Posted inଜାତୀୟ

ଦେଶର ପ୍ରଗତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଶିକ୍ଷିତ ହେବା ଆବଶ୍ୟକ: ଜେଲରେ ଥାଇ ଚିଠି ଲେଖିଲେ ସିସୋଡିଆ

ନୂଆଦିଲ୍ଲୀ,୭।୪: ଦିଲ୍ଲୀ ମଦ ଦୁର୍ନୀତି ମାମଲାରେ ଜେଲରେ ଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଏଏପି ନେତା ମନୀଷ ସିସୋଡିଆ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଠପଢା ଡିଗ୍ରୀକୁ ନେଇ ପ୍ରଶ୍ନ ଉଠାଇଛନ୍ତି। ତିହାର ଜେଲରେ ଥାଇ ସିସୋଡିଆ ଦେଶ ପାଇଁ ଏକ ଚିଠି ଲେଖିଛନ୍ତି। ଯେଉଁଥିରେ ଲେଖାଅଛି କି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କମ୍‌ ପଢିଛନ୍ତି, ଯାହା ଦେଶ ପାଇଁ ବିପଦଜ୍ଜନକ । ମୋଦି ଜୀ ଶିକ୍ଷାର ମହତ୍ତ୍ୱ କ’ଣ ବୁଝିନାହାନ୍ତି। ଦେଶର ପ୍ରଗତି ପାଇଁ ପ୍ରଧାନମନ୍ତ୍ରୀଙ୍କୁ ଶିକ୍ଷିତ ହେବା ଆବଶ୍ୟକ ବୋଲି ସିସୋଡିଆ ଚିଠିରେ ଉଲ୍ଲେଖ କରିଛନ୍ତି।

ସିସୋଡିଆ ଆହୁରି ଲେଖିଛନ୍ତି, ଆଜି ଦେଶର ଯୁବକମାନେ ଉଚ୍ଚାଭିଳାଷୀ, ସେ କିଛି କରିବାକୁ ଚାହୁଁଛନ୍ତି ଏବଂ ସେ ସୁଯୋଗ ଖୋଜୁଛନ୍ତି। ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦେଶକୁ ଆଗକୁ ବଢାଇବାକୁ ଚାହୁଁଛନ୍ତି। ଆଜିର ଯୁବବର୍ଗଙ୍କ ସ୍ବପ୍ନକୁ ପୂରଣ କରିବା ପାଇଁ କମ୍‌ ପଢିଥିବା ପ୍ରଧାନମନ୍ତ୍ରୀଙ୍କ ପାଖରେ କ୍ଷମତା ଅଛି କି? କିଛି ବର୍ଷ ମଧ୍ୟରେ ଦେଶରେ ୮୦ ହଜାର ସରକାରୀ ବିଦ୍ୟାଳୟ କାହିଁକି ବନ୍ଦ ହେଲା? ଗୋଟିଏ ପଟେ ଦେଶର ଜନସଂଖ୍ୟା ବଢୁଛି, ତେଣୁ ସରକାରୀ ବିଦ୍ୟାଳୟ ସଂଖ୍ୟା ମଧ୍ୟ ବୃଦ୍ଧି ହେବା ଉଚିତ୍‌।


Enter your email to get our daily news in your inbox.

All Right Reserved By Dharitri.Com

ଘରୋଇ ହସ୍ପିଟାଲରେ ଅସ୍ତ୍ରୋପଚାରରେ ତ୍ରୁଟି: ମହିଳାଙ୍କ ଚାଲିଗଲା ଜୀବନ

ଧର୍ମଶାଳା,୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅଧୀନରେ ଥିବା ଜାରକାସ୍ଥିତ ଏକ ଘରୋଇ ହସ୍ପିଟାଲରେ ତ୍ରୁଟିଜନିତ ଅସ୍ତ୍ରୋପଚାର ଯୋଗୁ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା...

IPL 2026 Auction: ଅକ୍ସନର ଫାଇନାଲ ଲିଷ୍ଟରେ ବାଜିଲା ମୋହର, ୧୦୦୦ ଖେଳାଳି ଆଉଟ, ଷ୍ଟାର ଖେଳାଳିଙ୍କ ସରପ୍ରାଇଜ ଏଣ୍ଟ୍ରି

ନୂଆଦିଲ୍ଲୀ,୯।୧୨: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସିଜିନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଡିସେମ୍ବର ୧୬ରେ ଆବୁଧାବିରେ ଏକ ମିନି-ନିଲାମ ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଛି।...

ୟୁଟ୍ୟୁବରୁ ଶିଖି ୫ ଏକର ଜମି କଲେ ଚାଷ: ଦୁଇମାସରେ…

ଭବାନୀପାଟଣା,୯ା୧୨(ଉତ୍ତମ କୁମାର ଦାଶ):ନେପିଆର୍‌ ଘାସ ଚାଷ କଳାହାଣ୍ଡି ଜିଲା ଭବାନୀପାଟଣା ସଦର ବ୍ଲକ ସିକେରଗୁଡା ଗାଁର ଅଜିତ ପ୍ରଧାନଙ୍କୁ ସ୍ବାବଲମ୍ବୀ କରିଛି। ଏଥିରେ ସେ ଆତ୍ମ...

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri