Posted inଖେଳ

ରାହାନେଙ୍କୁ କଟାକ୍ଷ କଲେ ମାଞ୍ଜରେକର୍‌: କୋହଲି କହିଲେ ଏଭଳି…

ଚେନ୍ନାଇ,୧୦।୨: ଇଂଲଣ୍ଡ ବିପକ୍ଷ ଚାରି ଟେଷ୍ଟ ମ୍ୟାଚ୍‌ ସିରିଜ୍‌ର ପ୍ରଥମ ଟେଷ୍ଟରେ ଲଜ୍ଜାଜନକ ଭାବେ ୨୨୭ ରନ୍‌ରେ ଭାରତ ପରାସ୍ତ ହୋଇଛି। ଏହି ବିଜୟ ସହ ଇଂଲଣ୍ଡ ୪ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜରେ ୧-୦ ଅଗ୍ରଣୀ ହାସଲ କରିଛି। ଅଷ୍ଟ୍ରେଲିଆ ବିପକ୍ଷ ସିରିଜରେ ବିଜୟକୁ ନେଇ ଉଲ୍ଲସିତ ଥିଲା ଭାରତୀୟ ଟିମ୍‌। ଏବେ ଏହି ହାର୍‌ ଖୁସିକୁ ଫିକା କରିଛି। ଏପରିକି ଉଭୟ ପାଳିରେ ଇଂଲଣ୍ଡ ବୋଲରଙ୍କ ସମ୍ମୁଖରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଖରାପ ପ୍ରଦର୍ଶନକୁ ନେଇ ସମାଲୋଚନା କରାଯାଉଛି। ଏହି କ୍ରମରେ ଭାରତୀୟ ଟିମ୍‌ର ପୂର୍ବ ବ୍ୟାଟ୍ସମ୍ୟାନ୍‌ ସଞ୍ଜୟ ମାଞ୍ଜରେକର ଉପଅଧିନାୟକ ଅଜିଙ୍କ୍ୟ ରାହାନେଙ୍କୁ କଟାକ୍ଷ କରିଛନ୍ତି।

ସେ ଟୁଇଟ୍‌ କରି କହିଛନ୍ତି, ବ୍ୟାଟ୍ସମ୍ୟାନ୍‌ ଭାବେ ରାହାନେଙ୍କ ପ୍ରଦର୍ଶନ ଭଲ ନ ଥିଲା। ମେଲବର୍ନରେ ଶତକ ପରେ ସେ ଅପରାଜିତ ୨୭, ୨୨, ୪, ୩୭,୨୪, ୧ ଏବଂ ୦ ରନ୍‌ କରିଛନ୍ତି। ଶତକ ପରେ ଜଣେ ଲୟରେ ଥିବା ଖେଳାଳିଙ୍କଠାରୁ ଭଲ ଖେଳ ଆଶା କରାଯାଇଥାଏ। ଏହାଦ୍ୱାରା ସେମାନେ ଖରାପ ଫର୍ମରେ ଚାଲୁଥିବା ଖେଳାଳିଙ୍କ ଉପରେ ଚାପ କମ୍‌ କରିଥାନ୍ତି। ହେଲେ ରାହାନେ ଏପରି କରିବାରେ ବିଫଳ ହୋଇଛନ୍ତି ବୋଲି ସେ କହିଛନ୍ତି।

ଗତ ୭ ପାଳିରେ ରାହାନେ ହାରାହାରି ୧୯ ଅନୁପାତରେ ୧୧୫ରନ୍‌ କରିଛନ୍ତି। ବ୍ୟାଟ୍ସମ୍ୟାନ୍‌ ଭାବେ ଏହାକୁ କୌଣସି ସ୍ଥିତିରେ ଭଲ କୁହାଯାଇପାରିବ ନାହିଁ। ହେଲେ ଅଧିନାୟକ ବିରାଟ କୋହଲି ରାହାନେଙ୍କ ସପକ୍ଷରେ ବାହାରିଛନ୍ତି। ଅଜିଙ୍କ୍ୟ ଏବଂ ପୂଜାରା ଦଳର ମହତ୍ୱପୂର୍ଣ୍ଣ ଟେଷ୍ଟ ବ୍ୟାଟ୍ସମ୍ୟାନ୍‌। ତାଙ୍କ ଖେଳ ଉପରେ ଦଳକୁ ବିଶ୍ୱାସ ରହିଛି ବୋଲି କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଡ଼ିଛୁଆଁ, ପ୍ରବେଶ ଉତ୍ସବର ଶୁଭାରମ୍ଭ କଲେ ପାଟଣା ବିଧାୟକ

ପାଟଣା,୪ା୪(ବୀରକିଶୋର ଦାଶ): ରାଜ୍ୟରେ ଓଡ଼ିଆ ପକ୍ଷ ପାଳନ ହେଉଛି। ଏହି ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକସ୍ତରୀୟ ଖଡ଼ିଛୁଆଁ ଓ ପ୍ରବେଶ ଉତ୍ସବ ପାଟଣା ମୁଖ୍ୟାଳୟ…

ମୁଖ୍ୟ ବଜାରରେ ବୋମାମାଡ଼ : ଭୁବନେଶ୍ୱରରୁ ବନ୍ଧା ହେଲେ ୫

ଚିକିଟି, ୪ା୪(ପ୍ରକାଶ ଚନ୍ଦ୍ର ସାହୁ ): ବ୍ରହ୍ମପୁର ପୋଲିସ ଜିଲା କେ. ନୂଆଗାଁ ଥାନା ଚିକିଟିପେଣ୍ଠ ମୁଖ୍ୟ ବଜାରରେ ଗତ ମଙ୍ଗଳବାର ରାତି ସାଢେ ୮ଟାରେ ହୋଇଥିବା…

କଂଗ୍ରେସ ନେତା ଶଶି ଥରୁରଙ୍କ କନଭଏ ଉପରେ ଆକ୍ରମଣ, ବନ୍ଧୁକଧାରୀ ସହ ଡ୍ରାଇଭର ଆହତ

ଥିରୁଭାନନ୍ତପୁରମ,୪।୪: କଂଗ୍ରେସ ଏମପି ଶଶି ଥରୁରଙ୍କ ବନ୍ଧୁକଧାରୀ ଏବଂ ଡ୍ରାଇଭରଙ୍କ ଉପରେ ଆକ୍ରମଣ ସମ୍ପର୍କିତ ଏକ ଘଟଣା ସାମ୍ନାକୁ ଆସିଛି। ଏହି ଘଟଣା କେରଳର ୱାଣ୍ଡୁର ଅଞ୍ଚଳରେ…

ମେଡିକାଲ ଯାଇଥିଲେ ମା’ ବାପା: ଫେରିଲା ବେଳକୁ ୧୩ ବର୍ଷର ପୁଅକୁ ମାରି ଟାଙ୍ଗିଦେଇଛି…

କଳିଙ୍ଗନଗର,୪ା୪(ଶୁଭାଶିଷ ରାଉତ): ଯାଜପୁର ଜିଲା କଳିଙ୍ଗନଗର ଥାନା ଅନ୍ତର୍ଗତ ବାରାଖାଇ ଗ୍ରାମରେ ପୂର୍ବ ଶତ୍ରୁତାରୁ ଜଣେ ନାବାଳକଙ୍କୁ ଶୁକ୍ରବାର ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ…

ଦରକାର ଥିଲା ପୁଅ, ସ୍ତ୍ରୀ ପେଟରେ ଝିଅ ଥିବା ଜାଣି ଏମିତି କାଣ୍ଡ ଘଟାଇଲେ ସ୍ବାମୀ

ହାଇଦ୍ରାବାଦ,୪।୪: ତେଲେଙ୍ଗାନାର ହନମକୋଣ୍ଡାରେ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଆଝାରୁଦ୍ଦିନ ନାମକ ଜଣେ ବ୍ୟକ୍ତି ତାଙ୍କ ଗର୍ଭବତୀ ପତ୍ନୀ ଏବଂ ଦୁଇ ଝିଅଙ୍କୁ…

କେନାଲରୁ ମିଳିଲା ଶୁଭଲକ୍ଷ୍ମୀଙ୍କ ମୃତଦେହ, ହତ୍ୟା ସନ୍ଦେହ, ପଡ଼ୋଶୀ ଘରକୁ ପଶିଲା ସନ୍ଧାନୀ କୁକୁର

ରାଜନଗର, ୪ା୪(ଭାସ୍କର ରାଉତରାୟ): ନିଖୋଜ ଥିବା ଶୁଭଲକ୍ଷ୍ମୀଙ୍କ ମୃତଦେହ ଶୁକ୍ରବାର କେନାଲରୁ ମିଳିଛି। ଗାଁ ନିକଟ କେନାଲରେ ଖୋଜାଖୋଜି ପୂର୍ବରୁ ମୃତଦେହ ଭାସି ଆସିଥିବା ଦେଖିବାକୁ ମିଳିଥିଲା।…

ଶେଷ ହେବ ନାହିଁ ଯୁଦ୍ଧ? ଚିନ୍ତାରେ ପଡ଼ିଲାଣି ଆମେରିକା, ବଢାଇପାରେ ଡିଫେନ୍ସ ବଜେଟ

ଓ୍ବାଶିଂଟନ,୪।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ୩୬ ତମ ଦିନରେ ପହଞ୍ଚିଛି। ନିରନ୍ତର ଆକ୍ରମଣ ଏବଂ ପ୍ରତିଶୋଧମୂଳକ ଆକ୍ରମଣ ମଧ୍ୟରେ, ପରିସ୍ଥିତି କ୍ରମଶଃ…

ଗଛ କାଟୁଥିବା ବେଳେ ଉପରେ ପଡିଗଲା ଡାଳ; ୨୦ ଫୁଟ ଉପରେ ଝୁଲି ରହିଲେ ଯୁବକ, ତାପରେ…

ଉଦଳା,୪।୪(ସନ୍ତୋଷ କୁମାର ବାଛିନୀ): କପ୍ତିପଦା ଥାନା କଟୁରିଆ ଗ୍ରାମରେ ଅଭାବନୀୟ ଘଟଣା । ଗଛ ଉପରେ ଚଢ଼ି ଡାଳ କାଟୁଥିବା ବେଳେ ଉପରେ ପଡିଗଲା ଆଉ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri