ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ ପରେ ୨୬ରେ କଳାହାଣ୍ଡି ଗସ୍ତ କରିବେ ମନମୋହନ

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୨୬ ତାରିଖ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି। ରାଜ୍ୟ ସଭାପତି ଭାବେ ଦାୟିତ୍ୱ ଗ୍ରହଣ ପରେ କଳାହାଣ୍ଡି ଜିଲାକୁ ତାଙ୍କର ପ୍ରଥମ ଗସ୍ତ ରହିଛି। ଯାହାକୁ ନେଇ ଜିଲାର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ସାମଲଙ୍କ ଗସ୍ତ କିପରି ସୁରୁଖୁରୁରେ ହେବ ସେ ନେଇ ଗୁରୁବାର ସନ୍ଧ୍ୟାରେ ଭବାନୀପାଟଣା ସ୍ଥିତ ସାର୍କିଟ ହାଉସଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ସଭାପତି ଯୁଗଳ କିଶୋର ପୋଢ଼ ଓ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ରାଜ୍ୟ ସଭାପତିଙ୍କ ଗସ୍ତକୁ ନେଇ ବିଭିନ୍ନ କାର୍ଯ୍ୟକ୍ରମ ବିଷୟରେ ବିସ୍ତୃତ ଆଲୋଚନା ହୋଇଥିଲା । ଏଥିରେ ରାଜ୍ୟ ସଭାପତି ମନମୋହନ ସାମଲଙ୍କୁ କଳାହାଣ୍ଡି ପ୍ରବେଶ ପଥ ଅମାଠ ଛକ ଠାରେ ଭବ୍ୟ ସାଗତ କରାଯିବା ସହ କେସିଙ୍ଗା , ପାଷ୍ଟିକୁଡ଼ି ଓ ଭବାନୀପାଟଣା ଲାଲ ପୋଲ ଠାରୁ ବିଶାଳ ବାଇକ ଶୋଭାଯାତ୍ରାରେ ସହର ପରିକ୍ରମା କରି ଭବାନୀପାଟଣା ଟାଉନ ହଲଠାରେ ତାଙ୍କୁ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା କରାଯିବା ଉପରେ ଆଲୋଚନା କରାଯାଇଥିଲା। ସେହିପରି କାର୍ଯ୍ୟ ସମାପ୍ତି ପରେ ଭବାନୀପାଟଣା ସର୍କିଟ ହାଉସଠାରେ ପ୍ରମୁଖ କାର୍ଯ୍ୟକର୍ତ୍ତାଙ୍କ ସହ ବୈଠକ ପରେ ରାତ୍ରୀ ଯାପନ କରିବେ। ୨୭ ତାରିଖ ଜୁନାଗଡ ଓ ଧର୍ମଗଡ ନିର୍ବାଚନ ମଣ୍ଡଳୀରେ କାର୍ଯ୍ୟକର୍ତ୍ତା ବୈଠକକୁ ସମ୍ବୋଧିତ କରିବେ । ଏଥିରେ କଳାହାଣ୍ଡି ସାଂଗଠନିକ ୪୧ ଟି ମଣ୍ଡଳ ର ବୁଥ ସ୍ତରର କାର୍ଯ୍ୟକର୍ତ୍ତାଙ୍କୁ ଏହି କାର୍ଯ୍ୟକ୍ରମରେ ଯୋଗ ଦେବେ। ଏଥିପାଇଁ ଜିଲାର ଶୀର୍ଷ ନେତୃତ୍ୱଙ୍କୁ ଦାୟିତ୍ୱ ପ୍ରଦାନ କରି କାର୍ଯ୍ୟକ୍ରମ ଙ୍କୁ ସଫଳ କରିବା ପାଇଁ ଜିଲା ସଭାପତି ପୋଢ଼ ପ୍ରକାଶ କରିଛନ୍ତି। ଏହି ପ୍ରସ୍ତୁତି ବୈଠକରେ ପୂର୍ବତନ ଜିଲା ସଭାପତି ଦେବେନ୍ଦ୍ର ମହାନ୍ତି,ଜିଲା ଉପ ସଭାପତି ପ୍ରଶାନ୍ତ ସାହୁ ,ମୁକେଶ ଅଗ୍ରୱାଲ ,ଜିଲା ସାଧାରଣ ସମ୍ପାଦକ ଜୟ ଶଙ୍କର ନାଏକ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ରମେଶ ମାଝୀ, ମନୋଜ ମେହେର, ଧର୍ମଗଡ ବିଧାୟକ ପ୍ରତିନିଧି ହିମାଂଶୁ ପଣ୍ଡା,ପୂର୍ବତନ ନଗର ସଭାପତି ସନ୍ତୋଷ ବିଶି, ଜିଲା ସମ୍ପାଦକ ସତ୍ୟ ବେହେରା ,ବରିଷ୍ଠ ନେତା ଭାରତ ଦେଓ ,ଭବାନୀପାଟଣା ନଗର ସଭାପତି ଚିତ୍ତ ରଞ୍ଜନ ପାତ୍ର ,ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିବ୍ୟଜ୍ୟୋତି ମୁଣ୍ଡ, ଯୁବମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ,ହିମାଂଶୁ ବିଶାଳ,ଅକୁର ହରପାଲ,ରାକେଶ ଶର୍ମା, ମାନସ ଜେନା,ପବିତ୍ର ନାଏକ, ସ୍ମିତ୍ ବେହେରାଙ୍କ ସମତେ ଜିଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ସାଂଗଠନିକ କାର୍ଯ୍ୟର ପ୍ରସାର ଜରୁରୀ’

ବଞ୍ଚୋ,୧୯ା୩(ପ୍ରଦୋଷ କୁମାର ବିଶ୍ୱାଳ): ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ଆନନ୍ଦପୁର ଷ୍ଟାଡିୟମରେ ନେତାଜୀ ପ୍ରଭାତ ଶାଖା ପକ୍ଷରୁ ରାଷ୍ଟ୍ରୀୟ ହିନ୍ଦୁ ନବବର୍ଷ ଉତ୍ସବ ଆଡମ୍ବରପୂର୍ଣ୍ଣ ଭାବେ ପାଳନ…

ଡାଲମା ହାଣ୍ଡିରୁ ବାହାରିଲା ବିଷାକ୍ତ ସାପ, ପ୍ରସାଦ ସେବନ ପରେ ଘଟିଲା…

ପଟ୍ଟମୁଣ୍ଡାଇ,୧୯ା୩(କଳ୍ପତରୁ ନାୟକ): ଡାଲମା ହାଣ୍ଡିରେ ଏକ ବିଷାକ୍ତ ସାପ ପଡ଼ିଯିବାରୁ ଏହି ଡାଲମା ଖାଇ ୩୦ ଅସୁସ୍ଥ ହୋଇପଡ଼ିଛନ୍ତି। ଏମିତି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ପ୍ରଧାନଆଚାର୍ଯ୍ୟଙ୍କ ନିଲମ୍ବନ ନେଇ ପ୍ରତିବାଦ, ଫାଟକରେ ତାଲା ପକାଇ ଧାରଣାରେ ବସିଲେ ଗୁରୁମା-ଗୁରୁଜୀ

ତିହିଡ଼ି,୧୯ା୩(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ିସ୍ଥିତ ଶିଶୁବିଦ୍ୟାମନ୍ଦିରର ଗୁରୁମା ଓ ଗୁରୁଜୀମାନେ ଗୁରୁବାର ସକାଳେ ବିଦ୍ୟାମନ୍ଦିର ଫାଟକରେ ତାଲା ପକାଇ ଧାରଣା ଦେଇଛନ୍ତି। ପ୍ରଧାନଆଚାର୍ଯ୍ୟଙ୍କୁ ନିଲମ୍ବନ ଏବଂ…

ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ନବରାତ୍ର ପୂଜା ଆରମ୍ଭ: ଢୋଲ, ମହୁରୀ ଶବ୍ଦରେ ଦୁଲୁକିଲା ଦାରିଙ୍ଗବାଡ଼ି

ଦାରିଙ୍ଗବାଡ଼ି,୧୯ା୩(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିର ପ୍ରସିଦ୍ଧ ମା’ ପାଟ୍ଟଖଣ୍ଡାଙ୍କ ପୀଠରେ ଗୁରୁବାର ଚଳିତ ଚୈତ୍ର ନବବର୍ଷରେ ବାସନ୍ତିକ ନବରାତ୍ରି ପୂଜାର ଶୁଭାରମ୍ଭ ହୋଇଯାଇଛି। ଏହି ଅବସରରେ…

ଜଙ୍ଗଲରେ ପଡ଼ିଛି ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ, ପାରିପାର୍ଶ୍ୱିକ ସ୍ଥିତିରୁ ଜଣାପଡୁଛି…

କାମାକ୍ଷାନଗର,୧୯ା୩(ସୁଧୀର କୁମାର ପରିଡ଼ା): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସାରୁଆଳି ଗ୍ରାମ ଜଙ୍ଗଲରେ ଜଣେ କଲେଜ ଛାତ୍ରୀଙ୍କ କ୍ଷତବିକ୍ଷତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। କାମାକ୍ଷାନଗର ମହିଳା…

ଧାନକ୍ରୟ କେନ୍ଦ୍ର ସାମ୍ନାରେ ୨ ଚାଷୀଙ୍କ ଧାରଣା: ସମିତିର ଏମିତି ତ୍ରୁଟି…

ତିହିଡି଼,୧୯/୩(ସଞ୍ଜିତ ବଳ):ତିହିଡି଼ ବ୍ଲକ ଅଧୀନ ବାରସର ସମବାୟ ସମିତି ଧାନ କ୍ରୟ କେନ୍ଦ୍ର କାର୍ଯ୍ୟାଳୟ ସାମ୍ନାରେ ଗୁରୁବାର ସକାଳଠାରୁ ୨ଜଣ ଚାଷୀ ଧାରଣାରେ ବସିଛନ୍ତି l ତିଆଡ଼ିସାହି…

ଶୈଳପୁତ୍ରୀ ବେଶରେ ଭକ୍ତଙ୍କୁ ଦର୍ଶନ ଦେଲେ ମା’ କନକଦୁର୍ଗା

ଦେବଗଡ଼,୧୯ା୩(ଶଶାଙ୍କ ଶେଖର ଝାଙ୍କର): ମଠସାହିସ୍ଥିତ ମା’ କନକ ଦୁର୍ଗା ମନ୍ଦିରରେ ବାସନ୍ତିକ ନବରାତ୍ର ପୂଜା ଆରମ୍ଭ ହୋଇଛି। ପ୍ରଥମ ଦିବସରେ ଦେବୀଙ୍କ ପୂଜାର୍ଚ୍ଚନା ସହିତ ଭକ୍ତମାନେ ମାନସିକ…

ବାଇକ୍‌ରେ ଯାଉଥିଲେ ୩ ଭାଇ, ୧୦ ପୁଟ ଡ୍ରେନ ତଳକୁ ଖସିଲା ଗାଡ଼ି: ଆଉ ତା’ପରେ…

ବଘିଆପଡା,୧୯।୩(ଶ୍ରୀକାନ୍ତ ସାହୁ): ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ବୌଦ୍ଧ ଥାନା ଜହ୍ନାପଙ୍କ ଫାଣ୍ଡି ଅନ୍ତଗତ ତେଲିବନ୍ଧ ପନ୍ଥାଇ ବୁଲାଣି ନିକଟରେ ଭାରସାମ୍ୟ ହରାଇ ଏକ ବାଇକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri