ଗାଁ ଗାଁ ବୁଲି ଆବର୍ଜନା ସଂଗ୍ରହ କରୁଛନ୍ତି ମଞ୍ଜୁଲତା, ସାଉଁଟୁଛନ୍ତି ପ୍ରଶଂସା

ପାଟଣା,୨ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ମୂଷାଖୋରୀ ପଞ୍ଚାୟତ ମୂଷାଖୋରୀ ଗ୍ରାମର କାଶିଆ ସାହିର ମଞ୍ଜୁଲତା ମହାନ୍ତ ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ସାରଥୀ ଏବଂ ମୂର୍ତ୍ତିମନ୍ତ ପ୍ରତୀକ।
ବର୍ଷା, ଖରା କିମ୍ବା ଶୀତ କାକର କୌଣସି ପ୍ରତିକୂଳ ପରିସ୍ଥିତିକୁ ଖାତିର ନ କରି ସେ ପ୍ରତିଦିନ ନିଜେ ତିନି ଚକିଆ ସ୍ବଚ୍ଛତା ଗାଡ଼ି ଚଳାଇ ମଲ୍ଲୀପଶି ମାର୍କେଟଠାରୁ ଆରମ୍ଭ କରି ମୂଷାଖୋରୀ ଗ୍ରାମ ପଞ୍ଚାୟତର ସମସ୍ତ ଗାଁକୁ ଗାଁ ବୁଲି ବୁଲି ଅଳିଆ-ଆବର୍ଜନା ସଂଗ୍ରହ କରନ୍ତି। ତାଙ୍କର ଏହି ସମର୍ପିତ ସେବା ଫଳରେ ପରିବେଶ ସ୍ବଚ୍ଛ ଓ ସୁନ୍ଦର ରହିବା ସହ ସେ ଚର୍ଚ୍ଚିତ ହୋଇଛନ୍ତି। ଏହି କାର୍ଯ୍ୟକୁ ସେ କେବଳ ଚାକିରି ଭାବରେ ନୁହେଁ, ବରଂ ସମାଜସେବାର ଏକ ପବିତ୍ର ଦାୟିତ୍ୱବୋଧ ଭାବେ ଗ୍ରହଣ କରି ଆନନ୍ଦର ସହ କରିଆସୁଛନ୍ତି। ପ୍ରଚାର, ପ୍ରସାର କିମ୍ବା ଫଟୋ ଉଠାଇ ପ୍ରଶଂସା ସାଉଁଟିବାଠାରୁ ସେ ସଦା ସର୍ବଦା ଦୂରରେ ରହି ନିରବିଚ୍ଛିନ୍ନ ଭାବେ ସ୍ବଚ୍ଛ ଭାରତ ଅଭିଯାନକୁ ସଫଳ କରିବାରେ ନିଜକୁ ସମର୍ପିତ କରିଛନ୍ତି। ଏହି କାରଣରୁ ସେ ଆଜି ସ୍ବଚ୍ଛ ଭାରତ ମିଶନର ଜଣେ ପ୍ରକୃତ ବ୍ରାଣ୍ଡ ଆମ୍ବାସାଡର ଭାବେ ପରିଚିତ।
ତାଙ୍କର ଏହି ଅସାଧାରଣ ସେବା ଓ ସମର୍ପଣକୁ ସ୍ବୀକୃତି ପୂର୍ବକ ସମ୍ମାନ ଜଣାଇ ଆଗାମୀ ପବିତ୍ର ସ୍ବାଧୀନତା ଦିବସ ଅବସରରେ ପାଟଣା ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳନ କମିଟି ପକ୍ଷରୁ ତାଙ୍କୁ ସମ୍ବର୍ଦ୍ଧିତ କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଆଧୁନିକ ତଥାକଥିତ ମହିଳା ସମାଜ ପାଇଁ ସେ ନିଶ୍ଚୟ ଏକ ପ୍ରେରଣା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାଉରକେଲାରେ ଲଜ୍ଜା! ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ଯୌନ ଉତ୍ପୀଡ଼ନ, ଦେହରେ କ୍ଷତବିକ୍ଷତ ଚିହ୍ନ; ଖୋଳତାଡ଼ କରୁଛି…

ରାଉରକେଲା, ୧୬।୯ (ସଙ୍ଗୀତା ଜେନା): ରାଉରକେଲା ସେକ୍ଟର-୩ ଥାନା ଅନ୍ତର୍ଗତ ସେକ୍ଟର-୨ ଏନ୍‌ଏସି ମାର୍କେଟ ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କ ସହ ଯୌନ ଉତ୍ପୀଡ଼ନ ହୋଇଥିବା…

ବାତ୍ୟା ଆକଳନ ହୋଇନି, ଆତଙ୍କିତ ହୁଅନ୍ତୁ ନାହିଁ

ଭୁବନେଶ୍ୱର, ୧୬ା୯ (ବନ୍ଦନା ସେଠୀ) – ଉତ୍ତର ଥାଇଲାଣ୍ଡ ଉପରେ ବୁଧବାର ସକାଳ ୮ଟା ୩୦ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଆସନ୍ତା ୧୮ ତାରିଖ…

ଛାତ୍ର ଆନ୍ଦୋଳନ ଆଗରେ ନଇଁଲେ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ! ପ୍ରକାଶ ପାଇଲା ସଂଶୋଧିତ ମାର୍କସିଟ୍, ବଢ଼ିଲା ଯୁକ୍ତ ୩ ପାସ୍ ହାର

ଭଞ୍ଜନଗର, ୧୬।୯ (ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରକାଶିତ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷ ଶେଷରେ ଥମିବାରେ…

ହାଟଡିହୀରେ ଶିକ୍ଷକ ସଂଘର ମହାମନ୍ଥନ! ନୂଆ ଆବାହକ ହେଲେ ଶଶି ଭୂଷଣ ପୁହାଣ, ସମସ୍ୟାର ସମାଧାନ ପାଇଁ ସଜବାଜ

ହାଟଡିହୀ/ଛେନାପଦୀ, ୧୬/୯ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଣା ମଠଠାରେ ଏନପିଏସ ଶିକ୍ଷକ ସଂଘର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବରିଷ୍ଠ ଶିକ୍ଷକ ଶଶି…

ଅଧ୍ୟୟନରେ ବଡ଼ ଖୁଲାସା, ବାୟୁ ପ୍ରଦୂଷଣ ବଢ଼ାଉଛି ଆତ୍ମହତ୍ୟା ମନୋଭାବ

ନୂଆଦିଲ୍ଲୀ,୧୬।୯: ବାୟୁ ପ୍ରଦୂଷଣ କେବଳ ଫୁସ୍‌ଫୁସ୍‌, ହାର୍ଟ କିମ୍ବା ଶ୍ୱାସଜନିତ ସମସ୍ୟା ପାଇଁ ବିପଦ ନୁହେଁ, ଏହା ମାନସିକ ସ୍ୱାସ୍ଥ୍ୟ ଉପରେ ମଧ୍ୟ ପ୍ରଭାବ ପକାଇପାରେ ।…

ଗ୍ଲୋବାଲ୍‌ CEO ରାଉଣ୍ଡଟେବୁଲ୍‌ ବୈଠକରେ ବଡ଼ ଘୋଷଣା କଲେ ମୋଦି, ୧ କୋଟି ଲୋକଙ୍କୁ…

ନୂଆଦିଲ୍ଲୀ,୧୬।୯: ‘ସେବା ତୀର୍ଥ’ରେ ବିଶ୍ୱର ପ୍ରମୁଖ ସେମିକଣ୍ଡକ୍ଟର କମ୍ପାନୀଗୁଡ଼ିକର CEOଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଦେଶର ବୈଷୟିକ ଭବିଷ୍ୟତ ଗଠନ…

UPI ଚାର୍ଜ ନିଷ୍ପତ୍ତିକୁ ପ୍ରତ୍ୟାହାର କରିବେ କି ସରକାର? ଆସିଲା ବଡ଼ ଅପଡେଟ୍

ନୂଆଦିଲ୍ଲୀ,୧୬।୯: ୨,୦୦୦ ଟଙ୍କାରୁ ଅଧିକ UPI କାରବାର ଉପରେ ୦.୪ ପ୍ରତିଶତ ମର୍ଚ୍ଚାଣ୍ଟ ଡିସ୍‌କାଉଣ୍ଟ ରେଟ୍‌ (MDR) ଲାଗୁ ହେବା ନେଇ ଘୋଷଣା କରାଯାଇଛି । ତେବେ…

ଗଣେଶ ବିସର୍ଜନ ବେଳେ ଅଘଟଣ! ଜେନେରେଟରରେ ତେଲ ଢାଳୁ ଢାଳୁ ଲାଗିଲା ନିଆଁ, ଯୁବକ…

ଝରିଗାଁ, ୧୬।୯ (କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମେରା ଗ୍ରାମରେ ଗଣେଶ ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ଏକ ଅଭାବନୀୟ ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?