Posted inରାଜ୍ୟ

ଟୁଇଟ୍ ଡିଲିଟ କଲେ ମନମୋହନ, ଚୁପ୍ ରହିଲା ବିଜେଡି, ପୁଣି ବଢ଼ିଲା ମେଣ୍ଟ ସମ୍ଭାବନା

ଭୁବନେଶ୍ୱର,୧୪।୩: ବିଜୁ ଜନତା ଦଳ (ବିଜେଡି) ଏବଂ ଭାରତୀୟ ଜନତା ପାର୍ଟି (ଭାଜପା) ମଧ୍ୟରେ ମେଣ୍ଟ ଖବର ଆହୁରି ଘନୀଭୂତ ହୋଇଛି। ଗୁରୁବାର ନବୀନ ନିବାସରେ ବିଜେଡି ନେତାଙ୍କ ବୈଠକ ପରେ ଦଳର ନେତା ମେଣ୍ଟ ଖବରକୁ ନେଇ ଚୁପ୍ ରହିଛନ୍ତି।

ଏହା ପୂର୍ବରୁ ଗୁରୁବାର ସକାଳୁ ଦିଲ୍ଲୀରୁ ଫେରି ଭାଜପା ରାଜ୍ୟ ସଭାପତି ମନମୋହନ ଗଣମାଧ୍ୟମ ଆଗରେ ପ୍ରତିକ୍ରିୟା ରଖିବା ସହ ଏକ୍ସରେ ପୋଷ୍ଟ କରି ରାଜ୍ୟରେ ଭାଜପା ଏକାକୀ ଲଢ଼ିବ ବୋଲି ସେ କହିଥିଲେ ଏବଂ ସରକାର ଗଠନ କରିବାକୁ ଦାବି କରିଥିଲେ। ତେବେ ପରେ ସେ ଏହି ପୋଷ୍ଟଟି ଏକ୍ସରୁ ଡିଲିଟ କରିଦେଇଥିଲେ। ଏଥିସହିତ ତାଙ୍କୁ ଦଳର କେନ୍ଦ୍ରୀୟ ନେତୃତ୍ୱ ନୂଆଦିଲ୍ଲୀରେ ଆଲୋଚନା ପାଇଁ ଡକାଇଥିବା ଜଣାପଡିଛି।

ଅନ୍ୟପକ୍ଷରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ସନ୍ଧ୍ୟାରେ ତାଙ୍କ ବାସଭବନରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଡାକିଥିଲେ। ଏଥିରେ ଦଳର ବହୁ ବରିଷ୍ଠ ନେତା ଯୋଗ ଦେଇଥିଲେ।

ଆଶା କରାଯାଉଥିଲା ଯେ ବିଜେଡି ଭାଜପା ସହ ମେଣ୍ଟ ସମ୍ପର୍କରେ ଚୂଡ଼ାନ୍ତ ଘୋଷଣା କରିବ। ତେବେ ଏହି ବୈଠକରେ ଯୋଗ ଦେଇଥିବା ବିଜେଡି ଉପାଧ୍ୟକ୍ଷ ଦେବୀ ମିଶ୍ର ସୂଚନା ଦେଇଛନ୍ତି ଯେ ଦଳର ସୁପ୍ରିମୋ ଏହି ବୈଠକରେ ନିର୍ବାଚନ ରଣନୀତି ଏବଂ ତୃଣମୂଳ ସ୍ତରରେ ଲୋକଙ୍କ ନିକଟରେ କିପରି ପହଞ୍ଚିବେ ସେ ବିଷୟରେ ଆଲୋଚନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଙ୍କୀ-ଡମପଡ଼ା ବ୍ଲକରେ ଲାଗିଲା ୧୬୩ ଧାରା

ବାଙ୍କୀ,୧୧।୮: ବାଙ୍କୀ-ଡମପଡ଼ା ବ୍ଲକ ପରିସରରେ ମଙ୍ଗଳବାର BNSS ୧୬୩ ଧାରା ଲାଗୁ କରାଯାଇଛି। ବିଧାୟକ ଏବଂ ଭାଜପା ବିଧାୟକ ପ୍ରାର୍ଥୀଙ୍କ ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତ ହେବା…

ଟ୍ରାଞ୍ଜିଷ୍ଟ ହାଉସ ଭାଙ୍ଗିବା ବେଳେ ଉତ୍ତେଜନା

ଭୁବନେଶ୍ୱର,୧୧।୮: ଭୁବନେଶ୍ୱର ନିଳାଦ୍ରୀ ବିହାର ଅଞ୍ଚଳରେ ମଙ୍ଗଳବାର ଏକ ବଡ଼ଧରଣର ଉଚ୍ଛେଦ ଅଭିଯାନ ଆରମ୍ଭ ହୋଇଛି। ବିଏମ୍‌ସି ଏବଂ ବିଡିଏ ପକ୍ଷରୁ ନିଳାଦ୍ରୀ ବିହାର ଅଞ୍ଚଳରେ ଥିବା…

‘୨୪ ବର୍ଷରେ ଯାହା ହୋଇନି, ୨ ବର୍ଷରେ ତାହା କରୁଛୁ’-୫ ବର୍ଷରେ ଯାହା …

ଭୁବନେଶ୍ୱର,୧୧।୮: ଖୁବଶୀଘ୍ର ଓଡ଼ିଶା ନୂଆ ଲୋକାୟୁକ୍ତ ଦେଖିବ ବୋଲି ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଏ ନେଇ ପ୍ରକ୍ରିୟା ଚାଲିଥିବା ସେ କହିଛନ୍ତି। ମନ୍ତ୍ରୀ…

ଡାକ୍ତରଙ୍କ ଭୁଲ ଇଞ୍ଜେକ୍ସନ ପାଇଁ କଲେଜ ଛାତ୍ରୀ ମୃତ୍ୟୁ: ଅଭିଯୋଗ ଆଣିଲେ ପରିବାର ଲୋକେ

ଭାପୁର,୧୧।୮ (ପ୍ରଭାତ ବରାଡ): ଫତେଗଡ ଥାନା ଅନ୍ତର୍ଗତ ଗୋଳାପୋଖରୀ ପଞ୍ଚାୟତ ଅଧୀନ ଗୋଳାପୋଖରୀ ଗ୍ରାମର ଗୋପାଳ ବେହେରାଙ୍କ ଝିଅ ସନ୍ତୋଷୀ ବେହେରାଙ୍କ (୧୮) ଭାପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ…

ପ୍ରେମରେ ବିଫଳ ପରେ ପ୍ରେମିକର ଭୟଙ୍କର ଷଡ଼ଯନ୍ତ୍ର; ବରଘରକୁ ପଠାଇଲେ ଯୁବତୀଙ୍କ ଅଶ୍ଳୀଳ ଫଟୋ, ତାପରେ….

ଜମନକିରା,୧୧।୮(ରବୀନ୍ଦ୍ର ପ୍ରସାଦ ଦାନୀ): ସମ୍ବଲପୁର ଜିଲା ଜମନକିରା ଥାନା ଅଞ୍ଚଳରେ ପ୍ରେମ ସମ୍ପର୍କ ଭାଙ୍ଗିଯିବା ଓ ଅନ୍ୟତ୍ର ବାହାଘର ଠିକ୍‌ ହେବା ପରେ ପ୍ରତିଶୋଧ ପରାୟଣ ହୋଇ…

ନଗଦକୁ ଫେର

ନଗଦ ଅର୍ଥ କାରବାର ପୁରୁଣାକାଳିଆ ଦେଣନେଣ ବ୍ୟବସ୍ଥା ବୋଲି ଅଭିହିତ କରି ଭାରତ ସରକାର ଡିଜିଟାଲ ପେମେଣ୍ଟକୁ ତ୍ୱରାନ୍ବିତ କରିବା ଲାଗି ଦଶନ୍ଧି ଧରି ଜନସାଧାରଣଙ୍କୁ ଉତ୍ସାହିତ…

ଇରାନ ଯୁଦ୍ଧ କ୍ଷତିପୂରଣ ଦାବି କରିବାରୁ ଟ୍ରମ୍ପ କହିଲେ ଏମିତି କଥା ସାରା ବିଶ୍ୱ ଚକିତ

ତେହରାନ,୧୧।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧ ସମୟରେ ହୋଇଥିବା କ୍ଷତି ପାଇଁ ଇରାନର ଦାବିକୁ ପ୍ରତ୍ୟାଖ୍ୟାନ କରିଛନ୍ତି। ଏକ ସଂଘର୍ଷ ଯେଉଁଥିରେ ଇରାନର ପୂର୍ବତନ ସର୍ବୋଚ୍ଚ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ: ଶିଶୁ, କିଶୋରଙ୍କ ମାନସିକ ସ୍ୱାସ୍ଥ୍ୟ ଉପରେ ପଡୁଛି ଗଭୀର ପ୍ରଭାବ!

ନୂଆଦିଲ୍ଲୀ,୧୧।୮(ପି.ଟି.): ଦିନକୁ ଦିନ ବଢ଼ୁଥିବା ତାପମାତ୍ରା ଏବଂ ଗ୍ରୀଷ୍ମ ପ୍ରବାହ ସାମାଜିକ ଜୀବନଚଳଣିକୁ ପ୍ରଭାବିତ କରିବା ସହିତ ସ୍ବାସ୍ଥ୍ୟଗତ ଦିଗକୁ ନେଇ ଅନେକ ସମସ୍ୟା ସୃଷ୍ଟି କରିବାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri