ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନାହିଁ: ପ୍ରଧାନମନ୍ତ୍ରୀ ମୋଦି

ଜାତିସଂଘ,୨୪ା୯: ମାନବଜାତିର ସଫଳତା ଯୁଦ୍ଧକ୍ଷେତ୍ରରେ ନୁହେଁ, ଆମର ସାମୂହିକ ସାମର୍ଥ୍ୟରେ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଜାତିସଂଘର ‘ସମିଟ୍‌ ଅଫ୍‌ ଦି ଫ୍ୟୁଚର’ରେ ଉଦ୍‌ବୋଧନ ଦେଇ କହିଛନ୍ତି। ବିଶ୍ୱ ସ୍ତରରେ ଦ୍ୱନ୍ଦ୍ୱ ବଢ଼ିଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ଏଭଳି ମନ୍ତବ୍ୟ ଦେଇଛନ୍ତି। ଜାତିସଂଘ ସାଧାରଣ ସଭା ହଲ୍‌ର ପୋଡିୟମ୍‌ରୁ ବିଶ୍ୱନେତାମାନଙ୍କୁ ଉଦ୍‌ବୋଧନ ଦେଇ ମୋଦି କହିଥିଲେ, ସେ ଜାତିସଂଘର ୧୪୦ କୋଟି ଭାରତୀୟ ବା ଏକ-ଷଷ୍ଠାଂଶ ମାନବଜାତିର ସ୍ବରକୁ ଉପସ୍ଥାପନ କରୁଛନ୍ତି।

ଆମେ ବୈଶ୍ୱିକ ଭବିଷ୍ୟତ ସମ୍ପର୍କରେ ଆଲୋଚନା କଲାବେଳେ ମାନବକୈନ୍ଦ୍ରିକ ଦୃଷ୍ଟିକୋଣକୁ ସର୍ବାଧିକ ପ୍ରାଥମିକତା ଦିଆଯିବା ଉପରେ ସହମତ ହେବା ଜରୁରୀ। ରବିବାର ସମିଟ୍‌ର ପ୍ରଥମ ଦିନରେ ପ୍ୟାକ୍ଟ ଅଫ୍‌ ଦି ଫ୍ୟୁଚର ସର୍ବସମ୍ମତିକ୍ରମେ ଗୃହୀତ ହୋଇଥିଲା। ଏଥିରେ ସ୍ଥାୟୀ ବିକାଶ, ଅନ୍ତର୍ଜାତୀୟ ଶାନ୍ତି ଓ ସୁରକ୍ଷା, ବିଜ୍ଞାନ ଓ ପ୍ରଯୁକ୍ତି, ଯୁବ ଓ ଭବିଷ୍ୟତ ପିଢ଼ି ଏବଂ ବୈଶ୍ୱିକ ଶାସନରେ ପରିବର୍ତ୍ତନ ଉପରେ ସର୍ବାଧିକ ଗୁରୁତ୍ୱ ଦିଆଯାଇଥିଲା। ଇସ୍ରାଏଲ୍‌-ହମାସ୍‌ ଯୁଦ୍ଧ ଏବଂ ୟୁକ୍ରେନ୍‌ ଯୁଦ୍ଧ ସମେତ ଜଳବାୟୁ ପରିବର୍ତ୍ତନ, ଅସମାନତା ଏବଂ ଭୂରାଜନୈତିକ ବିଭାଜନ ଆଦି ଚ୍ୟାଲେଞ୍ଜ ଲାଗିରହିଥିବାବେଳେ ଜାତିସଂଘ ସାଧାରଣ ସଭା ପକ୍ଷରୁ ସମିଟ୍‌ ଅଫ୍‌ ଦି ଫ୍ୟୁଚର ଆରମ୍ଭ ହୋଇଛି।

ଜାତିସଂଘ ଆସନ୍ତାବର୍ଷ ୮୦ ବର୍ଷରେ ପଦାର୍ପଣ କରୁଥିବାବେଳେ ବୈଶ୍ୱିକ ସଂସ୍ଥାରେ ସଂସ୍କାରର ଆବଶ୍ୟକତା ଉପରେ ଆଲୋଚନା ହୋଇଥିଲା। ସ୍ଥାୟୀ ବିକାଶ ଲକ୍ଷ୍ୟ, ଜଳବାୟୁ ପରିବର୍ତ୍ତନ ଏବଂ କୃତ୍ରିମ ବୁଦ୍ଧିମତ୍ତା (ଏଆଇ)ର ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଥିଲେ ମଧ୍ୟ ଏହିସବୁ ଲକ୍ଷ୍ୟ ହାସଲ ପାଇଁ ଆବଶ୍ୟକ ପଦକ୍ଷେପ ପାଇଁ ନିର୍ଦ୍ଦିଷ୍ଟ ସମୟସୀମା ଧାର୍ଯ୍ୟ ହୋଇନାହିଁ। ବୈଶ୍ୱିକ ଶାନ୍ତି ଓ ବିକାଶ ପାଇଁ ବିଶ୍ୱସ୍ତରୀୟ ଅନୁଷ୍ଠାନଗୁଡ଼ିକର ସଂସ୍କାର ଜରୁରୀ । ଜି-୨୦ରେ ଆଫ୍ରିକୀୟ ୟୁନିୟନକୁ ସ୍ଥାୟୀ ସଦସ୍ୟ ଭାବେ ସାମିଲ କରିବା ଏ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ବୋଲି ମୋଦି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

ଭାଜପା ନେତାଙ୍କୁ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ଭବାନୀପାଟଣା,୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ. ରାମପୁର ଥାନା ଡମକର୍ଲାଖୁଣ୍ଟାର ସରପଞ୍ଚ ସ୍ନିଗ୍ଧା ରଣାଙ୍କ ସ୍ୱାମୀ ତଥା ଭାଜପା ନେତା ଫକୀର ରଣାଙ୍କୁ ବୁଧବାର ସନ୍ଧ୍ୟାରେ…

ଉଠୁନି ଚାଉଳ.. ଏବେଠୁ ଧାନ ବିକ୍ରି ଚିନ୍ତା, ଲୋକ ସଭାରେ ପ୍ରଶ୍ନ ଉଠାଇଲେ ବରଗଡ଼ ଏମପି

ବରଗଡ଼,୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଖରିଫ୍‌ ଚାଷ କାର୍ଯ ଜାରି ରହିଛି । ଆଉ ଅଢ଼େଇ ମାସରୁ ୩ମାସ ମଧ୍ୟରେ ଧାନ ଅମଳ ହେବ ଏବଂ ଏହାପରେ…

ବିନା ଲାଇସେନ୍ସରେ ବିକ୍ରି ହେଉଥିଲା ବିଦେଶୀ ମଦ, ଫାଷ୍ଟଫୁଡ୍ ଦୋକାନରେ ଚଢ଼ାଉ କରି ଧରିଲା ପୋଲିସ

ଦିଗପହଣ୍ଡି,୫।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ଗ୍ରାମ ଛକରେ ଥିବା ସମୀର ରାଉତଙ୍କ ଫାଷ୍ଟଫୁଡ୍ ଦୋକାନରୁ ୫୮ ବୋତଲ ବିଦେଶୀ ମଦ ଜବତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri