Posted inଜାତୀୟ

ମଣିପୁର ହିଂସାକୁ ନେଇ କଠୋର ହେଲେ ସରକାର, ଦଙ୍ଗାକାରୀଙ୍କୁ ଦେଖିଲେ ଗୁଳି କରିବାକୁ ନିର୍ଦ୍ଦେଶ

ଇମ୍ଫାଲ,୪।୫: ମଣିପୁରରେ ଲାଗି ରହିଥିବା ହିଂସା ଘଟଣା ମଧ୍ୟରେ କଠୋର ହୋଇଛନ୍ତି ସରକାର। ଦଙ୍ଗା କରୁଥିବା ଲୋକଙ୍କୁ ଦେଖିଲେ ଗୁଳି କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ଜାରି କରାଯାଇଥିବା ନିର୍ଦ୍ଦେଶରେ ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି କି ସରକାର ବିଷମ ପରିସ୍ଥିତିରେ ଏଭଳି ପଦକ୍ଷେପ ନେଇଛନ୍ତି।

ମଣିପୁରରେ ଆଦିବାସୀ ଓ ସଂଖ୍ୟା ଗରିଷ୍ଠତା ଥିବା ମେଇତି ସମ୍ପ୍ରଦାୟ ମଧ୍ୟରେ କିଛି ଦିନ ହେବ ଉତ୍ତେଜନା ଲାଗି ରହିଛି। ବୁଧବାର ଏହି ପରିସ୍ଥିତି ହିଂସାର ରୂପ ନେଇଛି। ଏହାପରେ ସ୍ଥିତିକୁ ନିୟନ୍ତ୍ରଣକୁ ଆଣିବାକୁ ରାତାରାତି ସେନା ଓ ଆସାମ ରାଇଫଲ୍ସର କିଛି ଦଳଙ୍କୁ ନିୟୋଜିତ କରାଗଲା। ହିଂସା କାରଣରୁ ୯ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଛି।
ଜଣେ ଅଧିକାରୀ କହିଛନ୍ତି, ସ୍ଥିତିକୁ ଦେଖି ଅଣ-ଆଦିବାସୀ ବହୁଳ ଇମ୍ଫାଲ ପଶ୍ଚିମ, କାକଚିଂଗ, ଥୌବଲ, ଜିରିବାମ ଓ ବିଷ୍ଣୁପୁର ଜିଲା ତଥା ଆଦିବାସୀ ବହୁଳ ଚୁରାଚାନ୍ଦପୁର,କାଂଗପୋକପି ଓ ତେଂଗନୋପାଲ ଜିଲାରେ କର୍ଫ୍ୟୁ ଲଗାଯାଇଛି। ସେ କହିଛନ୍ତି କି ସମ୍ପୂର୍ଣ୍ଣ ରାଜ୍ୟରେ ମୋବାଇଲ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୩୦ ସୁଦ୍ଧା ଭାରତ ହେବ ବିଶ୍ୱର ତୃତୀୟ ବୃହତ୍ତମ ଅର୍ଥନୀତି; ୭.୩ ଟ୍ରିଲିୟନ ଡଲାରରେ ପହଞ୍ଚିବ GDP

ବେଙ୍ଗାଲୁରୁ,୨୯।୧୨: ଭାରତୀୟ ଅର୍ଥନୀତି ଏକ ନୂତନ ମାଇଲଖୁଣ୍ଟ ଅତିକ୍ରମ କରିଛି। ସୋମବାର ଜାରି ହୋଇଥିବା ଏକ ସରକାରୀ ବିବୃତ୍ତି ଅନୁଯାୟୀ, ୪.୧୮ ଟ୍ରିଲିୟନ ଡଲାର GDP...

ଆତ୍ମହତ୍ୟା କଲେ ଅଭିନେତ୍ରୀ, ସରକାରୀ ଚାକିରି କରିବାକୁ ଚାପ ପକାଉଥିଲେ ପରିବାର

ବେଙ୍ଗାଲୁରୁ,୨୯।୧୨: ସରକାରୀ ଚାକିରି ଆଉ ବିବାହ ଚାପରୁ ମୁକୁଳିପାରି ନାହାନ୍ତି ଲୋକପ୍ରିୟ ଅଭିନେତ୍ରୀ ନନ୍ଦିନୀ ସିଏମ୍‌। ବେଙ୍ଗାଲୁରୁର କେଙ୍ଗେରୀ ସ୍ଥିତ ଏକ ପେଇଂ ଗେଷ୍ଟ (PG)...

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ପୁଟିନଙ୍କ ବାସଭବନକୁ ୟୁକ୍ରେନର ଡ୍ରୋନ୍ ମାଡ଼; ଏପରି ପ୍ରତିକ୍ରିୟା ଦେଲେ ଜେଲେନସ୍କି

ନୂଆଦିଲ୍ଲୀ,୨୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନକୁ ୟୁକ୍ରେନ ଡ୍ରୋନ୍ ମାଧ୍ୟମରେ ଆକ୍ରମଣ କରିଥିବା ରୁଷିଆ ଦାବି କରିଛି। ତେବେ ଏହି ଅଭିଯୋଗକୁ ସମ୍ପୂର୍ଣ୍ଣ ମିଥ୍ୟା...

ଭାରତ-ନ୍ୟୁଜିଲାଣ୍ଡ ଦିନିକିଆ ସିରିଜ୍‌ ପୂର୍ବରୁ ହଠାତ୍‌ ସନ୍ନ୍ୟାସ ନେଇ ଚମକାଇଲେ ଏହି ଅଲରାଉଣ୍ଡର, କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୨୯।୧୨: ନ୍ୟୁଜିଲାଣ୍ଡର ଅଲରାଉଣ୍ଡର ଡଗ ବ୍ରାସୱେଲ କ୍ରିକେଟର ସମସ୍ତ ଫର୍ମାଟରୁ ଅବସର ନେଇଛନ୍ତି। ବ୍ରାସୱେଲ ୬୯ଟି ଅନ୍ତର୍ଜାତୀୟ ମ୍ୟାଚରେ ନ୍ୟୁଜିଲାଣ୍ଡ ଦଳର ପ୍ରତିନିଧିତ୍ୱ କରିଥିଲେ, ୧୨୦...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି: ୭୯,୦୦୦ କୋଟି ଟଙ୍କାର ସାମରିକ ଉପକରଣ କିଣିବାକୁ ମଞ୍ଜୁରୀ

ନୂଆଦିଲ୍ଲୀ ,୨୯।୧୨: ଶକ୍ତିଶାଳୀ ହେବ ଭାରତୀୟ ସେନା। ନାଲି ଆଖି ଦେଖାଇଲେ ମିସାଇଲ ମାଡ଼ କରିବ ଭାରତ। ଦେଶର ପ୍ରତିରକ୍ଷା କ୍ଷମତାକୁ ଅଧିକ ସୁଦୃଢ଼ କରିବା...

ଜାନୁଆରୀ ୫ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଏହିଦିନ ହେବ ପଞ୍ଜୀକରଣ

ଭୁବନେଶ୍ୱର,୨୯।୧୨: ଆସନ୍ତା ସୋମବାର ଜାନୁଆରୀ ୫ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ପୂର୍ବାହ୍ନ ୧୦ ଘଟିକାରୁ ୟୁନିଟ-୨, ଅଶୋକ ନଗର,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri