Posted inଜାତୀୟ

‘ମଣିପୁରରେ ଜାତିଗତ ବିବାଦ ଭାରତର ଭାବମୂର୍ତ୍ତିକୁ କରୁଛି କ୍ଷୁଣ୍ଣ’

ଇମ୍ଫାଲ,୩୦।୭: ମଣିପୁରର ପରିସ୍ଥିତି ଏପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସ୍ବାଭାବିକ ହୋଇନାହିଁ। ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର କିଛି ଏମ୍‌ପିମାନେ ମଣିପୁର ଗସ୍ତ କରି ବର୍ତ୍ତମାନର ପରିସ୍ଥିତିକୁ ଅନୁଧ୍ୟାନ କରିଥିଲେ। ମଣିପୁର ଗସ୍ତରେ ଆସିଥିବା ଏମ୍‌ପିମାନଙ୍କ ମଧ୍ୟରେ କଂଗ୍ରେସ ନେତା ଅଧୀର ରଂଜନ ଚୌଧୁରୀ ମଧ୍ୟ ଅଛନ୍ତି। ରବିବାର ସେ କହିଛନ୍ତି, ଯଦି ମଣିପୁରରେ ଜାତିଗତ ବିବାଦର ସମସ୍ୟାର ଶୀଘ୍ର ସମାଧାନ ନ ହୁଏ ତେବେ ଏହା ଦେଶ ପାଇଁ ସୁରକ୍ଷା ସମସ୍ୟା ସୃଷ୍ଟି କରିପାରେ। ମଣିପୁରରେ ଜାତିଗତ ବିବାଦ ଭାରତର ଭାବମୂର୍ତ୍ତିକୁ କ୍ଷୁଣ୍ଣ କରୁଛି ।
‘ଇଣ୍ଡିଆ’ର ୨୧ ଏମ୍‌ପି ରାଜ ଭବନରେ ରାଜ୍ୟପାଳ ଅନାସୁୟା ଉଇକେଙ୍କୁ ଭେଟି ଉତ୍ତର-ପୂର୍ବ ରାଜ୍ୟର ସାମ୍ପ୍ରତିକ ପରିସ୍ଥିତି ସମ୍ପର୍କରେ ଏକ ସ୍ମାରକପତ୍ର ଦାଖଲ କରିଥିଲେ। ବୈଠକ ପରେ ଅଧୀର ରଞ୍ଜନ କହିଛନ୍ତି, ରାଜ୍ୟପାଳ ଆମ କଥାରେ ସହମତ ହୋଇଥିଲେ। ହିଂସା ଘଟଣାରେ ସେ ଦୁଃଖ ପ୍ରକାଶ କରିବା ସହ ସମ୍ପ୍ରଦାୟ ମଧ୍ୟରେ ଅବିଶ୍ୱାସ ଦୂର କରିବାକୁ ଆମେ ପ୍ରସ୍ତାବ ଦେଇଛି। ଏମ୍‌ପିମାନେ ମଣିପୁରରେ ଦେଖାଯାଇଥିବା ପରିସ୍ଥିତି ସମ୍ପର୍କରେ ସଂସଦରେ ଏକ ରିପୋର୍ଟ ଉପସ୍ଥାପନ କରିବେ। ଦିନକୁ ଦିନ ଅବସ୍ଥା ବିଗିଡିବା ପରେ ଆମେ ମଣିପୁର ଉପରେ ଆଲୋଚନା କରିବାକୁ ଅନୁରୋଧ କରିଛୁ।
ବିରୋଧୀ ଦଳର ୨୧ ଜଣ ଏମ୍‌ପିଙ୍କ ଏକ ପ୍ରତିନିଧୀ ଶନିବାର ଦିନ ମଣିପୁରରେ ପହଞ୍ଚି ସ୍ଥିତିର ସ୍ଥିତି ଅନୁଧ୍ୟାନ କରିବା ସହ ରାଜ୍ୟରେ ପ୍ରାୟ ତିନିମାସ ଧରି ଚାଲିଥିବା ଜାତିଗତ ବିବାଦର ଶିକାର ହୋଇଥିବା ଲୋକଙ୍କୁ ଭେଟିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି କର୍କଟ ରାଶିରେ ଚନ୍ଦ୍ରଙ୍କ ଗୋଚର: ତୁଳା-ମୀନ ସମେତ ୩ ରାଶି ହେବେ ମାଲାମାଲ୍‌, ଘରକୁ ଆସିବ ଖୁସି ଖବର

କର୍କଟ ରାଶି ହେଉଛି ଚନ୍ଦ୍ରମାଙ୍କର ନିଜ ରାଶି। ନିଜ ରାଶିରେ ଚନ୍ଦ୍ରମାଙ୍କ ଗୋଚର ତିନିଟି ରାଶି ପାଇଁ ଭାଗ୍ୟଶାଳୀ ପ୍ରମାଣିତ ହୋଇପାରେ। ଆଜି ୪ ଅକ୍ଟୋବର ୨୦୨୬,…

ଟିପିସିଓଡିଏଲ ଆଉଟସୋର୍ସିଂ ଷ୍ଟାଫ୍‌ଙ୍କ ଛଟେଇ ପ୍ରତିବାଦରେ କାର୍ଯ୍ୟବନ୍ଦ ଆନ୍ଦୋଳନ: ଅନ୍ତର୍ଘାତୀ କାର୍ଯ୍ୟକଳାପ ବୃଦ୍ଧି ଅଭିଯୋଗ

କଟକ ସଦର, ୪/୧୦ (ସୁଶାନ୍ତ କୁମାର ଜେନା): ଟିପିସିଓଡିଏଲ କର୍ତ୍ତୃପକ୍ଷ କର୍ମଚାରୀ ଛଟେଇ ଆରମ୍ଭ କରିଥିବା ଅଭିଯୋଗ କରି ଆଉଟସୋର୍ସିଂ କର୍ମଚାରୀମାନେ ପ୍ରତିବାଦ ଆରମ୍ଭ କରିଛନ୍ତି। ଏହାର…

ମହିଳା ସାମ୍ବାଦିକଙ୍କ ପ୍ରତି ଅସଦାଚରଣ ଅଭିଯୋଗ; ଭାଜପାକୁ ଟାର୍ଗେଟ କଲା କଂଗ୍ରେସ

ନୂଆଦିଲ୍ଲୀ,୪।୧୦: ଅକ୍ଟୋବର ୩ରେ ଦିଲ୍ଲୀର ଜନ୍ତର ମନ୍ତର ଠାରେ ଏକ ବିକ୍ଷୋଭ ପ୍ରଦର୍ଶନର ଖବର ସଂଗ୍ରହ ସମୟରେ ମହିଳା ସାମ୍ବାଦିକମାନଙ୍କ ଦ୍ୱାରା ପୋଲିସ କର୍ମଚାରୀଙ୍କ ବିରୁଦ୍ଧରେ ଅଣାଯାଇଥିବା…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ପୁଣି ଜ୍ଞାନେଶ କୁମାରଙ୍କ ବିରୋଧରେ ବିକ୍ଷୋଭ; ଶିବସେନା ସମେତ କିଏ କିଏ ସାମିଲ? ଜାଣନ୍ତୁ…

ମୁମ୍ବାଇ,୪।୧୦: ଶିବସେନା (ୟୁବିଟି) ମୁଖ୍ୟ ଉଦ୍ଧବ ଠାକରେ ଏବଂ ମହାରାଷ୍ଟ୍ର ନବନିର୍ମାଣ ସେନା (ଏମଏନଏସ) ମୁଖ୍ୟ ରାଜ ଠାକରେ ରବିବାର (ଅକ୍ଟୋବର ୪), ମୁମ୍ବାଇରେ ମୁଖ୍ୟ ନିର୍ବାଚନ…

ଶନିଙ୍କ ବଡ଼ ଚଳନ: ଏହି ରାଶିଙ୍କ ଉପରେ ଧନବର୍ଷା, ଏମାନଙ୍କର ବଢିବ ଚିନ୍ତା; ଜାଣନ୍ତୁ ଆପଣଙ୍କ ରାଶିଫଳ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ, କାରଣ ଏହାର ବ୍ୟାପକ ପ୍ରଭାବ ସମସ୍ତ ରାଶି ଉପରେ ଦେଖିବାକୁ ମିଳେ। ବିଶେଷ କରି ସାଢ଼େସାତୀ…

ଚେକ୍‌ ବାଉନ୍ସ ମାମଲା: ସୁଧମୂଳ ସହ ୪୨.୫୦ ଲକ୍ଷ ଟଙ୍କା ଫେରାଇବେ ଆର୍‌ଆଇ, ଜରିମାନା ଅର୍ଥ ଅନାଦେୟ ହେଲେ…

ଭଞ୍ଜନଗର,୪ା୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜେଏମ୍‌ଏଫ୍‌ସି କୋର୍ଟରେ ଏକ ଚେକ୍‌ ବାଉନ୍ସ ମାମଲାର ବିଚାରଣ କରାଯାଇ ରାୟ ପ୍ରକାଶ ପାଇଛି। ମାମଲାର ଅଭିଯୁକ୍ତ ରାଜସ୍ବ ନିରୀକ୍ଷକ…

ପ୍ରସ୍ତୁତ କରୁଥିଲେ ଦେଶୀ ମଦ, ୨ ଜଣଙ୍କୁ ବାନ୍ଧି କୋର୍ଟ ପଠାଇଲା ଅବକାରୀ ପୋଲିସ

କେସିଙ୍ଗା,୪ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାର ଉପନିରୀକ୍ଷକ ମଳୟ କୁମାର ପ୍ରଧାନଙ୍କ ନେତୃତ୍ୱରେ ବ୍ଲକର କୁଣ୍ଢାବନ୍ଧ ଅଞ୍ଚଳରେ ଶନିବାର ସନ୍ଧ୍ୟାରେ ପାଟ୍ରୋଲିଂ କରୁଥିବା ସମୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?