ମନମୋହନଙ୍କ ଓଡ଼ିଶା ସହ ଥିଲା ଗଭୀର ସମ୍ପର୍କ:ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨୭।୧୨: ଭାରତୀୟ ଇତିହାସ କଡ଼ ମୋଡ଼ୁଥିବାବେଳେ କ୍ୱଚିତ୍‌ ବ୍ୟକ୍ତିବିଶେଷ ଏହାର ସାକ୍ଷୀ ପାଲଟିଥିଲେ। ସେମାନଙ୍କ ମଧ୍ୟରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଡ. ମନମୋହନ ସିଂ ଅନ୍ୟତମ। ବିଭାଜନ ପରେ ଦୀର୍ଘ ସାଢ଼େ ୬ ଦଶନ୍ଧି ଧରି ଦେଶର ଆର୍ଥତ୍କ ସ୍ଥିତିକୁ ପରଖିବା ସହ ଅର୍ଥନୀତି କ୍ଷେତ୍ରରେ ବିପୁଳ ସଂସ୍କାର ଆଣିବାରେ ମନମୋହନଙ୍କ ଅବଦାନ ଥିଲା ଅତୁଳନୀୟ। ମିଷ୍ଟଭାଷୀ ଓ ନମ୍ର ସ୍ବଭାବର ମନମୋହନ ଏକାଧାରରେ ଥିଲେ ପ୍ରଶାସକ, ଅର୍ଥନୀତିଜ୍ଞ, ଶିକ୍ଷାବିତ୍‌ ଓ ରାଜନେତା। ରାଜନୀତି ପ୍ରତି ଆରମ୍ଭରୁ ବିଶେଷ ଆଗ୍ରହୀ ନ ଥିବା ଏହି ବ୍ୟକ୍ତିତ୍ୱ ଜୀବନରେ ପ୍ରତ୍ୟକ୍ଷ ନିର୍ବାଚନ ଲଢ଼ି ନ ଥିଲେ ମଧ୍ୟ ୨ ଥର ଦେଶର ସର୍ବୋଚ୍ଚ ଶାସନ ଭାର ସମ୍ଭାଳିବା ସହ ଉଦାରବାଦ ନୀତି ଆପଣାଇ ଦ୍ରୁତ ଆର୍ଥତ୍କ ଅଭିବୃଦ୍ଧି ଆଣିବାରେ ସଫଳ ହୋଇଥିଲେ। ସବୁ ଦଳର ନେତାଙ୍କ ସହ ସୁସମ୍ପର୍କ ରକ୍ଷା କରିବା ରାଜନୀତିରେ ତାଙ୍କ ଆଦୃତି ଓ ଗ୍ରହଣୀୟତାର ପରିସରକୁ ବଢ଼ାଇଦେଇଥିଲା। ଏହି ମହାନ୍‌ ବ୍ୟକ୍ତିତ୍ୱଙ୍କ ଅବର୍ତ୍ତମାନରେ କେବଳ କଂଗ୍ରେସ ନୁହେଁ, ତାଙ୍କୁ ଝୁରୁଛି ସାରା ଦେଶ।
ମନମୋହନ ୧୯୫୮ରେ ଗୁରଶରନ କୌରଙ୍କୁ ବିବାହ କରିଥିଲେ। ତାଙ୍କର ୩ ଝିଅ ଉପିନ୍ଦର ସିଂ, ଦାମନ ସିଂ ଏବଂ ଅମ୍ରିତ ସିଂ। ତାଙ୍କ ଝିଅ ଦାମନ ଓଡ଼ିଶାର ବୋହୂ। ସେ ଆଇପିଏସ୍‌ ଅଫିସର ଅଶୋକ ପଟ୍ଟନାୟକଙ୍କୁ ବିବାହ କରିଛନ୍ତି। ଅଶୋକଙ୍କ ଘର କଟକରେ ହୋଇଥିବାବେଳେ ତାଙ୍କ ପରିବାର ଭୁବନେଶ୍ୱରର ଖାରବେଳନଗରରେ ରହୁଛନ୍ତି। ମନମୋହନଙ୍କ ପରିବାର ସଦସ୍ୟ ବହୁତ ସମୟରେ ଝିଅ ଘରକୁ ଆସିଥାନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ଏମପି ବାଳଗୋପାଳ ମିଶ୍ରଙ୍କୁ ଅସମ୍ମାନ ପ୍ରସଙ୍ଗ; କୋଶଲବାଦୀ ସଙ୍ଗଠନ ପକ୍ଷରୁ ଅଭିନଵ ପ୍ରତିବାଦ, ଚୌକି ଧରି…

ବଲାଙ୍ଗୀର,୧।୬(ସୁନିଲ କୁମାର ମହାନ୍ତି): ପୂର୍ବତନ ଏମ୍‌ପି ତଥା ବର୍ଷିୟାନ ରାଜନେତା ବାଳଗୋପାଳ ମିଶ୍ରଙ୍କୁ ସୋମବାର ଜିଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲା ପ୍ରଶାସନ ପକ୍ଷରୁ ଅସମ୍ମାନ…

ଥାନାରେ ଯୁବକଙ୍କୁ ଅକଥନୀୟ ନିର୍ଯାତନା ଅଭିଯୋଗ; ଦେହରେ ଗରମ ପାଣି ଢାଳି ଲଙ୍କାଗୁଣ୍ଡ ଫିଙ୍ଗିଦେଲେ, ଚାଲିଗଲା ଜୀବନ

କବିସୂର୍ଯ୍ୟନଗର,୧।୬(କୃପାସିନ୍ଧୁ ସ୍ବାଇଁ): କବିସୂର୍ଯ୍ୟନଗର ପୋଲିସ ନାଁରେ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି । ଥାନା ଭିତରେ ଯୁବକଙ୍କୁ ଲହୁଲୁହାଣ କରିଥିବା ନେଇ ଅଭିଯୋଗ ହୋଇଛି । ଗୁରୁତର…

ଫାର୍ମ ହାଉସରୁ ମିଳିଲା ହାତୀର ମୃତଦେହ, ମାଲିକଙ୍କ ସମେତ ୩ ଅଟକ

ଢେଙ୍କାନାଳ,୧।୬(ରତନ ନାୟାର): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ ତଥା ହିନ୍ଦୋଳ ବିଜ୍ଞାପିତ ପରିଷଦ ଅଞ୍ଚଳ ରାଜମୋହନପୁର କାନ୍ଦରାଶୁଣି ସ୍ଥିତ ଏକ ଘରୋଇ ଫାର୍ମ ହାଉସରୁ ସୋମବାର ମାଟି…

ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଲେ ଜିଲାପାଳ, ତାଗିଦ୍‌ କରି ଅଧିକାରୀଙ୍କୁ କହିଲେ ଯଦି କିଛି ସମସ୍ୟା ଅଛି…

ଭଞ୍ଜନଗର,୧ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ସୋମବାର ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଉପଖଣ୍ଡର ବିଭିନ୍ନ ଲୋକଙ୍କ ଆପତ୍ତି ଅଭିଯୋଗ ଶୁଣିଥିଲେ। ଏହି ସମୟରେ କିଛି…

‘ଦୟାକରି ମୋତେ ସିଗାରେଟ୍ ପିଆଇ ଦିଅନ୍ତୁ..’ ଏନକାଉଣ୍ଟର ପରେ ପୋଲିସକୁ ଏଭଳି କହିଲେ ଅଭିଯୁକ୍ତ, ଭିଡିଓ ଭାଇରାଲ

ଲକ୍ଷ୍ନୌ,୧।୬: ଉତ୍ତର ପ୍ରଦେଶ ପୋଲିସ ବର୍ତ୍ତମାନ ଆକ୍ସନ ମୋଡରେ ରହିବା ପରି ମନେ ହେଇଛି । ଏହି ପ୍ରୟାସ ଅନୁଯାୟୀ, ରବିବାର ବିଳମ୍ବିତ ସନ୍ଧ୍ୟାରେ ମୁଜାଫରନଗର ପୋଲିସ ଏବଂ…

କାର୍ଯ୍ୟଦକ୍ଷତା ବଢ଼ାଏ ପଢ଼ାପଢ଼ି

ଯଦି ଜଣେ ବ୍ୟକ୍ତି ପ୍ରତିଦିନ କିଛି ସମୟ ପଢ଼ାପଢ଼ି କରନ୍ତି ତେବେ ତାଙ୍କର କାର୍ଯ୍ୟଦକ୍ଷତା ବୃଦ୍ଧି ପାଇପାରେ। ଏପରି ଆକଳନ କରିଛନ୍ତି ଟୋକିଓ ୟୁନିଭର୍ସିଟିର ମନୋବିଜ୍ଞାନୀମାନେ। ଏକ…

ରାଜ୍ୟ ସଭା ଉପ-ନିର୍ବାଚନ ବିଜ୍ଞପ୍ତି ପ୍ରକାଶ, ନିଯୁକ୍ତ ହେଲେ ରିଟର୍ଣ୍ଣିଂ ଅଫିସର

ଭୁବନେଶ୍ୱର,୧।୬: ରାଜ୍ୟ ସଭା ଉପ-ନିର୍ବାଚନ ପାଇଁ ବିଧାନସଭା ସଚ୍ଚିବାଳୟ ପକ୍ଷରୁ ସୋମବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତିରେ ଉପନିର୍ବାଚନ ପାଇଁ ରିଟର୍ଣ୍ଣିଂ ଅଫିସର ନିଯୁକ୍ତ କରାଯାଇଛି।…

ଆଇପିଏଲ ବ୍ୟାଟିଂର ପର୍ଦ୍ଦାଫାଶ: ଦୋକାନୀଙ୍କୁ ବାନ୍ଧିଲା ପୋଲିସ

ସୁନ୍ଦରଗଡ଼, ୧।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଅନଲାଇନ୍ ମାଧ୍ୟମରେ ଚାଲୁଥିବା ଆଇପିଏଲ କ୍ରିକେଟ ବେଆଇନ ବ୍ୟାଟିଂ ଉପରେ ପୋଲିସର ଚଢ଼ାଉ ଅଭିଯାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri