Posted inଜାତୀୟ

ଦେଶରେ ମହିଳାଙ୍କ ପ୍ରତି ହେଉଥିବା ନିର୍ଯ୍ୟାତନାକୁ ନେଇ ପ୍ରତିକ୍ରିୟା ଦେଲେ ଚିଦାମ୍ବରମ

ନୂଆଦିଲ୍ଲୀ,୨୩।୭: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ପି ଚିଦାମ୍ବରମ ମଣିପୁରରେ ଜାତୀୟ ହିଂସାକୁ ନେଇ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। କଂଗ୍ରେସ ନେତା ମଣିପୁରର ସ୍ଥିତି ଉପରେ ପ୍ରଶ୍ନ ଉଠାଇ କହିଛନ୍ତି, ଜାତୀୟ ସଫେଇ(ଏଥନିକ କ୍ଲିନଜିଂ) ଶେଷ ହୋଇଛି। ସେ କହିଛନ୍ତି ମରିପୁର ସରକାର ଅଯୋଗ୍ୟ ହୋଇ ଗଲେଣି। ସେ ଭାଜପା ଶାସିତ ଅନ୍ୟ ରାଜରେ ମହିଳାଙ୍କ ଉପରେ ହେଉଥିବା ହିଂସାର ଅଭିଯୋଗକୁ ନେଇ ଜବାବ ଦେଇଛନ୍ତି। ତେବେ ଏହା ମଣିପୁର ସହ କେମିତି ତୁଳନୀୟ ବୋଲି ବି ସେ ପ୍ରଶ୍ନ ଉଠାଇଛନ୍ତି।

ଚିଦାମ୍ବରମ ଟୁଇଟ କରି କହିଛନ୍ତି, ଧରି ନିଅନ୍ତୁ ଯେ ବିହାର, ପଶ୍ଚିମବଙ୍ଗ ଏବଂ ରାଜସ୍ଥାନରେ ମହିଳାଙ୍କ ପ୍ରତି ହେଉଥିବା ହିଂସା ଘଟଣା ଘଟିଛି। ମଣିପୁରରେ ଜାରି ରହିଥିବା ନିର୍ଦ୍ଦୟ ହିଂସାକୁ ଏହା କିପରି କ୍ଷମା ଦେବ ବୋଲି ସେ ପ୍ରଶ୍ନ କରିଛନ୍ତି। ସେ ଆହୁରି ମଧ୍ୟ ପ୍ରଶ୍ନ କରିଛନ୍ତି ଯେ ଘାଟିରେ କୌଣସି କୁକି ରହିଛନ୍ତି କି ନାହିଁ। ସେହିଭଳି ଚୁରାଚାନ୍ଦପୁର ଓ ମଣିପୁରର ଏବଂ ଅନ୍ୟ ପାହାଡ ଜିଲ୍ଲାରେ କୌଣସି ମେଇତି ବାକି ରହିଛନ୍ତି ନା ନାହିଁ। ଯଦି ରିପୋର୍ଟ ସତ ତେବେ ମଣିପୁରରେ ଜାତି ସଫା ହୋଇଯାଇଛନ୍ତି।
ଚିଦାମ୍ବରମ ଆହୁରି ମଧ୍ୟ କହିଛନ୍ତି ଯେ ଯଦି ବିହାର, ପଶ୍ଚିମବଙ୍ଗ ଓ ରାଜସ୍ଥାନରେ କଡା କାର୍ଯ୍ୟାନୁଷ୍ଠାନ ଆବଶ୍ୟକ, ତେବେ ନିଶ୍ଚିତ ଭାବେ ରାଜ୍ୟ ସରକାରଙ୍କୁ କଡା କର୍ଯ୍ୟାନୁଷ୍ଠାନର ନିର୍ଦ୍ଦେଶ ଦିଆଯାଉ, ହେଲେ ଏହାଦ୍ୱାରା ମଣିପୁରରେ ହେଉଥିବା ବର୍ବରତାକୁ କ୍ଷମା କରାଯାଇ ପାରିବ ନାହିଁ। ମଣିପୁର ସରକାର ଅପାରଗ ହୋଇଯାଇଛନ୍ତି, ଭାରତ ସରକାର ସ୍ବପ୍ରେରିତ କୋମାରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପିଏମ୍‌ କିଷାନ ଯୋଜନା ଟଙ୍କା ପାଉଥିଲେ ମିଳିବ ନାହିଁ ଏସବୁ ସୁବିଧା, ସରକାର ଅଯୋଗ୍ୟା ଘୋଷଣା କରି…

ନୂଆଦିଲ୍ଲୀ,୯ା୪: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନା ଆଜି ଲକ୍ଷଲକ୍ଷ ଚାଷୀଙ୍କ ପାଇଁ ଜୀବନରେଖା ପାଲଟିଛି। ବାର୍ଷିକ ମିଳୁଥିବା ୬୦୦୦ ଟଙ୍କା ଚାଷୀଙ୍କ ପାଇଁ ଏକ ବଡ଼…

ଷ୍ଟେଶନରୁ ଶିଶୁପୁତ୍ର ଚୋରି ଘଟଣାର ପର୍ଦ୍ଦାଫାଶ: ବାପା ରଚିଥିଲେ ନାଟକ, ଶାଳୀଙ୍କଠାରୁ ଛୁଆ ଆଣି…

ନିରାକାରପୁର, ୯।୪(ମାନସ ଚନ୍ଦ୍ର ପଟ୍ଟନାୟକ): ନିରାକାରପୁର ରେଳବାଇ ଷ୍ଟେଶନରୁ ୪ ମାସର ଶିଶୁପୁତ୍ର ଚୋରି ଘଟଣାରେ ପର୍ଦ୍ଦାଫାଶ କରିଛି ନିରାକାରପୁର ରେଳବାଇ ଫାଣ୍ଡି ପୋଲିସ। ଯେଉଁ ବାପା…

ପଲିଥିନ୍‌ ବାଣ୍ଟିବାକୁ ନେଉଥିଲେ ଘଟଗାଁ ଅତିରିକ୍ତ ତହସିଲଦାର, ଅଟକାଇଲେ ଲୋକେ

ପାଟଣା,୯ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୂଷାଖରି ପଞ୍ଚାୟତ ମୂଷାଖରି-ମଲ୍ଲୀପୋଷି ରାସ୍ତାର ଆହାର ବନ୍ଧ ନିକଟରେ ପଲିଥିନ୍‌ ବୋଝେଇ ଗାଡ଼ି ଅଟକ ରଖିଛନ୍ତି ଉତ୍ତ୍ୟକ୍ତ ଲୋକେ।…

କୋଟିଏ ଟଙ୍କାର ଗଞ୍ଜେଇ ଜବତ କଲା ପାଡୁଆ ପୋଲିସ, ଜଙ୍ଗଲରେ ଲୁଚାଇ ରଖିଥିଲେ ମାଫିଆ

ନନ୍ଦପୁର/ପାଡୁଆ, ୯।୪(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ପୋଲିସକୁ ଗଞ୍ଜେଇ ଧରପଗଡ ମାମଲାରେ ଏକ ବଡ ସଫଳତା ମିଳିଛି…

ଲକ୍ଷ୍ୟଠାରୁ ଦୂରରେ ଏଜୁକେଶନ କମ୍ପ୍ଲେକ୍ସ, ଧରିତ୍ରୀରେ ଖବର ପ୍ରକାଶ ପରେ ପ୍ରଶାସନ ତତ୍ପର

ଗୁଣପୁର,୯।୪(ସଂକେତ ପାତ୍ର): ଦୁର୍ଗମ ଆଦିବାସୀ ଅଞ୍ଚଳରେ ଶିକ୍ଷାର ଉନ୍ନତି ଲକ୍ଷ୍ୟରେ ପ୍ରାୟ ୫ କୋଟି ଟଙ୍କା ବ୍ୟୟରେ ଗୁଣପୁର ବ୍ଲକ୍‌ ଅନ୍ତର୍ଗତ ଲାଞ୍ଜିଆ ସୌରା ଅଞ୍ଚଳର ଆବଡ଼ାରେ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ,୩୩୦୦ଟଙ୍କା କମିଲା ଦାମ୍

ନୂଆଦିଲ୍ଲୀ,୯।୪:  ଘରୋଇ ଫ୍ୟୁଚର୍ସ ବଜାରରେ ଗୁରୁବାର ସୁନା ଏବଂ ରୂପାର ମୂଲ୍ୟ ହ୍ରାସ ପାଇଛି । ବାଣିଜ୍ୟ ଆରମ୍ଭ ହେବା ସମୟରେ, ସୁନା ଏବଂ ରୂପା ଉଭୟର…

କାମ ନ କଲେ, ମିଳୁଛି ଛଟେଇ ଧମକ: ବିଧାୟକ କଳିକେଶଙ୍କୁ ଭେଟି ଅଭିଯୋଗ କଲେ ସଫେଇ କର୍ମଚାରୀ, ଏଭଳି ପ୍ରତିଶ୍ରୁତି ଦେଲେ…

ବଲାଙ୍ଗୀର,୯।୪ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲର ସଫେଇ କର୍ମଚାରୀଙ୍କୁ ସେମାନଙ୍କ କାମ ବାହାରେ ଅତିରିକ୍ତ କାର୍ଯ୍ୟ କରିବାକୁ ବାଧ୍ୟ କରାଯାଉଥିବା…

‘ଭାଇ! ଯଦି ତୁମକୁ…’ଯୁଦ୍ଧବିରତି ମଧ୍ୟରେ ଭାରତକୁ ବଡ଼ ଅଫର ଦେଲା ରୁଷିଆ, ବିଶ୍ୱରେ ଚହଳ

ନୂଆଦିଲ୍ଲୀ,୯।୪: ଯେତେବେଳେ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ବିଶ୍ୱର ବିଭିନ୍ନ ଦେଶ ତୈଳ ଅଭାବର ସମ୍ମୁଖୀନ ହେଉଥିଲେ, ସେତେବେଳେ ରୁଷିଆ ଭାରତକୁ ତେଲ ଯୋଗାଇଥିଲା। ଏବେ, ରୁଷିଆ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri