ଧାମନଗର,୧୫।୧୦(ସ୍ବ.ପ୍ର./ଡି.ଏନ.ଏ.): ଧାମନଗର ଉପନିର୍ବାଚନ ପାଇଁ ରାଜନୈତିକ ବାତାବରଣ ସରଗରମ ହୋଇଛି। ଶୁକ୍ରବାର ନାମାଙ୍କନ ଦାଖଲର ଶେଷଦିନ ସୁଦ୍ଧା ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜ, କଂଗ୍ରେସ ପକ୍ଷରୁ ହରେକୃଷ୍ଣ ସେଠୀ, ବିଜେଡିରୁ ଅବନ୍ତୀ ଦାସ, ସ୍ବାଧୀନ ଭାବେ ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ପ୍ରମୁଖ ପ୍ରାର୍ଥତ୍ପତ୍ର ଦାଖଲ କରିଛନ୍ତି। ଭାଜପା ପ୍ରାର୍ଥୀ ତଥା ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପୁଅ ସୂର୍ଯ୍ୟବଂଶୀ ଗତ ୧୧ ତାରିଖରେ ନାମାଙ୍କନ ଦାଖଲ ସାରି ଲୋକସମ୍ପର୍କ ଅଭିଯାନ ଚାଲୁ ରଖିଛନ୍ତି। ନାମାଙ୍କନରେ ଆଗୁଆ ରହିଥିବା ବେଳେ ପ୍ରଚାରରେ ମଧ୍ୟ ଦୁଇପାଦ ଆଗରେ ରହିଛି ଭାଜପା। ଏଥିସହ ଭାଜପାର ହେଭିୱେଟ ନେତା ତାଙ୍କ ପାଇଁ ଗଁା ଗଁାରେ ବୁଲି ଭୋଟ ଭିକ୍ଷା ଆରମ୍ଭ କରି ଦେଇଛନ୍ତି। ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ ସୂର୍ଯ୍ୟବଂଶୀଙ୍କ ପ୍ରଚାର ମଙ୍ଗ ଧରିଛନ୍ତି। ସେହିପରି ରାଇରଙ୍ଗପୁର ବିଧାୟକ ନବଚରଣ ମାଝି, ଭାଜପା ରାଜ୍ୟ ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର, ଜିଲା ପ୍ରଭାରୀ କାଳନ୍ଦୀ ସାମଲ, ଅଭିମନ୍ୟୁ ସେଠୀ, ବଦ୍ରିନାରାୟଣ ଧଳ, ଉଦୟ ନାରାୟଣ ମଲ୍ଲିକ, ସିପ୍ରା ବାଜପେୟୀ, ମନସ୍ମିତା ଖୁଣ୍ଟିଆ, ଜିଲା ସାଧାରଣ ସମ୍ପାଦକ ଶଶିକାନ୍ତ ବିଶ୍ୱାଳ ପ୍ରମୁଖ ପ୍ରଚାରରେ ସାମିଲ ହୋଇଛନ୍ତି।
ଦିନିକିଆ ବିଶ୍ୱକପ୍ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍
ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…
ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ
ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍ରରେ ସର୍ଟସର୍କିଟ…
ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ
ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…
ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…
ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…
ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ
ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…
ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ
ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…
ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ
କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…
ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ
ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

