…

ଭାଜପାରେ ଚାଲିଛି ପତିଆରା ଲଢେଇ: ନିଗମ ପାଇଁ ଚତୁର ଗୋଟିଚାଳନା

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ଓଡ଼ିଶାରେ ଭାଜପା ଶାସନକୁ ଆସିବାର ୨ ବର୍ଷ ପୂର୍ତ୍ତି ଉତ୍ସବ ନିକଟରେ ପାଳନ ହୋଇସାରିଛି। ରାଜ୍ୟର ଅନେକ ଜିଲାରେ ଏବେ ମଧ୍ୟ ସରକାରୀ ସ୍ତରରେ…

କୋଟଗଡ଼ ବ୍ଲକର ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀଙ୍କୁ ଗିରଫ କଲା ଭିଜିଲାନ୍ସ

ଫୁଲବାଣୀ, ୧।୭ (ରାକେଶ କୁମାର ରାଉତ): କନ୍ଧମାଳ ଜିଲାର କୋଟଗଡ଼ ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (MGNREGS) ଯୋଜନାରେ ହୋଇଥିବା ଦୁର୍ନୀତି ଘଟଣାରେ ବ୍ଲକର ସହକାରୀ ଯନ୍ତ୍ରୀ ଓ କନିଷ୍ଠ…

ଘରୋଇ ସ୍କୁଲ ବସ୍‌ ଧକ୍କାରେ ବୃଦ୍ଧାଙ୍କ ମୃତ୍ୟୁ: ଚାଲିଛି ସିସିଟିଭି ଫୁଟେଜ୍‌ ଯାଞ୍ଚ

ବଲାଙ୍ଗୀର, ୧।୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍କିଟ ହାଉସ ନିକଟରେ ବୁଧବାର ସକାଳେ ଏକ ଘରୋଇ ସ୍କୁଲ ବସ୍‌ ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ…

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri