Posted inଜାତୀୟ

ମନୀଷ ସିସୋଡିଆ ଦେଶ ପାଇଁ ଜୀବନ ଦେଇପାରିବେ: କେଜ୍‌ରିଓ୍ବାଲ୍‌

ନୂଆଦିଲ୍ଲୀ,୭।୩: ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଆମ୍‌ ଆଦ୍‌ମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କୁ ପଚରାଉଚରା ପାଇଁ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ର ଏକ ଟିମ ତିହାର ଜେଲରେ ପହଞ୍ଚିଛି। ସିସୋଡିଆଙ୍କୁ ଅବକାରୀ ଦୁର୍ନୀତି ମାମଲାରେ ଦିଲ୍ଲୀ କୋର୍ଟଙ୍କ ପକ୍ଷରୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଯାଇଛି। ମାର୍ଚ୍ଚ ୧୦ରେ ତାଙ୍କ ଜାମିନ ଶୁଣାଣି ହେବ।
ଇଡି ଦ୍ୱାରା ହୋଇଥିବା ଏହି ଅନୁସନ୍ଧାନରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିୱାଲ ମଙ୍ଗଳବାର କହିଛନ୍ତି, ସିସୋଡିଆ ବିଦ୍ୟାଳୟଗୁଡ଼ିକୁ ନବୀକରଣ କରିଛନ୍ତି। ଗରିବ ଲୋକଙ୍କୁ ଶିକ୍ଷା ଦେଇଛନ୍ତି। ମନୀଷ ଏବଂ ସତ୍ୟେନ୍ଦ୍ର ଜୈନ ଦେଶ ପାଇଁ ମଧ୍ୟ ନିଜ ଜୀବନ ଦେଇପାରନ୍ତି। ଦେଶର ପ୍ରଧାନମନ୍ତ୍ରୀ ଯେଉଁମାନେ ଦେଶକୁ ଲୁଟ୍‌ କରିଛନ୍ତି ସେମାନଙ୍କୁ ସମର୍ଥନ କରନ୍ତି, ସାଧାରଣ ଲୋକଙ୍କ ପାଇଁ କାମ କରିବାକୁ କେହି ନାହାନ୍ତି। ମୁଁ ହୋଲି ଦିନ ସାରା ଦେଶ ପାଇଁ ପ୍ରାର୍ଥନା କରିବି … ଦେଶବାସୀ ମଧ୍ୟ ମୋ ସହିତ ଅଛନ୍ତି । ମୁଁ ଈଶ୍ୱରଙ୍କ ନିକଟରେ ଧ୍ୟାନ କରିବି।

ସୂଚନା ଅନୁଯାୟୀ, ଦୀର୍ଘ ୮ ଘଣ୍ଟିଆ ପଚରାଉଚରା ପରେ ସିସୋଡିଆକୁ ଫେବୃଆରୀ ୨୬ରେ ସିବିଆଇ ଗିରଫ କରିଥିଲା। ୨୭ ଫେବୃଆରୀରେ ତାଙ୍କୁ ରାଉସ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ପଚରାଉଚରା ପାଇଁ କୋର୍ଟ ସିସୋଡିଆଙ୍କୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ପଠାଇଥିଲେ। ସେପଟେ ସିସୋଡିଆ ମଧ୍ୟ ତାଙ୍କ ଜାମିନ ଆବେଦନ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହା ଶୁଣାଣି କରିବାକୁ ମନା କରିଦେଇଥିଲେ। ମାର୍ଚ୍ଚ ୪ରେ ସିସୋଡିଆ କୋର୍ଟରେ ହାଜର କରାଯାଇଥିଲା। ଜଜ ଏମ.କେ ନାଗପାଲ ତାଙ୍କୁ ଆଉ ଦୁଇ ଦିନ ସିବିଆଇ ହେପାଜତକୁ ପଠାଇଥିଲେ। ୨ ଦିନ ରିମାଣ୍ଡ ପରେ ସିସୋଡିଆଙ୍କୁ କୋର୍ଟରେ ହାଜର କରାଯାଇଥିଲା। ସୋମବାର ସିବିଆଇ ରିମାଣ୍ଡ ଶେଷ ହେବା ପରେ ସିସୋଡିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟକୁ ଅଣାଯାଇଥିଲା। କୋର୍ଟ ତାଙ୍କୁ ମାର୍ଚ୍ଚ ୨୦ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

LACରେ ତିକ୍ତା ପରେ ଭାରତକୁ ନେଇ ବଡ଼ କଥା କହିଦେଲେ ଚାଇନା: ଏବେ ସବୁକିଛି…

ନୂଆଦିଲ୍ଲୀ,୧୩।୮: ଅରୁଣାଚଳ ପ୍ରଦେଶର ପ୍ରକୃତ ନିୟନ୍ତ୍ରଣ ରେଖା (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ସାମରିକ ଗତିରୋଧର ରିପୋର୍ଟ ହୋଇଛି। ଚାଇନା ପରିସ୍ଥିତିକୁ ହାଲୁକା ଭାବରେ…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

୫ ସନ୍ତାନଙ୍କ ଉପସ୍ଥିତିରେ ବିବାହ କଲେ ରୋନାଲ୍ଡୋ: ୧୦ ବର୍ଷ ପରେ ଘଟିଲା…

ଲିସ୍‌ବନ,୧୩ା୮(ଏପି):ଫୁଟ୍‌ବଲ ସୁପରଷ୍ଟାର କ୍ରିଷ୍ଟିଆନୋ ରୋନାଲ୍ଡୋ ତାଙ୍କର ଦୀର୍ଘଦିନର ବାନ୍ଧବୀ ତଥା ଆର୍ଜେଣ୍ଟିନା-ସ୍ପାନିଶ ମଡେଲ ଜର୍ଜିନା ରୋଡ୍ରିଗୁଏଜଙ୍କୁ ବିବାହ କରିଛନ୍ତି। ରାଜଧାନୀ ଲିସ୍‌ବନ ନିକଟସ୍ଥ ଉପକୂଳବର୍ତ୍ତୀ ସହର କାସ୍‌କାଇସ୍‌ଠାରେ…

ରାଜପଥରେ ଆମ୍ବୁଲାନ୍ସ ବିଳମ୍ବ ହେଲେ ଦେବାକୁ ହେବ ଜୋରିମାନା, NHAI ଧାର୍ଯ୍ୟ କଲା ପ୍ରତି ମିନିଟ୍‌ର ଦାମ୍

ନୂଆଦିଲ୍ଲୀ,୧୨ା୮: ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ (NHAI) ସଡ଼କ ଦୁର୍ଘଟଣା ପରେ ଉଦ୍ଧାର ଏବଂ ରିଲିଫ୍ କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ଏବଂ ରାଜପଥରେ ଜରୁରୀକାଳୀନ ସେବାଗୁଡ଼ିକୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri