ପାଣ୍ଡିଆନଙ୍କୁ ଟାର୍ଗେଟ ପରେ ଶ୍ରିମୟୀଙ୍କୁ ‘ମଡର୍ଣ୍ଣ ମନ୍ଥରା’ କହି କଟାକ୍ଷ କଲେ ମନ୍ମଥ ରାଉତରାୟ

ଭୁବନେଶ୍ୱର,୧୬।୯: ବିଜେଡି ନେତ୍ରୀ ଶ୍ରୀମୟୀ ମିଶ୍ରଙ୍କୁ କଟାକ୍ଷ କରି ବିଜେଡି ନେତା ମନ୍ମଥ ରାଉତରାୟ କହିଛନ୍ତି ଯେ, ”ସେ ପ୍ରତିକୂଳ ସମୟରେ ନବୀନ ପଟ୍ଟନାୟକଙ୍କୁ ଇଙ୍ଗିତ କରି ଅଭଦ୍ର ଆଚରଣ କରୁଛନ୍ତି। ରାଉତରାୟ ଅଭିଯୋଗ କରିଛନ୍ତି, ଶ୍ରୀମୟୀ ଦଳରୁ ପୋଷ୍ଟିଂ, ଆଲାଉନ୍ସ ଓ ସୁବିଧା ପାଇ ନିଜକୁ “ମହାରାଣୀ” ଭାବୁଥିଲେ, କିନ୍ତୁ ସ୍ୱପ୍ନ ଭାଙ୍ଗିବା ପରେ ସେ ବିଚଳିତ ହୋଇ ମାନସିକ ସ୍ଥିତି ହରାଇଛନ୍ତି। ସେ ତାଙ୍କୁ “ମଡର୍ଣ୍ଣ ଯୁଗର ମନ୍ଥରା” ଆଖ୍ୟା ଦେଇ କହିଛନ୍ତି, ସେ ନିଜ ସ୍ୱାର୍ଥ ପାଇଁ ଦଳରେ ବିଭେଦ ସୃଷ୍ଟି କରୁଛନ୍ତି। ରାଉତରାୟ ମଜାଳିଆ ଢଙ୍ଗରେ କହିଛନ୍ତି, ଶ୍ରୀମୟୀଙ୍କ ମାନସିକ ସ୍ୱାସ୍ଥ୍ୟ ପାଇଁ ବିଜେଡି ଡାକ୍ତର ପଠାଇବା ଉଚିତ।”

ଏହା ପୂର୍ବରୁ ଶ୍ରୀମୟୀ ସୋସିଆଲ ମିଡିଆରେ ‘ଧୃତରାଷ୍ଟ୍ର’ ଆକ୍ଷେପ ପରେ ‘ସନ୍ନ୍ୟାସୀ’ ବିଷୟରେ ପୋଷ୍ଟ କରି ବିଜେଡି ନେତା ପାଣ୍ଡଆନଙ୍କୁ କଟାକ୍ଷ କରିଛନ୍ତି। ସେ କହିଥିଲେ, ସନ୍ନ୍ୟାସୀମାନେ ଜଗତର ମଙ୍ଗଳ କାମନା କରନ୍ତି, କିନ୍ତୁ ଆଜିର କେତେକ ସନ୍ନ୍ୟାସୀ ଜଗନ୍ନାଥଙ୍କ ନାମରେ ଅନ୍ୟଙ୍କ ପାଇଁ ଗାତ ଖୋଳୁଛନ୍ତି, ଯାହା ଶେଷରେ ନିଜେ ଗାତରେ ପଡ଼ୁଛନ୍ତି। ଏହି ବିବାଦ ବିଜେଡି ଭିତରେ ଅସନ୍ତୋଷକୁ ଆହୁରି ବଢାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର,୧୯।୯: ଭୁବନେଶ୍ବର ଏୟରଫିଲ୍ଡ ଥାନା ଅଧୀନ ସୁନ୍ଦରପଦା ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ ଶନିବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ରେଷ୍ଟୁରାଣ୍ଟରେ ପୋଡି ଯାଇଥିବା ବେଳେ ଲକ୍ଷାଧିକ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

୨୧ରେ ଅବପାତ, ୨୨ରେ ଗଭୀର ଅବପାତ ସମ୍ଭାବନା: ପ୍ରବଳ ବର୍ଷିବ

ଭୁବନେଶ୍ୱର,୧୯ ।୯: ଉତ୍ତର ଆଣ୍ଡାମାନ ସାଗର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଆଜି ସନ୍ଧ୍ୟା ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା…

ଘରେ ଶୋଇଥିଲେ ମହିଳା, ଚୋଟ ମାରିଲା ସାପ, ଆଉ ତା’ ପରେ…

ପୁରୁଷୋତ୍ତମପୁର,୧୯ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କେଏନପୁର ଗ୍ରାମରେ ଶନିବାର ସାପ କାମୁଡ଼ି ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ସେ ହେଲେ ଭାସି ବେହେରା…

ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଏମିତି କହିଲେ ସ୍ୱାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯/୯: ରାଜ୍ୟର କେତେକ ଅଞ୍ଚଳରେ ସ୍କ୍ରବ୍‌ ଟାଇଫସ୍‌କୁ ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ ଲୋକଙ୍କୁ ଭୟଭୀତ ନ ହେବାକୁ ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ଡା.…

ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆ ମୃତ, ଦୁଃଖ ପ୍ରକାଶ କରି ନବୀନ କହିଲେ…

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶ ବୁଲିବାକୁ ଯାଇ ୭ ଓଡ଼ିଆଙ୍କ ମୃତ୍ୟୁ ଘଟିଥିବା ନେଇ ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ଦୁଃଖ ପ୍ରକାଶ କରିଛନ୍ତି। ନବୀନ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ…

ମଧ୍ୟପ୍ରଦେଶରେ ୭ ଓଡ଼ିଆଙ୍କ ମୃତ୍ୟୁ, ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯ା୯: ମଧ୍ୟପ୍ରଦେଶରେ ୭ ଓଡ଼ିଆ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ଏନେଇ ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?