Posted inଜାତୀୟ

ମଣିପୁର ହିଂସାକୁ ନେଇ କଠୋର ହେଲେ ସରକାର, ଦଙ୍ଗାକାରୀଙ୍କୁ ଦେଖିଲେ ଗୁଳି କରିବାକୁ ନିର୍ଦ୍ଦେଶ

ଇମ୍ଫାଲ,୪।୫: ମଣିପୁରରେ ଲାଗି ରହିଥିବା ହିଂସା ଘଟଣା ମଧ୍ୟରେ କଠୋର ହୋଇଛନ୍ତି ସରକାର। ଦଙ୍ଗା କରୁଥିବା ଲୋକଙ୍କୁ ଦେଖିଲେ ଗୁଳି କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି କି ସରକାର ବିଷମ ପରିସ୍ଥିତିରେ ଏଭଳି ପଦକ୍ଷେପ ନେଇଛନ୍ତି।

ମଣିପୁରରେ ଆଦିବାସୀ ଓ ସଂଖ୍ୟା ଗରିଷ୍ଠତା ଥିବା ମେଇତି ସମ୍ପ୍ରଦାୟ ମଧ୍ୟରେ କିଛି ଦିନ ହେବ ଉତ୍ତେଜନା ଲାଗି ରହିଛି। ବୁଧବାର ଏହି ପରିସ୍ଥିତି ହିଂସାର ରୂପ ନେଇଛି। ଏହାପରେ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ରାତାରାତି ସେନା ଓ ଆସାମ ରାଇଫଲ୍ସର କିଛି ଦଳଙ୍କୁ ନିୟୋଜିତ କରାଗଲା। ହିଂସା କାରଣରୁ ୯ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି।
ଜଣେ ଅଧିକାରୀ କହିଛନ୍ତି, ସ୍ଥିତିକୁ ଦେଖି ଅଣ-ଆଦିବାସୀ ବହୁଳ ଇମ୍ଫାଲ ପଶ୍ଚିମ, କାକଚିଂଗ, ଥୌବଲ, ଜିରିବାମ ଓ ବିଷ୍ଣୁପୁର ଜିଲା ତଥା ଆଦିବାସୀ ବହୁଳ ଚୁରାଚାନ୍ଦପୁର,କାଂଗପୋକପି ଓ ତେଂଗନୋପାଲ ଜିଲାରେ କର୍ଫ୍ୟୁ ଲଗାଯାଇଛି। ସେ କହିଛନ୍ତି କି ସମ୍ପୂର୍ଣ୍ଣ ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ସିଜନ ମଧ୍ୟ ଭାଗରୁ ଘରକୁ ଫରିଲେ ଏହି ଖେଳାଳି, ବଢିଲା SRHର ଟେନସନ!

ନୂଆଦିଲ୍ଲୀ,୪।୪: IPL 2026 ଆରମ୍ଭ ହେବାର ମାତ୍ର କିଛି ଦିନ ହୋଇଛି। ଦଳଗୁଡ଼ିକ ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ଲୟ ପାଇ ନଥିବା ବେଳେ, ଗୋଟିଏ ଫ୍ରାଞ୍ଚାଇଜ ପୂର୍ବରୁ ଏକ…

ଏପ୍ରିଲରେ ୩ରାଶିର ଖୋଲିବ ଭାଗ୍ୟ, ମିଳିବ ମୂଲ୍ୟବାନ….

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହର ସେନାପତି ମଙ୍ଗଳଙ୍କ ଗୋଚରଙ୍କୁ ଗୁରୁତ୍ବପୂର୍ଣ୍ଣ ବୋଲି ବିବେଚନା କରାଯାଇଥାଏ ।ମଙ୍ଗଳ ଗ୍ରହକୁ ସାହାସ, ପରାକ୍ରମ ଏବଂ ବିଶ୍ବାସର ପ୍ରତିକ ରୂପେ ବିବେଚନା କରାଯାଇଥାଏ…

ଆମେରିକା-ଇରାନ ଯୁଦ୍ଧକୁ ନେଇ ବଡ଼ ଦାବି କଲାଣି ପାକିସ୍ତାନ, କହିଲା ‘ସବୁ କିଛି ଟ୍ରାକରେ…’

ଇସଲାମାବାଦ,୪।୪: ପାକିସ୍ତାନ ଆମେରିକା ଏବଂ ଇରାନ ମଧ୍ୟରେ ଆଲୋଚନାକୁ ସୁଗମ କରିବା ପାଇଁ ଏହାର ପ୍ରୟାସ ବନ୍ଦ ହୋଇଯାଇଥିବା ରିପୋର୍ଟକୁ ସମ୍ପୂର୍ଣ୍ଣ ଖାରଜ କରିଦେଇଛି। ପାକିସ୍ତାନର ବୈଦେଶିକ…

ଟ୍ରମ୍ପଙ୍କ ସାପ୍ତାହିକ ଛୁଟି ବାତିଲ, ଜାଣନ୍ତୁ ପୂରା ମାମଲା…

ଓ୍ବାଶିଂଟନ,୪ା୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ଓ୍ବିକ୍‌ଲି ଅଫ୍‌ ବା ସାପ୍ତାହିକ ଛୁଟି ବାତିଲ କରିଛନ୍ତି। ହ୍ବାଇଟ୍‌ ହାଉସରୁ ମିଳିଥିବା ସୂଚନା ଅନୁଯାୟୀ, ଟ୍ରମ୍ପ ଏହି…

ହର୍ମୁଜରେ ଖୋଲିଲା ନୂଆ ରାସ୍ତା, ଯୁଦ୍ଧ ମଧ୍ୟରେ ଜାହାଜଗୁଡ଼ିକୁ ମିଳିଲା ନିରାପଦ ପଥ, ଇରାନକୁ ଘାରିଲାଣି ଚିନ୍ତା

ତେହରାନ,୪ା୪: ବିଶ୍ୱ ସାମୁଦ୍ରିକ ବାଣିଜ୍ୟ ପାଇଁ ଆଶ୍ୱସ୍ତିକର ଖବର ଆସିଛି। ହର୍ମୁଜ ପ୍ରଣାଳୀରେ ଏକ ନୂତନ ସାମୁଦ୍ରିକ ପଥ ଖୋଲିଥିବା ପରି ମନେ ହେଉଛି, ଯାହା ବାଣିଜି୍ୟକ…

ଗୋଟିଏ IPL ମ୍ୟାଚ୍‌ ଖେଳିବାକୁ କେତେ ଟଙ୍କା ନିଅନ୍ତି ବିରାଟ କୋହଲି: ଜାଣିଲେ ଉଡିଯିବ ହୋଶ୍‌

ନୂଆଦିଲ୍ଲୀ,୪।୪: IPL ହେଉଛି ବିଶ୍ୱର ସବୁଠାରୁ ବଡ଼ କ୍ରୀଡା ଲିଗ ମଧ୍ୟରୁ ଗୋଟିଏ। ସାରା ବିଶ୍ୱରେ ଲକ୍ଷ ଲକ୍ଷ ଲୋକ ପ୍ରତିଦିନ ଇଣ୍ଡିଆନ ପ୍ରିମିୟର ଲିଗ ମ୍ୟାଚ…

‘ଟ୍ରମ୍ପ ଦୟାକରି କିଛି କୁହନ୍ତୁ…’ ଆମେରିକା ରାଷ୍ଟ୍ରପତିଙ୍କୁ ପରିହାସ କଲା ଇରାନ

ତେହରାନ,୪।୪:  ଗତ ୨୪ଘଣ୍ଟା ମଧ୍ୟରେ ଦୁଇଟି ଆମେରିକୀୟ ଯୁଦ୍ଧ ବିମାନ ଖସାଇବା ପରେ ଇରାନ ରାଷ୍ଟ୍ରପତି ଟ୍ରମ୍ପଙ୍କୁ ପରିହାସ କରିଛନ୍ତି । ଆମେରିକୀୟ ରାଷ୍ଟ୍ରପତିଙ୍କୁ ପରିହାସ କରି…

ସାଧାରଣ ଲୋକଙ୍କ କଥା କହୁ କହୁ କେମିତି ‘ଆମ ଆଦମୀ ପାର୍ଟି’ର ‘ଖଳନାୟକ’ ପାଲଟିଗଲେ ରାଘବ ଚଢା? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୪।୪: ରାଜନୀତିର ପ୍ରକୃତି ଅଦ୍ଭୁତ। କେତେବେଳେ ବନ୍ଧୁ ଶତ୍ରୁ ହୋଇଯାଏ, ଆଉ କେତେବେଳେ ଶତ୍ରୁ ବନ୍ଧୁ ହୋଇଯାଏ। ରାଜନୀତି କ୍ଷେତ୍ରରେ, ପବନର ଦିଗ ନିରନ୍ତର ପରିବର୍ତ୍ତନ ହୁଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri