Posted inଖେଳ

କମେଣ୍ଟ୍ରି ପ୍ୟାନେଲରେ ସାମିଲ ହେବାକୁ ବିସିସିଆଇକୁ ମଞ୍ଜରେକରଙ୍କ ଅନୁରୋଧ

ମୁମ୍ବାଇ,୩୧।୭(ପି.ଟି.): ପୂର୍ବତନ ଭାରତୀୟ କ୍ରିକେଟର ସଞ୍ଜୟ ମଞ୍ଜରେକର ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) କମେଣ୍ଟ୍ରି ପ୍ୟାନେଲରେ ପୁଣି ଥରେ ସାମିଲ ହେବାକୁ ଇଚ୍ଛା ପ୍ରକାଶ କରିଛନ୍ତି। ଏ ନେଇ ସେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)କୁ ଅନୁରୋଧ କରିଛନ୍ତି। ଚଳିତ ବର୍ଷ ମାର୍ଚ୍ଚରେ ଅନୁଷ୍ଠିତ ହୋଇଥିବା ଭାରତ- ଦକ୍ଷିଣ ଆଫ୍ରିକା ସିରିଜ ପୂର୍ବରୁ ତାଙ୍କୁ କମେଣ୍ଟ୍ରି ପ୍ୟାନେଲ୍‌ରୁ ହଟାଇ ଦିଆଯାଇଥିଲା। ଅବଶ୍ୟ ଏହି ସିରିଜ କୋଭିଡ୍‌-୧୯ ମହାମାରୀ କାରଣରୁ ବାତିଲ ହୋଇଥିଲା। ଏବେ ସେ ୟୁନାଇଟେଡ ଆରବ ଏମିରାଟ୍ସ (ୟୁଏଇ)ରେ ଖେଳାଯିବାକୁ ଥିବା ଆଇପିଏଲ୍‌ରେ କମେଣ୍ଟ୍ରି ପ୍ୟାନେଲରେ ଦ୍ୱିତୀୟଥର ସାମିଲ ହେବାକୁ ବୋର୍ଡକୁ ଅନୁରୋଧ କରିଛନ୍ତି। ସେ ବିସିସିଆଇ ଜାରି କରାଯାଇଥିବା ଗାଇଡଲାଇନ୍‌କୁ ମାନିବେ ଓ ସେହି ଅନୁସାରେ କାର୍ଯ୍ୟ କରିବେ ବୋଲି ମଞ୍ଜରେକର ଇମେଲ ଜରିଆରେ ବୋର୍ଡକୁ ଅବଗତ କରାଇଛନ୍ତି।
ଇଂଲଣ୍ଡରେ ଗତବର୍ଷ ଅନୁଷ୍ଠିତ ବିଶ୍ୱକପ୍‌ରେ ମଞ୍ଜରେକର ଅଲ- ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଉପରେ ବିବଦୀୟ ମନ୍ତବ୍ୟ ଦେଇ ଚର୍ଚ୍ଚା ସୃଷ୍ଟି କରିଥିଲେ। ଏ ନେଇ କେତେକ ଭାରତୀୟ ଖେଳାଳି ଏକାଠି ହୋଇ ମଞ୍ଜରେକରଙ୍କ ବିରୋଧରେ ବିସିସିଆଇ ନିକଟରେ ଅଭିଯୋଗ ଆଣିଥିଲେ। ଏବେ ଏହି ଘଟଣା ନେଇ ଆଉ ଚର୍ଚ୍ଚା କରିବାର ଆବଶ୍ୟକତା ନାହିଁ। ଜାଡେଜାଙ୍କ ବିଷୟରେ ଅବାଞ୍ଛିତ ମନ୍ତବ୍ୟ ଦେବା ନେଇ ମଞ୍ଜରେକର କ୍ଷମା ମାଗିସାରିଛନ୍ତି। ଟେଲିଭିଜନ କମେଣ୍ଟ୍ରି ନେଇ ଜାରି କରାଯାଇଥିବା ସବୁ ଗାଇଡଲାଇନ୍‌କୁ ମାନିନେବେ ବୋଲି କହିଛନ୍ତି। କ୍ରିକେଟ ସମ୍ପର୍କରେ ତାଙ୍କର ବହୁତ ଜ୍ଞାନ ରହିଛି। ସେ ଜଣେ ଉଚ୍ଚକୋଟୀର ଭାଷ୍ୟକାର ବୋଲି ବିସିସିଆଇର ଜଣେ ବରିଷ୍ଠ ଅଧିକାରୀ କହିଛନ୍ତି। ଏ ସଂକ୍ରାନ୍ତରେ ବସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଓ ସମ୍ପାଦକ ଜୟ ଶାହ ନିଷ୍ପତ୍ତି ନେବେ ବୋଲି ଆଶା କରାଯାଉଛି। ଇତିମଧ୍ୟରେ ଆଇପିଏଲ୍‌ କମେଣ୍ଟ୍ରି ପାଇଁ ବ୍ୟାଟିଂ କିମ୍ବଦନ୍ତୀ ସୁନୀଲ ଗାଭାସ୍କର ୟୁଏଇ ଯାତ୍ରା କରିବେ। ଖୁବ୍‌ଶୀଘ୍ର ମଞ୍ଜରେକରଙ୍କ ସମ୍ପର୍କରେ ନିଷ୍ପତ୍ତି ନିଆଯିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ କରି ବନ୍ଧା ହେଲେ ଯୁବକ

ଆନନ୍ଦପୁର,୮ା୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ରାମଚନ୍ଦ୍ରପୁରୁ ଥାନା ଅଧୀନ କଡ଼ରାପlଳ ଗ୍ରାମର ପ୍ରଦୋଷ ବରାଳ (୨୮) ଗତ ମଙ୍ଗଳବାର କୌଣସି କାରଣରୁ ରାମଚନ୍ଦ୍ରପୁରୁ ଥାନା ଅଧୀନ…

MI ବିପକ୍ଷରେ ଆଉଟ୍ ହୋଇ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ! ଭାଇରାଲ୍ ହେଉଛି ଭିଡିଓ

ମୁମ୍ବାଇ,୮।୪: ଆଇପିଏଲ ୨୦୨୬ର ୧୩ତମ ଲିଗ୍ ମ୍ୟାଚ୍, ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ଏକ ଚମତ୍କାର ଇନିଂସ ଖେଳିଥିଲେ । ମାତ୍ର ୧୪ ବଲ୍‌ରେ ୩୯ ରନ୍…

ପୋଲତଳୁ ମିଳିଲା ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର/ଲାଠୋର,୮ା୪(ସୁନିଲ କୁମାର ମହାନ୍ତି/ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଲାଠୋର ଥାନା ଅଧୀନ କରୁଆଁଝର କୋଉ ପୋଲତଳୁ ପୋଲିସ ବୁଧବାର ଏକ ମୃତଦେହ ଜବତ କରିଛି। ମୃତକ ଜଣକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri