ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ ଓ ପୁତୁରା ଯାଉଥିବା ବେଳେ ମାଞ୍ଜା ଗୁଡ଼ି ସୂତା ଆସି ଗୁଡ଼ାଇ ହୋଇଯାଇଥିଲା। ଏଥିରେ ବାଇକ ଚାଳକ ତଥା ପୁତୁରା ଦେବୀ କଲ୍ୟାଣ ଆଚାର୍ଯ୍ୟ(୩୦) ଗୁରୁତର ଭାବେ ଆହତ ହୋଇଥିବା ବେଳେ ପିଉସୀ ଆଶଲତା ଆଚାର୍ଯ୍ୟ ସାମାନ୍ୟ ଆହତ ହୋଇଥିଲେ। ପ୍ରଥମେ ଉଭୟଙ୍କୁ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପିଉସୀଙ୍କୁୁ ପ୍ରାଥମିକ ଚିକିତ୍ସା ପରେ ଛାଡି ଦିଆଯାଇଥିବା ବେଳେ ପୁତୁରାଙ୍କ ରକ୍ତସ୍ରାବ ନ କମିବାରୁ ତାଙ୍କୁ କଟକ ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।
ଆଗାମୀ ମକର ସଂକ୍ରାନ୍ତି ପାଇଁ ପ୍ରତ୍ୟେକ ଦିନ ଶହ ଶହ ଗୁଡ଼ି ମାଞ୍ଜା ଲାଗିଥିବା ବ୍ୟବହାର କରାଯାଉଛି। ସ୍ଥାନୀୟ ପୋଲିସ ଏହା ଉପରେ ଗୁରୁତ୍ୱ ଦେଇଥିଲେ ହୁଏତ ଏଭଳି ଘଟଣା ଘଟି ନ ଥାନ୍ତା ବୋଲି ଆହତଙ୍କ ପରିବାର ଲୋକେ ଅଭିଯୋଗ କରିଛନ୍ତି । ଖବରପାଇ ସ୍ଥାନୀୟ ପୋଲିସ ଦୁର୍ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ୪୨ ମୌଜା ଅଞ୍ଚଳରେ ଏହା ପ୍ରଥମ ଘଟଣା ବୋଲି କୁହାଯାଉଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

PEOଙ୍କୁ ଗିରଫ କଲା ଭିଜିଲାନ୍ସ: ଆୟଠାରୁ ଅଧିକ ସମ୍ପତ୍ତି ରଖିବା ଅଭିଯୋଗରେ ହୋଇଥିଲା ଚଢାଉ

ବଞ୍ଚୋ,୩୧।୧୨ (ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡ଼ିହି ବ୍ଲକ PEO(କାର୍ଯ୍ୟନିର୍ବାହୀ ଅଧିକାରୀ) ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଥିବା ବେଳେ ଆଜି ତାଙ୍କୁ ଗିରଫ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

ଚାଇନାକୁ ବଡ଼ ଝଟକା ଦେଲା ଭାରତ, ଏହି ଜିନିଷ ଉପରେ ଲାଗୁ କଲା ୩ ବର୍ଷର ଟାରିଫ୍‌, ଜାଣନ୍ତୁ କାରଣ…

ନୂଆଦିଲ୍ଲୀ,୩୧।୧୨: ଭାରତ ସରକାର ମଙ୍ଗଳବାର ଚାଇନା ବର୍ଦ୍ଧିତ ଶସ୍ତା ଇସ୍ପାତ ଆମଦାନୀକୁ ରୋକିବା ପାଇଁ ତିନି ବର୍ଷ ପାଇଁ କିଛି ଇସ୍ପାତ ଉତ୍ପାଦ ଉପରେ ୧୧-୧୨...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ବେଆଇନ କୁକୁଡ଼ା ଲଢ଼େଇ ଖେଳକୁ ବନ୍ଦ କରିବାକୁ ଯାଇଥିଲା ପୋଲିସ, ଗାଡିକୁ ଘେରିଗଲେ ଲୋକେ, ଆଉ ତା’ପରେ…

ପାଟଣା,୩୧।୧୨(ବୀର କିଶୋର ଦାଶ) : କେନ୍ଦୁଝର ଜିଲା ପାଟଣା ଥାନା ଅନ୍ତର୍ଗତ ସାହାରପଡା ବ୍ଲକ ଡାଳପକା ପଞ୍ଚାୟତ ଉପାନ୍ତ କେନ୍ଦୁଯୋଡା ଗ୍ରାମ ରେସାନ୍ତାଳ ସମ୍ପ୍ରଦାୟ ଦାମୋଦର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri