Posted inଜାତୀୟ

ମନୀଷଙ୍କ ପୁସ୍ତକ ବମ୍‌

ନୂଆଦିଲ୍ଲୀ,୨୩।୧୧: ୨୦୦୮ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ପରେ ପାକିସ୍ତାନ ଉପରେ କାର୍ଯ୍ୟାନୁଷ୍ଠାନ ନ କରିବାରୁ କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ ତିଓ୍ବାରି ମନମୋହନ ସିଂ ସରକାରଙ୍କ ଉପରେ ଆକ୍ରମଣ କରିଛନ୍ତି। ମନୀଷ ତିୱାରୀ ତାଙ୍କ ପୁସ୍ତକରେ ପୂର୍ବତନ କଂଗ୍ରେସ ସରକାରଙ୍କୁ ପ୍ରଶ୍ନ କରିଥିଲେ ଏବଂ କହିଥିଲେ ଯେ ମୁମ୍ବାଇ ଆକ୍ରମଣ ପରେ ପାକିସ୍ତାନ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ ନ କରି ଆପଣ ନିଜର ଦୁର୍ବଳତା ଦେଖାଇଛନ୍ତି। ମନମୋହନ ସିଂ ସରକାର ପାକିସ୍ତାନ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ଥିଲା। ଏପରି ଏକ ସମୟ ଆସେ ଯେତେବେଳେ କାର୍ଯ୍ୟ ଶବ୍ଦଠାରୁ ଅଧିକ କହିଥାଏ ବୋଲି ସେ ପୁସ୍ତକରେ ଲେଖିଛନ୍ତି। କେବଳ ଏତିକି ନୁହେଁ, ମନୀଷ ତିୱାରୀ ତାଙ୍କ ପୁସ୍ତକରେ ମୁମ୍ବାଇ ଆକ୍ରମଣକୁ ଆମେରିକାର ୯/୧୧ ସହିତ ତୁଳନା କରିଥିଲେ ଏବଂ କହିଥିଲେ ଯେ ଭାରତ ସେତେବେଳେ ଆମେରିକା ଭଳି ପ୍ରତିଶୋଧ ନେବା ଉଚିତ୍‌ ଥିଲା। ତାଙ୍କ ପୁସ୍ତକର ନାଁ 10 Flash Points; 20 Years National Security Situations that Impacted India। ପୁସ୍ତକ ବିଷୟରେ ମନୀଷ ତିଓ୍ବାରୀ କହିଛନ୍ତି ଯେ, ମୋର ଚତୁର୍ଥ ପୁସ୍ତକ ଶୀଘ୍ର ବଜାରକୁ ଆସିବ ଏହା ଘୋଷଣା କରି ମୁଁ ଖୁସି। ଗତ ୨୦ ବର୍ଷ ମଧ୍ୟରେ ଭାରତ ସାମ୍ନା କରିଥିବା ପ୍ରମୁଖ ଜାତୀୟ ସୁରକ୍ଷା ଆହ୍ବାନକୁ ଏହି ପୁସ୍ତକରେ ବର୍ଣ୍ଣନା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

ଶେଷ ପର୍ଯ୍ୟାୟରେ ରଥଯାତ୍ରା ପ୍ରସ୍ତୁତି: ଯୋଗ ଦେବେ କନ୍ଧମାଳ ଏମ୍‌ପି

ରାଇକିଆ, ୧୪।୭(ପ୍ରଦିପ ବେହେରା): କନ୍ଧମାଳ ଜିଲା ରାଇକିଆ ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ନେତ୍ରୋତ୍ସବ ଅନୁଷ୍ଠିତ ହେବା ସହ ମହାପ୍ରଭୁ ଜଗନ୍ନାଥ ନବଯୌବନ ବେଶରେ ଦର୍ଶନ ଦେଇଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri