ବିଜେଡି ଟିକେଟ ଦୌଡ଼ରେ ମନ୍ମଥ ମିଶ୍ର

ଭୋଗରାଇ,୧୫ା୯(ପ୍ରଦୀପ ଦାସ): ସଙ୍ଗୀତ ନିର୍ଦ୍ଦେଶକ ତଥା କଣ୍ଠଶିଳ୍ପୀ ମନ୍ମଥ ମିଶ୍ର ଭୋଗରାଇ ନିର୍ବାଚନମଣ୍ଡଳୀ ବିଜେଡି ଟିକେଟ ଦୌଡ଼ରେ ସାମିଲ ହୋଇଛନ୍ତି। ଏହି ନିର୍ବାଚନ ମଣ୍ଡଳୀର ବରିଷ୍ଠ ବିଜେଡି ନେତା ତଥା ବିଧାୟକ ଅନନ୍ତ ଦାସ ବୟସାଧିକ୍ୟ କାରଣରୁ ଆସନ୍ତା ନିର୍ବାଚନରେ ପ୍ରାର୍ଥୀ ହେବାରୁ ବଞ୍ଚିତ ହୋଇପାରନ୍ତି ବୋଲି କର୍ମୀ ମହଲରେ ଆଲୋଚନା ହେଉଛି। ଏହି ସୁଯୋଗରେ ଏକାଧିକ ନେତା ବିଜେଡି ଟିକେଟ ପାଇଁ ଲବି ଆରମ୍ଭ କରି ଦେଇଥିବା ବେଳେ ମନ୍ମଥ ମଧ୍ୟ ମଉକା ଦେଖି ଚଉକା ମାରିବା ଚକ୍କରରେ ରହିଛନ୍ତି। ଭୋଗରାଇର ପ୍ରସିଦ୍ଧ ଶୈବପୀଠ ଚନ୍ଦନେଶ୍ୱର ମନ୍ଦିରରେ ଗୁରୁବାର ପୂଜାର୍ଚ୍ଚନା କରିବା ସହ ସେ ତାଙ୍କର ଅଭିଯାନ ଆରମ୍ଭ କରିଛନ୍ତି। ନିର୍ବାଚନମଣ୍ଡଳୀରେ ଲୋକଙ୍କ ସେବା କରିବା ନିମନ୍ତେ ଭଗବାନଙ୍କ କରୁଣା ନେବାକୁ ଆସିଥିବା ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଆଦର୍ଶ ଓ କାର୍ଯ୍ୟଧାରାରେ ବିଶ୍ୱାସ ରଖି ସେ ଭାଜପାରୁ ଇସ୍ତଫା ଦେଇ ବିଜେଡିରେ ସାମିଲ ହୋଇଥିବା ଏବଂ ଆସନ୍ତା ନିର୍ବାଚନରେ ଭୋଗରାଇରୁ ପ୍ରାର୍ଥୀ ହେବା ଲାଗି ଇଚ୍ଛୁକ ଥିବା କହିଛନ୍ତି। ମୁଖ୍ୟମନ୍ତ୍ରୀ ଯଦି ତାଙ୍କୁ ଦଳୀୟ ପ୍ରାର୍ଥୀ କରନ୍ତି ତେବେ ସେ ଏହାକୁ ସାଦରେ ଗ୍ରହଣ କରିବେ ଓ ଆଗକୁ ବଢ଼ିବେ ବୋଲି ଚନ୍ଦନେଶ୍ୱରସ୍ଥିତ ଏକ ହୋଟେଲରେ ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ଆଠଗଡ଼ ମୋ ଜନ୍ମସ୍ଥାନ ହୋଇଥିଲେ ମଧ୍ୟ ୩୦ବର୍ଷ ଧରି ଭୋଗରାଇକୁ କର୍ମସ୍ଥାନ ବୋଲି ବାଛି ନେଇଛି। ଭୋଗରାଇ ପାଣି ପବନରେ ବଢିଛି, ଏଠାକାର ଆବାଳବୃଦ୍ଧବନିତାଙ୍କ ସହ ଓତଃପ୍ରୋତ ଭାବେ ଜଡିତ ରହିଛି। ବିଧାୟକ ଅନନ୍ତ ଦାସ ଭୋଗରାଇର ଉନ୍ନୟନ କାର୍ଯ୍ୟକୁ ବହୁ ଆଗକୁ ନେଇଥିବା ବେଳେ ମୋତେ ସୁଯୋଗ ମିଳିଲେ ଏ ଅଞ୍ଚଳର ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ ପାଇଁ ବଦ୍ଧପରିକର ହେବି ବୋଲି ମନ୍ମଥ କହିଛନ୍ତି। ଏହି ଖବରଦାତା ସମ୍ମିଳନୀରେ ତବଲା ବାଦକ ଜିତେନ୍ଦ୍ର ବେହେରା, ନିମାତପୁର ପଞ୍ଚାୟତର ଯୁବନେତା ଦିଲୀପ ପ୍ରଧାନ, ଦେଉଳା ପଞ୍ଚାୟତ ଯୁବନେତା ସତ୍ୟବ୍ରତ ଘଡ଼ାଇ, ବିରଜା ଗ୍ରାମର ବରେନ୍ଦ୍ର ଦତ୍ତ, ଚନ୍ଦନେଶ୍ୱର ଯୁବନେତା ରବୀନ୍ଦ୍ର ଜେନା ପ୍ରମୁଖ ଉପସ୍ଥିତ ଥିଲେ। ମନ୍ମଥ ଭୋଗରାଇର ବହୁ କଳାକାର, ଛାମୁଆ ଯୁବନେତା ଓ ବୁଦ୍ଧିଜୀବୀଙ୍କୁ ସାକ୍ଷାତ୍‌ କରୁଥିବାରୁ ଏଠାକାର ରାଜନୀତି ଏବେ ସରଗରମ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ୟୁକ୍ରେନ୍‌-ରୁଷିଆ ଯୁଦ୍ଧ: ୟୁକ୍ରେନ୍‌ର ଡ୍ରୋନ ଆକ୍ରମଣରେ ଜଳିଗଲା ରୁଷିଆର ବଡ଼ ଗୋଦାମ ଘର

ମସ୍କୋ,୧୬ା୮: ରୁଷିଆ ୟୁକ୍ରେନ୍‌ ଉପରେ ଜୋର୍‌ଦାର ଏୟାରଷ୍ଟ୍ରାଇକ୍‌ କରିଥିବା ବେଳେ କିଭ୍‌ ମଧ୍ୟ ଏହାର କଡ଼ା ଜବାବ ଦେଇଛି। ମସ୍କୋ ଅଞ୍ଚଳରେ ୟୁକ୍ରେନ୍‌ ଓଜନଦାର ଡ୍ରୋନ୍‌ ଯୋଗେ…

ଗାଲେ ଟେଷ୍ଟରେ ପଡିକଲଙ୍କ ଦମ୍‌ଦାର ଶତକ, ଭାରତ ୪୬୦/୯

ଗାଲେ, ୧୬ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଭାରତୀୟ ବ୍ୟାଟର ଦମ୍‌ଦାର ପ୍ରଦର୍ଶନ କରିଛନ୍ତି। ବ୍ୟାଟର ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ…

କେନାଲରେ ଫସି ରହିଥିଲା ବାର୍‌ହା, ଏମିତି ଉଦ୍ଧାର କଲେ ଅଗ୍ନିଶମ କର୍ମଚାରୀ

ଗଞ୍ଜାମ,୧୬।୮(ବିଦ୍ୟାଧର ସାହୁ): ଗଞ୍ଜାମ ସହର ସ୍ଥିତ ପୋତାଗଡ଼ ପାର୍ଶ୍ୱରେ ଥିବା ଋଷୁକୂଲ୍ୟା ନଦୀ ଜଳରେ ବୋଟିଙ୍ଗ ପାଇଁ ନିର୍ମାଣ ହୋଇଥିବା କ୍ଷୁଦ୍ର କେନାଲରେ ଫସି ରହିଥିବା ଏକ…

Ananya Raj Death: ୩୫ ବର୍ଷରେ ଅଭିନେତ୍ରୀ ଅନନ୍ୟା ରାଜଙ୍କ ପରଲୋକ, ମାସେ ପରେ ସାମ୍ନାକୁ ଆସିଲା ଖବର

ମୁମ୍ବାଇ,୧୬।୮: ଅଭିନେତ୍ରୀ ତଥା ସୋସିଆଲ ମିଡିଆ ଷ୍ଟାର ଅନନ୍ୟା ରାଜଙ୍କ ୩୫ ବର୍ଷ ବୟସରେ ଦେହାନ୍ତ ହୋଇଛି । ତାଙ୍କ ମୃତ୍ୟୁର ପ୍ରାୟ ଏକ ମାସ ପରେ…

ଛକରେ କଫସିରପ ବିକ୍ରି ବେଳେ ମାଡିବସିଲା ସୋହେଲା ପୋଲିସ, ୩ ଗିରଫ

ସୋହେଲା,୧୬।୮(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ପୋଲିସ ଆଜି ବାଉଁସେନମୁରା ଗ୍ରାମ ପଂଚାୟତ ଅନ୍ତର୍ଗତ କେନ୍ଦବାହାଲ ରାସ୍ତାରେ ପେଟ୍ରୋଲିଂ ସମୟରେ ତିନିଜଣ କଫସିରପ ବ୍ୟବସାୟୀଙ୍କୁ ଗିରଫ କରି…

UGC NET 2026: ପରୀକ୍ଷା ନେଇ ବଡ଼ ଖବର: ଏହି ୩ବିଷୟରେ ପୁନଃ ପରୀକ୍ଷା ଦେବେ ଛାତ୍ରୀଛାତ୍ର!

ନୂଆଦିଲ୍ଲୀ,୧୬।୮: UGC-NET ଜୁନ୍ ୨୦୨୬ ପରୀକ୍ଷାକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ସୂଚନା ଅନୁସାରେ, ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ଇଂରାଜୀ, କମର୍ସ ଏବଂ…

ଅନ୍ଧାରିଆ ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ; ମାଡ଼ିବସିଲା ଝରିଗାଁ ପୋଲିସ, ଜବତ କଲା…

ଝରିଗାଁ,୧୬।୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ନିକଟସ୍ଥ ହୁଣ୍ଡାରଧଡକି ଜଙ୍ଗଲ ନିକଟରେ ଜୁଆ ଖେଳ ଚାଲିଥିବା ବେଳେ ରବିବାର ସନ୍ଧ୍ୟାରେ ଝରିଗାଁ ପୋଲିସ ତରଫରୁ ଅତର୍କିତ…

ଖେମୁଣ୍ଡି ଫୁଟବଲ ଟୁର୍ନାମେଣ୍ଟ: ବ୍ରହ୍ମପୁରର ନଟରାଜ ଟିମ୍‌ ଚାମ୍ପିୟନ

ଦିଗପହଣ୍ଡି,୧୬।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି ସ୍ପୋର୍ଟିଂ କ୍ଲବ ଏବଂ ଏନଏସି କାର୍ଯ୍ୟାଳୟର ମିଳିତ ଆନୁକୁଲ୍ୟରେ ପବିତ୍ର ସ୍ବାଧୀନତା ଦିବସ ଅବସରରେ ସ୍ଥାନୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri