Posted inଜାତୀୟ

‘ଭାଜପା ଅଫିସ୍‌ ଉପରେ ବୁଲଡୋଜର ଚଳାଇବା ଉଚିତ୍‌’

ନୂଆଦିଲ୍ଲୀ,୨୦।୪: ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିବା ଜାହାଙ୍ଗିରପୁରୀରୁ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଉତ୍ତର ଦିଲ୍ଲୀ ମ୍ୟୁନ୍ସିପାଲ କର୍ପୋରେଶନ ପକ୍ଷରୁ ଘୋଷଣା କରାଯାଇଥିଲା। କିନ୍ତୁ ସୁପ୍ରିମକୋର୍ଟ ଏହା ଉପରେ ରୋକ ଲଗାଇଛନ୍ତି। ଏନେଇ ରାଜନୀତି ସରଗରମ ହୋଇଛି। ଦିଲ୍ଲୀର ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏକ ଖବରଦାତା ସମ୍ମିଳନୀରେ କହିଛନ୍ତି, ଭାଜପା କାରଣରୁ ଦେଶର ସବୁଆଡେ ଗଣ୍ଡଗୋଳ ଘଟୁଛି। ଆଜିକାଲି ସମଗ୍ର ଦେଶରେ ଭାଜପା ଏକ ନୂଆ ରାଗ ଆରମ୍ଭ କରିଛି। ଆପଣ ଯେଉଁ ଆଡେ ବି ଦେଖିବେ, ଭାଜପା ଶିକ୍ଷା, ରୋଜଗାର ଏବଂ ମୁଦ୍ରାସ୍ଫୀତି ବିଷୟରେ କଥାବାର୍ତ୍ତା ନ କରି ଗୁଣ୍ଡାଗର୍ଦ୍ଦି ବିଷୟରେ ଆଲୋଚନା କରୁଛି। ଭାଜପା ଏକ ଅରାଜକତାର ବାତାବରଣ ସୃଷ୍ଟି କରିଛି। ଏହି ଅରାଜକତାକୁ ବନ୍ଦ କରିବାର ସରଳ ଉପାୟ ହେଉଛି ଭାଜପା ମୁଖ୍ୟାଳୟରେ ବୁଲଡୋଜର ଚଳାଇବା।
ସୂଚନା ଅନୁଯାୟୀ, ଦିଲ୍ଲୀରେ ସାମ୍ପ୍ରଦାୟିକ ହିଂସାକାଣ୍ଡ ଘଟିଥିବା ଜାହାଙ୍ଗିରପୁରୀରୁ ଜବରଦଖଲ ଉଚ୍ଛେଦ ସମ୍ପର୍କରେ ଉତ୍ତର ଦିଲ୍ଲୀ ମ୍ୟୁନ୍‌ସିପାଲ କର୍ପୋରେଶନ ପକ୍ଷରୁ ଘୋଷଣା କରାଯାଇଥିଲା। ଏପ୍ରିଲ ୨୦ ଏବଂ ୨୧ ଦୁଇଦିନ ଧରି ସ୍ବତନ୍ତ୍ର ଯୁଗ୍ମ ବେଆଇନ ଉଚ୍ଛେଦ କାର୍ଯ୍ୟକ୍ରମ ଜରିଆରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ କୁହାଯାଇଥିଲା। ଏହି ନୋଟିସ ଆସିବା ପରେ ମାମଲାକୁ ନେଇ ସୁପ୍ରିମକୋର୍ଟରେ ଆବେଦନ କରାଯାଇଥିଲା। ତେବେ ଆବଶ୍ୟକ ସମୟ ନ ଦେଇ ଉଚ୍ଛେଦ କାର୍ଯ୍ୟକ୍ରମ ପାଇଁ ମ୍ୟୁନ୍‌ସିପାଲଟି ସଜବାଜ ହେଉଥିବା ବେଳେ ଏହା ଉପରେ ସୁମ୍ରିମକୋର୍ଟ। ରୋକ ଲଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଲ, ପ୍ରିୟଙ୍କାଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୮ା୧୦: କଂଗ୍ରେସ ପକ୍ଷରୁ ବୁଧବାର ବିକ୍ଷୋଭ ବେଳେ ପୋଲିସ କର୍ମଚାରୀଙ୍କୁ ମାଡ଼ ମାରିବା ଓ ସରକାରୀ କାର୍ଯ୍ୟରେ ବାଧା ଦେବା ଅଭିଯୋଗରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ…

ପ୍ରସ୍ତାବିତ ମଦ ଦୋକାନକୁ ବିରୋଧ, ବନ୍ଦ ନ କଲେ ହେବ ବଡ଼ ଆନ୍ଦୋଳନ

ପାଟଣା, ୮।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସରକାରୀ ବସ୍‌ଷ୍ଟାଣ୍ଡ ନିକଟରେ ପ୍ରସ୍ତାବିତ ନୂତନ ବିଦେଶୀ ମଦ ଦୋକାନକୁ ପାଟଣା ବିକାଶ ମଞ୍ଚ ପକ୍ଷରୁ…

ମଦଭାଟି ବିରୋଧରେ ଗର୍ଜିଲେ ଗ୍ରାମବାସୀ, ୧୦ ତାରିଖ ସୁଦ୍ଧା ବନ୍ଦ ପାଇଁ ଚେତାବନୀ

ଅମରପାଲି,୮।୧୦(ପୀତାମୱର ସାହୁ): ଦୀର୍ଘ ୩୦ ବର୍ଷ ଧରି ଗ୍ରାମରେ ଚାଲି ଆସୁଥିବା ଲାଇସେନ୍ସ ପ୍ରାପ୍ତ ଦେଶୀ ମଦଭାଟିକୁ ନେଇ ପୀତାମହୁଲ ଗ୍ରାମରେ ଅସନ୍ତୋଷ ତେଜିଛି। ମଦଭାଟି ଯୋଗୁ…

TPWODLର ବଡ଼ ସୂଚନା, ଏହି ସମୟରୁ ହେବ ବିଦ୍ୟୁତ୍‌ କାଟ୍‌…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରରେ ଶୁକ୍ରବାର କ୍ରମାଗତ ୬ଘଣ୍ଟା ଧରି ବିଦ୍ୟୁତ୍‌ ସେବା ବନ୍ଦ ରହିବ। ସକାଳ ୯ଟାରୁ ଅପରାହ୍ନ ୩ଟା ପର୍ଯ୍ୟନ୍ତ ସହରରେ ବିଦ୍ୟୁତ୍‌ ସରବରାହ…

ବରଗଡ଼ରେ ହେବ ବଡ଼ ବିକ୍ଷୋଭ ସମାବେଶ, ଜାଣନ୍ତୁ…

ବରଗଡ଼,୮।୧୦(ପ୍ରେମାନନ୍ଦ ଖମାରୀ): ସମ୍ବିଧାନ ଏବଂ ଗଣତନ୍ତ୍ରର ସୁରକ୍ଷା ପାଇଁ ବରଗଡ଼ ଜିଲାର ବିଭିନ୍ନ ଜନ ସଂଗଠନ, କୃଷକ ସଂଗଠନ ଓ ନାଗରିକମାନଙ୍କୁ ନେଇ ସମ୍ବିଧାନ ଓ ଗଣତନ୍ତ୍ର…

College Election Suspend: ବାତିଲ ହେଲା କଲେଜ ନିର୍ବାଚନ, ବଡ଼ ନିଷ୍ପତ୍ତି ନେଲେ…

ଭୁବନେଶ୍ୱର,୮।୧୦: ବଡ଼ ଖବର । କଲେଜ ନିର୍ବାଚନ ବାତିଲ । VNରେ ଉତ୍ତେଜନା ପରେ ନିଷ୍ପତ୍ତି । ଯାଜପୁର ବ୍ୟାସନଗରରେ ଥିବା ଭି.ଏନ୍‌. ସ୍ବୟଂଶାସିତ ମହାବିଦ୍ୟାଳୟରେ ଏଥର…

୩ ରାଶି ଉପରେ କେତୁଙ୍କ କ୍ରୁର ଦୃଷ୍ଟି! ସାମାନ୍ୟ ଭୂଲ ପଡିବ ଭାରୀ, ଚାକିରିରେ ବଢିବ ଟେନଶନ

୩ ଅକ୍ଟୋବର ୨୦୨୬ରେ କେତୁ ସିଂହ ରାଶିରେ ଥିବା ନିଜର ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିସାରିଛି। ଏହି ନକ୍ଷତ୍ର ଗୋଚର ୫ ଡିସେମ୍ୱର ୨୦୨୬…

ପୋଖରୀରେ ବୁଡ଼ି ଚାଲିଗଲା ଦ୍ୱିତୀୟ ଶ୍ରେଣୀ ଛାତ୍ରଙ୍କ ଜୀବନ, ଗାଁରେ ଶୋକ

ଦିଗପହଣ୍ଡି,୮।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେନଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଦ୍ୱିତୀୟ ଶ୍ରେଣୀରେ ପଢୁୁଥିବା ଖଲିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?