ପ୍ରେମ ପଟ୍ଟନାୟକଙ୍କୁ ନେଇ ସଙ୍କେତ ଦେଲେ ମନ୍ମଥ, ଆଜି ନବୀନ କରିବେ ବଡ଼ ଘୋଷଣା

ଭୁବନେଶ୍ୱର,୨୨।୮: ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ଜାଣିବା ପାଇଁ ତାଙ୍କ ବ ଭାଇ ପ୍ରେମ ପଟ୍ଟନାୟକ ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଗତ କିଛି ଦିନ ହେବ ନବୀନ ପଟ୍ଟନାୟକ ଅସୁସ୍ଥ ଥିଲେ ଏବଂ ସେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଥିଲେ। ବର୍ତ୍ତମାନ ସେ ଡିସଚାର୍ଜ ହୋଇଛନ୍ତି।

ତେବେ ଏନେଇ ବିଜେଡି ନେତା ମନ୍ମଥ ରାଉତରାୟ ବଡ଼ ବୟାନ ଦେଇଛନ୍ତି। ପ୍ରେମ ପଟ୍ଟନାୟକଙ୍କୁ ନେଇ ସଙ୍କେତ ଦେଇଛନ୍ତି ମନ୍ମଥ। ସୂଚନା ଅନୁଯାୟୀ, ଆଜି ସଂଧ୍ୟାରେ ନବୀନ ନିବାସରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ, ଯେଉଁଥିରେ ପ୍ରେମ ପଟ୍ଟନାୟକ ବରିଷ୍ଠ ନେତାମାନଙ୍କୁ ଭେଟିବେ। ଏହି ବୈଠକରେ ବିଜେଡିର ପରବର୍ତ୍ତୀ ରାଜନୈତିକ ପଦକ୍ଷେପ ଓ ଦଳର ଭବିଷ୍ୟତ ରଣନୀତି ନେଇ ଆଲୋଚନା ହେବାର ସମ୍ଭାବନା ରହିଛି।

ସେ ଏହି ବୈଠକକୁ ନେଇ କହିଛନ୍ତି ଯେ ଅଭିଜ୍ଞ ନେତାମାନଙ୍କୁ ସାମିଲ କରି ଦଳର ସାଂଗଠନିକ ସ୍ଥିତିକୁ ମଜବୁତ କରିବା ପାଇଁ ଏହା ଏକ ପ୍ରୟାସ। ସେ ଆହୁରି ମଧ୍ୟ ଇଙ୍ଗିତ ଦେଇଛନ୍ତି ଯେ ଏହି ବୈଠକରେ ପ୍ରେମ ପଟ୍ଟନାୟକଙ୍କ ଭୂମିକା ଏବଂ ଦଳର ଭବିଷ୍ୟତ ଯୋଜନା ଉପରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇପାରେ। ନବୀନ ନିବାସରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକକୁ ନେଇ ରାଜନୈତିକ ମହଲରେ ହଲଚଲ ଦେଖାଦେଇଛି। ବିଜେଡି ନେତୃତ୍ୱ ଏହି ବୈଠକ ମାଧ୍ୟମରେ ଆଗାମୀ ଦିନରେ ଦଳର ରଣନୀତିକୁ କିପରି ଆଗେଇ ନେବେ, ତାହା ଉପରେ ସମସ୍ତଙ୍କ ନଜର ରହିଛି।

ସୂଚନା ଅନୁଯାୟୀ, ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥା ନେଇ ତାଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ତୁରନ୍ତ ଭୁବନେଶ୍ୱର ଆସିଛନ୍ତି। ଏଥିସହ ତାଙ୍କ ସ୍ତ୍ରୀ ତଥା ନବୀନଙ୍କ ଭାଉଜ ମଧ୍ୟ ଆସିଛନ୍ତି। ତେବେ ପ୍ରେମ ପଟ୍ଟନାୟକଙ୍କ ଏହି ଆଗମନ ନବୀନଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଚର୍ଚ୍ଚାକୁ ଆହୁରି ତୀବ୍ର କରିଛି। ଏଥିସହ ଓଡ଼ିଶା ରାଜନୈତିକ ମହଲରେ ମଧ୍ୟ ହଲଚଲ ଦେଖିବାକୁ ମିଳିଛି। କାରଣ ଦେଖାଯାଇଛି ନବୀନଙ୍କ ପରିବାର ଲୋକ ସେମିତି କିଛି ବଡ଼ ଘଟଣା ନ ହେଲେ ଭୁବନେଶ୍ୱର ଆସି ନ ଥାନ୍ତି। କିଛି ବଡ଼ କାରଣ ଥିଲେ ସେ ଆସନ୍ତି। କିନ୍ତୁ ଏବେ ନବୀନଙ୍କ ଦେହ ଖରାପ ଯୋଗୁ ସେ ଆସିଥାପାରନ୍ତି। ହେଳେ ନବୀନଙ୍କ ଭଉଣୀ ଗୀତା ମେହେଟ୍ଟା ସବୁବେଳେ ଓଡ଼ିଶା ଆସନ୍ତି। କିନ୍ତୁ ପ୍ରେମ ପଟ୍ଟନାୟକ ଆସନ୍ତିନି। ଗତ କିଛିଦିନ ଧରି ନବୀନ ଓ ପାଣ୍ଡିଆନଙ୍କ ଭିଡିଓ ଭାଇରାଲ ଭିତରେ ପ୍ରେମ ପଟ୍ଟନାୟକ ଭୁବନେଶ୍ୱର ଆସିବା ଓଡ଼ିଶା ରାଜନୀତିରେ ହଇଚଇ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

୭ ବର୍ଷର ଶିଶୁକୁ ଅପହରଣ କରି ଗଳାକାଟି ହତ୍ୟା: ଟଙ୍କାମାଗିଲେ, ପରେ  ମୃତଦେହ ବସ୍ତାରେ ବାନ୍ଧି…

ବିଷମକଟକ,୭।୩(ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା ବିଷମକଟକ ବ୍ଲକ ଅନ୍ତର୍ଗତ ଚାଟିକଣା ଅଞ୍ଚଳରେ ଜଣେ ୭ ବର୍ଷର ଶିଶୁକୁ ଅପହରଣ ପରେ ଗଳାକାଟି ହତ୍ୟା କରାଯିବା ଘଟଣା…

ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ ଶିକ୍ଷକଙ୍କ ଅସଦାଚରଣ, ଗ୍ରାମବାସୀଙ୍କ ହୋ-ହଲ୍ଲା ପରେ…

ବାସୁଦେବପୁର,୭ା୩(ନାରାୟଣ ପ୍ରସାଦ ବାରିକ): ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ଅଧୀନ ସାନକୃଷ୍ଣପୁର ପଞ୍ଚାୟତର ଚାନ୍ଦିମାଳଠାରେ ଥିବା ଜବାହୀ ନବୋଦୟ ବିଦ୍ୟାଳୟରେ ପଢୁଥିବା ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ହିନ୍ଦୀ…

ଯୁଦ୍ଧର ପ୍ରଭାବ! ଏହି ଦେଶରେ ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍‌

ଇସଲାମାବାଦ,୭।୩: ପାକିସ୍ତାନ ବର୍ତ୍ତମାନ ପେଟ୍ରୋଲ ଏବଂ ଡିଜେଲର ଘୋର ଅଭାବର ସମ୍ମୁଖୀନ ହେଉଛି। ବେଲୁଚିସ୍ତାନ, ଖାଇବର ପଖତୁନଖ୍ବା, ପଞ୍ଜାବ (ପାକିସ୍ତାନ) ଏବଂ ସିନ୍ଧ ସମେତ ଅନେକ ଅଞ୍ଚଳରେ…

ହାର୍ଦ୍ଦିକଙ୍କ ସହ ମାହିକାଙ୍କୁ ଦେଖି କେମିତି ରିଆକ୍ସନ ଦେଲେ ଗୌତମ ଗମ୍ଭୀର? ଦେଖନ୍ତୁ ଭିଡ଼ିଓ

ନୂଆଦିଲ୍ଲୀ,୭।୩: ଇଂଲଣ୍ଡ ବିପକ୍ଷ ସେମିଫାଇନାଲରେ ଟିମ ଇଣ୍ଡିଆର ବିଜୟରେ ହାର୍ଦ୍ଦିକ ପାଣ୍ଡ୍ୟା ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ। ସେ ପ୍ରଥମେ ବ୍ୟାଟ ସହିତ ଚମତ୍କାର ପ୍ରଦର୍ଶନ କରିଥିଲେ,…

ମଦ ବୋତଲରେ ମିଳିଲା ଏମିତି ଜିନିଷ ଗ୍ରାହକଙ୍କ ଉଡିଲା ହୋସ୍‌, ଦୋକାନି କହିଲେ ଆମ କାମ ବିକ୍ରି କରିବା ତିଆରି କରିବା ନୁହେଁ

ହାଇଦ୍ରାବାଦ,୭।୩: ହାଇଦ୍ରାବାଦର ନାଚାରାମ ଅଞ୍ଚଳରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଘଟିଛି। ବିୟର ବୋତଲ ଖୋଲିବା ମାତ୍ରେ ଜଣେ ବ୍ୟକ୍ତି ଭିତରେ ଏକ ଛୋଟ ମାଛ ପହଁରୁଥିବାର ଦେଖିଲେ।…

ଫାଇନାଲ୍‌ରେ ସଞ୍ଜୁ ସାମସନ ମାତ୍ର ୨୬ ରନ୍‌ କଲେ ଟିମ୍‌ ଇଣ୍ଡିଆ ହୋଇଯିବ ଚାମ୍ପିୟନ: ଜାଣନ୍ତୁ କେମିତି

ଅହମ୍ମଦାବାଦ୍‌,୭।୩: ଟି୨୦ ବିଶ୍ୱକପର ଫାଇନାଲ ମ୍ୟାଚ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ମାର୍ଚ୍ଚ ୮ରେ ଅନୁଷ୍ଠିତ ହେବାକୁଯାଉଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ହେବାକୁ ଥିବା ଏହି…

ଯୁଦ୍ଧ ହେଲା, ମିଶାଇଲ ଗର୍ଜିଲା…, ହେଲେ ବଢିବା ପରିବର୍ତ୍ତେ କାହିଁକି କମିଲା ସୁନାର ଦାମ୍‌? ଜାଣନ୍ତୁ ଭିତିରି କଥା

ନୂଆଦିଲ୍ଲୀ,୭।୩: ମଧ୍ୟପ୍ରାଚ୍ୟ ଉଷ୍ମ ହେଉଛି। ଇରାନ ବିରୁଦ୍ଧରେ ଆମେରିକା-ଇସ୍ରାଏଲ ମିଳିତ ସାମରିକ କାର୍ଯ୍ୟାନୁଷ୍ଠାନ ଏବଂ ତେହେରାନର ପ୍ରତିଶୋଧମୂଳକ ଆକ୍ରମଣ, ବିଶ୍ୱବ୍ୟାପୀ ବଜାରରେ ଭୟ ସୃଷ୍ଟି କରିଛି। ଇତିହାସ…

ବେଆଇନ ବାଲି ଚାଲାଣ ଧରପଗଡ଼, ୭ ଟ୍ରାକ୍ଟରରୁ ଆଦାୟ ହେଲା ଏତିକି ଟଙ୍କାର ଜରିମାନା…

ଗୁଣପୁର,୭ା୩(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ଉପଜିଲାପାଳ ଦୁଧାଲ ଅଭିଷେକ ଦିଲ୍ଲୀପଙ୍କ ନେତୃତ୍ୱରେ ବେଆଇନ ବାଲିଚାଲାଣ ଓ ଧରପଗଡ଼ ହୋଇଥିଲା। ଭୋର୍‌ ସମୟରେ ହଠାତ୍‌ ଉପଜିଲାପାଳଙ୍କ ନେତୃତ୍ୱରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri