Posted inଜାତୀୟ

ମହିଳାଙ୍କୁ ଉଲଗ୍ନ କରି ବୁଲାଇବା ଘଟଣା: ଆଉ ଜଣେ ଅଭିଯୁକ୍ତ ଗିରଫ

ଇମ୍ଫାଲ,୨୫।୭: ମଣିପୁରରେ ମହିଳାମାନଙ୍କୁ ଉଲଗ୍ନ କରି ପରେଡ କରାଯିବା ଘଟଣା ସମଗ୍ର ଦେଶକୁ ଲଜ୍ଜାଜନକ କରିଛି। ଏହି ଘଟଣା ମେ ୪ରେ ଘଟିଥିଲା। ଯାହାର ଭିଡିଓ ଜୁଲାଇ ୧୯ ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ଏହି ଘଟଣାରେ ପୋଲିସ ଆଉ ଜଣଙ୍କୁ ଗିରଫ କରିଛି।
ସୂଚନାଯୋଗ୍ୟ, ଦୀର୍ଘ ଅଢ଼େଇ ମାସ ଧରି ଭାଜପା ଶାସିତ ଉତ୍ତରପୂର୍ବାଞ୍ଚଳ ରାଜ୍ୟ ମଣିପୁରରେ ସଂଘର୍ଷ ଲାଗିରହିଥିବାବେଳେ ୨ ଜଣ ଆଦିବାସୀ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ବୁଲାଯାଉଥିବା ବେଳର ଭିଡିଓ ସାମାଜିକ ଗଣମାଧ୍ୟମରେ ବହୁଳ ପ୍ରସାରିତ ହୋଇଛି। ୨ ପୀଡ଼ିତାଙ୍କୁ ନିକଟସ୍ଥ ଚାଷଜମିରେ ଗଣବଳାତ୍କାର କରାଯାଇଥିବା ନେଇ ଏକ ଆଦିବାସୀ ସଙ୍ଗଠନ ଅଭିଯୋଗ ଆଣିଛି। ଘଟଣାକୁ ବିଭିନ୍ନ ମହଲରେ ନିନ୍ଦା କରାଯାଇଛି। ଏହାସହ ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଭିଡିଓ ଶେୟାର ନ କରିବାକୁ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରିଥିଲେ। ଏହା ପରେ ମଣିପୁର ସରକାର ଏବଂ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଘଟଣାର ମୁଖ୍ୟ ଅଭିଯୁକ୍ତଙ୍କ ସମେତ ମୋଟ ୭ ଜଣଙ୍କୁ ଗିରଫ କରିଛନ୍ତି। ଗିରଫ ବ୍ୟକ୍ତିଙ୍କ ମଧ୍ୟରେ ଜଣେ ନାବାଳକ ଅଛନ୍ତି। ଭିଡିଓ ଆଧାରରେ ୧୪ ଜଣଙ୍କୁ ଚିହ୍ନଟ କରିଛି। ଅଭିଯୁକ୍ତକୁ ଗିରଫ କରିବା ପାଇଁ ନିରନ୍ତର ଅପରେଶନ ଚାଲିଛି।


Enter your email to get our daily news in your inbox.

All Right Reserved By Dharitri.Com

ମଣ୍ଡିରେ ପଡ଼ିଛି କ୍ୱିଣ୍ଟାଲ କ୍ୱିଣ୍ଟାଲ ଧାନ, ପାଳି କରି ଜଗୁଛନ୍ତି ଚାଷୀ

କେସିଙ୍ଗା,୭ା୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ କାଣ୍ଡେଲ ପ୍ରାଥମିକ କୃଷି ସମବାୟ ସମିତି ଅଧିନସ୍ଥ ଶିରୋଲ,ବାଲସି ଓ କାଣ୍ଡେଲ ଧାନ ମଣ୍ଡିରେ ୧୭୬ ଜଣ…

ହାତରେ କଟୁରି ଧରି ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ସ୍ବାମୀ, ମଦ ନିଶାରେ ଚୁର ହୋଇ…

ପାଟଣା,୭।୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ସାହାରପଡା ବ୍ଲକ କୁଣ୍ଡୁଳା ପଞ୍ଚାୟତ ଜୟପୁର ପ୍ରାଥମିକ ବିଦ୍ୟାଳୟ ପରିସରରେ ଶୁକ୍ରବାର ଜଣେ ବ୍ୟକ୍ତି ନିଶାସକ୍ତ ଅବସ୍ଥାରେ କଟୁରି ଧରି…

ହୀରାରୁ ଆରମ୍ଭ କରି ଔଷଧ ପର୍ଯ୍ୟନ୍ତ, କେଉଁ ଜିନିଷ ଉପରେ ଲାଗିବ ଜିରୋ ଟାରିଫ(Zero Tariff)? ପୀୟୁଷ ଗୋୟଲ କହିଲେ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୭।୨: ଶନିବାର (ଫେବୃଆରୀ ୭) ଭାରତ ଏବଂ ଆମେରିକା ମଧ୍ୟରେ ହୋଇଥିବା ମଧ୍ୟବର୍ତ୍ତୀକାଳୀନ ବାଣିଜ୍ୟ ଚୁକ୍ତିନାମା ପରେ, କେନ୍ଦ୍ର ବାଣିଜ୍ୟ ଏବଂ ଶିଳ୍ପ ମନ୍ତ୍ରୀ ପୀୟୁଷ ଗୋୟଲ…

ଏହି ଗାଁରେ ଦୁଇ ମହଲା ଘର ତିଆରି କରିବାକୁ ଡରନ୍ତି ଗ୍ରାମବାସୀ, କାରଣ ଜାଣିଲେ…

ଭାରତରେ ଅନେକ ଗାଁ ରହିଛି। ଗାଁରେ ଅନେକ ଆଶ୍ଚର୍ଯ୍ୟଜନକ କାହାଣୀ ବି ଶୁଣିବାକୁ ମିଳେ। ପ୍ରତ୍ୟେକ ଗାଁର ନିଜସ୍ବ ପରମ୍ପରା ଏବଂ ସଂସ୍କୃତି ଅଛି। ଏପରି ଏକ…

ଏହି କଥା ଶୁଣି କାନ୍ଦିଲେ ଭୂମିକା

ବଲିଉଡ ଅଭିନେତ୍ରୀ ଭୂମିକା ଚାୱଲା ଜଣେ ଜଣାଶୁଣା ଅଭିନେତ୍ରୀ। ଯଦିଓ ଆଜିକାଲି ସେ ଫିଲ୍ମରେ କମ୍‌ ସକ୍ରିୟ ଅଛନ୍ତି, କିନ୍ତୁ ସେ ପ୍ରାୟତଃ ଚର୍ଚ୍ଚାରେ ଅଛନ୍ତି। ସେ…

କଂଗ୍ରେସ ଛାଡିବାରୁ ଚମକିଲା ଭାଗ୍ୟ! ୪୦ ବର୍ଷ ପରେ ଭାଜପାକୁ ମିଳିବ ମେୟର ପଦ, ଋତୁ ହେବେ BMC ମେୟର

ମୁମ୍ବାଇ,୭।୨: BMC ନିର୍ବାଚନରେ ବିଜୟ ପରେ, ମେୟର ନିର୍ବାଚନକୁ ନେଇ ସସପେନ୍ସ ଶେଷ ହୋଇଛି। ଭାଜପାର ଋତୁ ତାୱଡେ ମୁମ୍ବାଇର ମେୟର ହେବେ, ସେହିପରି ଶିବସେନାର ସଞ୍ଜୟ…

କମାଲ କଲେ ବୈଜ୍ଞାନିକ, ମାଟିରେ ନୁହେଁ ପବନରେ ଫଳିଲା ଆଳୁ

ନୂଆଦିଲ୍ଲୀ,୭।୨:  ଗ୍ୱାଲିୟରର ରାଜମାତା ବିଜୟା ରାଜେ ସିନ୍ଧିଆ କୃଷି ବିଶ୍ୱବିଦ୍ୟାଳୟରେ, କୃଷି ବୈଜ୍ଞାନିକମାନେ ଏରୋପୋନିକ୍ସ ପଦ୍ଧତି ବ୍ୟବହାର କରି ଆଳୁ ବିହନ ଚାଷ କରୁଛନ୍ତି । ଏହି ଗଛଗୁଡ଼ିକୁ…

ମାଲେସିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି: ଯିବା ପୂର୍ବରୁ କହିଦେଲେ ବଡ଼ କଥା

ନୂଆଦିଲ୍ଲୀ,୭।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଦୁଇ ଦିନିଆ ମାଲେସିଆ ଗସ୍ତ ଗସ୍ତରେ ଯାଇଛନ୍ତି। ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି ଯେ, ଭାରତ ଏବେ ପ୍ରତିରକ୍ଷା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri