Posted inଜାତୀୟ

‘ଇଣ୍ଡିଆ’ ମେଣ୍ଟର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି, ଆସନ୍ତା ସପ୍ତାହରେ ମଣିପୁର ଯାଇପାରନ୍ତି ବିରୋଧୀ ଦଳ ନେତା

ନୂଆଦିଲ୍ଲୀ,୨୧।୭: ମଣିପୁରରେ ହିଂସା ଜାରି ରହିଥିବା ବେଳେ ବୁଧବାର ଦୁଇ ମହିଳାଙ୍କ ସହ ହୋଇଥିବା ବର୍ବରତାର ଏକ ଭିଡିଓ ଭାଇରାଲ ହୋଇଯାଇଛି। ଏହି ଭିଡିଓ ଏବେ ଅନେକ ପ୍ରଶ୍ନ ଉଠାଇଛି ଆଉ ଏହାକୁ ନେଇ ବିରୋଧୀ ଏବେ ସରକାରଙ୍କୁ ଟାର୍କେଟ କରିଛନ୍ତି। ଇତିମଧ୍ୟରେ ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ବିରୋଧୀ ମେଣ୍ଟ ‘ଇଣ୍ଡିଆ’(ଇଣ୍ଡିଆନ ନାଶନାଲ ଡେଭଲପମେଣ୍ଟ ଇନକ୍ଲୁସିଭ ଆଲାଏନ୍ସ)ର ନେତା ଆଗାମୀ ସପ୍ତାହର ଶେଷରେ ମଣିପୁର ଗସ୍ତ କରିପାରନ୍ତି। ସୋମବାର ସକାଳେ ପାର୍ଲାମେଣ୍ଟରେ ବିରୋଧୀ ଦଳର ବୈଠକ ପରେ ତାରିଖ ଉପରେ ଶେଷ ନିଷ୍ପତ୍ତି ନିଆଯାଇପାରେ।
ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବି ମଣିପୁର ଯିବାର ସଙ୍କେତ ଦେଇ ସାରିଛନ୍ତି। ତ୍ରୁଣମୂଳ କଂଗ୍ରେସ(ଟିଏମସି)ର ମୁଖ୍ୟ ବାନାର୍ଜୀ ଗୁରୁବାର କହିଥିଲେ କି ସେ ମଣିପୁର ଗସ୍ତକୁ ନେଇ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ କଥା ହେଉଛନ୍ତି। ବିଶେଷ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲଙ୍କ ସହ ମଣିପୁର ଗସ୍ତକୁ ନେଇ କୁଆଡେ କଥା ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ ୯ବୁଣାକାରଙ୍କୁ ରାଜ୍ୟ ପୁରସ୍କାର: ଜାଣନ୍ତୁ କିଏ କିଏ ପାଇଲେ ଏହି ସମ୍ମାନ

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ):ବରଗଡ଼ସ୍ଥିତ ବୟନଶିଳ୍ପ ଉପ ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିସରରେ ଶୁକ୍ରବାର ଜିଲାସ୍ତରୀୟ ଜାତୀୟ ହସ୍ତତନ୍ତ ଦିବସ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ଜିଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥିଭାବେ…

ମୋଦିଙ୍କୁ ଫୋନ କରି ଏମିତି କହିଦେଲେ ନେତାନ୍ୟାହୁ, ଚାରିଆଡେ ପଡିଗଲା ଚହଳ

ନୂଆଦିଲ୍ଲୀ,୮।୮: ଆମେରିକା-ଇରାନ ଯୁଦ୍ଧକୁ ନେଇ ପଶ୍ଚିମ ଏସିଆରେ ଉତ୍ତେଜନା ଜାରି ରହିଛି। ମିଡିଲ ଇଷ୍ଟର ପରିସ୍ଥିତିକୁ ନେଇ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଝିଲିମିଣ୍ଡା ପାଇଁ ଗୌରବ ଆଣିଲେ ରାମ ମେହେର

ଅତାବିରା,୮ା୮ (ଯୁଧିଷ୍ଠିର ମହାପାତ୍ର):ଜାତୀୟ ହସ୍ତତନ୍ତ ଦିବସ ଅବସରରେ ବରଗଡ଼ ଜିଲା ପାଇଁ ଆସିଛି ଗର୍ବର ମୁହୂର୍ତ୍ତ। ଅତାବିରା ବ୍ଲକ ଅନ୍ତର୍ଗତ ଝିଲିମିଣ୍ଡା ଗ୍ରାମର ବିଶିଷ୍ଟ ହସ୍ତତନ୍ତ ଶିଳ୍ପୀ…

ବର୍ଷାପାଗ ଯୋଗୁ ବନ୍ଦ ଘୋଷଣା ବାତିଲ: ସ୍ବାଭାବିକ ରହିବ ବିଦ୍ୟୁତ ସେବା

ବରଗଡ଼,୯।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଡିଭିଜନ-୨ ଗ୍ରୀଡରୁ ୧୧କେଭି ଟେଲିଫୋନ ଏକ୍ସଚେଞ୍ଜ ଫିଡର୍‌ ଶନିବାର ସକାଳୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ବୋଲି ଶୁକ୍ରବାର ଟିପିଡବ୍ଲୁଓଡିଏଲ ଘୋଷଣା…

ଭାଜପା-ଏସ୍‌ଏଡି ମେଣ୍ଟ ଚର୍ଚ୍ଚା

ନୂଆଦିଲ୍ଲୀ,୮ା୮: ଶିରୋମଣି ଅକାଳୀ ଦଳ (ଏସ୍‌ଏଡି) ମୁଖ୍ୟ ସୁଖବୀର ସିଂ ବାଦଲ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିବାରୁ ପଞ୍ଜାବ ବିଧାନସଭା ନିର୍ବାଚନ ପୂର୍ବରୁ…

ଧନୀ ହେବା ପୂର୍ବରୁ ବୁଢ଼ା ହେବ ଭାରତ: ଗବେଷଣାରୁ ଚାଞ୍ଚଲ୍ୟକର ଖୁଲାସା

ନୂଆଦିଲ୍ଲୀ,୮ା୮(ପି.ଟି.):ଭାରତରେ ହାରାହାରି ପ୍ରତି ୫ ଜଣରେ ଜଣେ ବ୍ୟକ୍ତିଙ୍କ ବୟସ ୬୦ ବର୍ଷରୁ ଅଧିକ ହେବ ଏବଂ ପ୍ରାୟ ୧୦ ଜଣଙ୍କ ମଧ୍ୟରୁ ୭ ଜଣ ବୟସ୍କ…

ଦାୟିତ୍ୱରେ ଅବହେଳା ପଡ଼ିଲା ମହଙ୍ଗା:ଫାଣ୍ଡି ଅଧିକାରୀ ନିଲମ୍ବିତ

ଲୋଇସିଂହା,୮ା୮(ସୁଶାନ୍ତ ବାରିକ):ଦାୟିତ୍ୱରେ ଅବହେଳା କରିବା ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଧୀନ ସାଲେଭଟା ଫାଣ୍ଡି ଅଧିକାରୀ ଭରତ ସାହୁଙ୍କୁ ମହଙ୍ଗା ପଡ଼ିଛି। ଗୁରୁବାର ସନ୍ଧ୍ୟାରେ ତାଙ୍କୁ ବଲାଙ୍ଗୀର…

ଆଜିଠାରୁ ‘ମେଟଲ ମିଟ୍‌’ କୁଇଜ୍‌ ମହାକୁମ୍ଭ

ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍‌ ମହାକୁମ୍ଭ ‘ମେଟଲ ମିଟ୍‌’ର ଦଶମ ସଂସ୍କରଣ ଶନିବାର ଉଦ୍‌ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri