Posted inଜାତୀୟ

ମଣିପୁରରେ ମହିଳାଙ୍କୁ ଉଲଗ୍ନ ବୁଲାଇବା ଘଟଣା:  ଥିଲେ କାରଗିଲ୍‌ ଯୁଦ୍ଧ ଲଢ଼ିଥିବା ଯବାନଙ୍କ ପତ୍ନୀ, କହିଲେ…

ଇମ୍ଫାଲ,୨୧।୭: ମଣିପୁରରେ ମହିଳାଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇବା ଘଟଣାକୁ ନେଇ ରାଜନୀତି ସରଗରମ ରହିଛି। ଅପରପକ୍ଷେ ଘଟଣା ମାନବିକତାର ମୃତ୍ୟୁ ବୋଲି ଅନେକ ପ୍ରତିକ୍ରିୟା ରଖୁଛନ୍ତି। ପ୍ରଧାନମନ୍ତ୍ରୀଙ୍କଠାରୁ ଆରମ୍ଭ କରି ସୁପ୍ରିମକୋର୍ଟ, ରାଜନେତା, କଳାକାରମାନେ ଘଟଣାକୁ ନେଇ ଅସନ୍ତୋଷ ବ୍ୟକ୍ତ କରୁଛନ୍ତି। ତେବେ ଦୁଇ ମହିଳାଙ୍କ ମଧ୍ୟରୁ ଜଣେ କାର୍‌ଗିଲ ଯୁଦ୍ଧ ଲଢ଼ିଥିବା ଯବାନଙ୍କ ପତ୍ନୀ ଥିବା ଜଣାପଡ଼ିଛି। ସେ ଆସାମ ରେଜିମେଣ୍ଟରେ ସୁବେଦାର ଭାବେ କାମ କରିଥିଲେ। ତେବେ ଦେଶ ପାଇଁ ଲଢ଼ିଥିଲେ ହେଁ ସ୍ତ୍ରୀଙ୍କ ପାଇଁ କିଛି କରିପାରି ନ ଥିବାକୁ ନେଇ ତାଙ୍କ ଉପରେ କ’ଣ ବିତିଥିବ ତାହା କଳ୍ପନା କରିବା ମୁସ୍କିଲ ବୋଲି ପ୍ରତିକ୍ରିୟା ପ୍ରକାଶ ପାଉଛି।

ଏକ ଗଣମାଧ୍ୟମକୁ ସାକ୍ଷାତକାର ଦେଇ ସେ କହିଛନ୍ତି, ମୁଁ କାରଗିଲ ଯୁଦ୍ଧରେ ଦେଶ ପାଇଁ ଲଢ଼ିଥିଲି। ଭାରତୀୟ ଶାନ୍ତି ସେନାରେ ଶ୍ରୀଲଙ୍କାରେ ନିୟୋଜିତ ହୋଇଥିଲି। ଦେଶର ରକ୍ଷା କରିଥିଲି। ହେଲେ ଅବସର ପରେ ନିଜ ଘର, ସ୍ତ୍ରୀ, ଗ୍ରାମର ବନ୍ଧୁମାନଙ୍କ ରକ୍ଷା କରିପାରିଲି ନାହିଁ। ମୁଁ ଦୁଃଖିତ, ଭାଙ୍ଗିପଡ଼ିଛି ବୋଲି ସେ କହିଛନ୍ତି। ତେବେ ପୋଲିସ ସେଦିନ ଘଟଣାସ୍ଥଳରେ ଥିଲେ ହେଁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନ ଥିବା ଦାବି କରିବା ସହ ଅଭିଯୁକ୍ତଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ସାଧାରଣ ଜନତାଙ୍କୁ ବଡ଼ ଆଶ୍ୱସ୍ତି: କମିଲା ଗ୍ୟାସ୍‌ ଦର

ନୂଆଦିଲ୍ଲୀ,୧।୭: ଜୁଲାଇ ମାସ ଆରମ୍ଭରୁ ଗ୍ରାହକଙ୍କୁ ବଡ଼ ଆଶ୍ୱସ୍ତି। ମାର୍କେଟିଂ କମ୍ପାନୀଗୁଡ଼ିକ ୧୯ କିଲୋଗ୍ରାମ ବାଣିଜି୍ୟକ ଏଲପିଜି ସିଲିଣ୍ଡରର ମୂଲ୍ୟ ୧୮୩.୫୦ ହ୍ରାସ କରିଛନ୍ତି। ଏହି ନିଷ୍ପତ୍ତି…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri