ସୂରଜଙ୍କ ପାଇଁ ପ୍ରଚାର ମଇଦାନରେ ମନମୋହନ

ଧୂଷୁରୀ,୧୪।୧୦: ଭଦ୍ରକ ଜିଲା ଧାମନଗର ଉପନିର୍ବାଚନ ପାଇଁ ଭାଜପା ପକ୍ଷରୁ ପ୍ରଚାର ଜୋରସୋରରେ ଚାଲିଛି। ଭାଜପା ପ୍ରାର୍ଥୀ ସୂର୍ଯ୍ୟବଂଶୀ ସୂରଜଙ୍କ ଲାଗି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ଦଳର ବରିଷ୍ଠ ନେତା ତଥା ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ପ୍ରାର୍ଥୀ ଚୟନ ଓ ପ୍ରଚାରରେ କଂଗ୍ରେସ ଏବଂ ବିଜେଡିଠାରୁ ଆଗରେ ଭାଜପା ରହିଥିବା ବେଳେ ଗୁରୁବାର ମନମୋହନ ଧାମନଗର ବ୍ଲକର ରଇପୁର ଓ ପାଳସାହି ପଞ୍ଚାୟତରେ ଘର ଘର ବୁଲି ସୂରଜଙ୍କ ପାଇଁ ଭୋଟ ଭିକ୍ଷା କରିଛନ୍ତି। ପୂର୍ବରୁ ବିଜେଡି, ଭାଜପା ମେଣ୍ଟ ସରକାରରେ ମନମୋହନ ଧାମନଗର ବିଧାନସଭା ଆସନରୁ ବିଜୟୀ ହୋଇ ରାଜସ୍ବ ମନ୍ତ୍ରୀ ହୋଇଥିଲେ। ମେଣ୍ଟ ଭାଙ୍ଗିବା ପରେ ଧାମନଗର ଆସନ ଅନୁସୂଚିତ ଜାତି ପାଇଁ ସଂରକ୍ଷିତ ରହିଥିବାରୁ ତାଙ୍କୁ ଆସନ ଛାଡ଼ିବାକୁ ପଡ଼ିଥିଲା। କିନ୍ତୁ ତାଙ୍କ ପତିଆରା ଏବେବି ଧାମନଗରରେ ଅକ୍ଷୁଣ୍ଣ ରହିଛି। ବିଶେଷକରି ମହିଳା ଭୋଟ୍‌ ଦଳ ସପକ୍ଷକୁ ନେବା ପାଇଁ ସେ ବୁଥ୍‌ ସ୍ତରୀୟ କର୍ମକର୍ତ୍ତାମାନଙ୍କ ସହ ଆଲୋଚନା କରିଛନ୍ତି। ତାଙ୍କ ସହ ଭାଜପା ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ, ବିଭିନ୍ନ ପଞ୍ଚାୟତର ସରପଞ୍ଚ ଓ ବରିଷ୍ଠ କର୍ମକର୍ତ୍ତାମାନେ ମଧ୍ୟ ପ୍ରଚାରରେ ସାମିଲ ହୋଇଛନ୍ତି। ଘରକୁ ଘର ଯାଇ କେନ୍ଦ୍ର ସରକାରଙ୍କ ଜନକଲ୍ୟାଣକାରୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇବା ସହ ଦିବଂଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପ୍ରତି ଥିବା ଶ୍ରଦ୍ଧା ତାଙ୍କ ପୁଅ ସୂରଜଙ୍କ ପାଇଁ ଭୋଟ୍‌ରେ ପ୍ରତିଫଳିତ କରିବାକୁ ଭୋଟରମାନଙ୍କୁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ, କଲେ ବଡ଼ ଘୋଷଣା

ଭୁବନେଶ୍ବର,୩ା୭: ଦିଲ୍ଲୀରେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏନେଇ ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସରେ ସୂଚନା ଦେଇଛନ୍ତି…

ବରଗଡ଼ରେ ଠକସଂସ୍ଥା ଠାବ ଘଟଣାର ଫିଟୁଛି ଗୁମର: ପୋଲିସକୁ ଫେରାଦ ହେଲେ ଯୁବତୀଯୁବକ

ବରଗଡ଼,୩।୭(ପ୍ରେମାନନ୍ଦ ଖମାରୀ):ଚାକିରି ଦେବା ଆଳରେ ଯୁବତୀ, ଯୁବକଙ୍କୁ ଠକେଇ କରି ବରଗଡ଼ ପୋଲିସ ହାତରେ ଧରାପଡ଼ିଥିବା ଠକସଂସ୍ଥାର ଗୁମର ଫିଟିବାରେ ଲାଗିଛି। ଏହି ଠକସଂସ୍ଥା ଦ୍ୱାରା ଶତାଧିକ…

ୟୁକ୍ରେନ୍‌ ଆକ୍ରମଣର ପ୍ରତିଜବାବ, ରୁଷିଆ ଆକ୍ରମଣରେ କିଭ୍‌ରେ ୨୦ ମୃତ

କିଭ୍‌,୩।୭(ପି.ଟି.): ରୁଷିଆ ପକ୍ଷରୁ ୟୁକ୍ରେନ୍‌ ରାଜଧାନୀ କିଭ୍‌ ଉପରେ ବୁଧବାର ବିଳମ୍ବିତ ରାତିରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୧୧ ଘଣ୍ଟିଆ ଡ୍ରୋନ ଏବଂ କ୍ଷେପଣାସ୍ତ୍ର ଆକ୍ରମଣ କରାଯାଇଛି।…

ଛେଚିବ ବର୍ଷା: ଏହିସବୁ ଜିଲାକୁ ରେଡ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୩ା୭ (ସୌମ୍ୟରଞ୍ଜନ ରାଉତ):ଉତ୍ତରପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଲଘୁଚାପ ଯୋଗୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆହୁରି ସକ୍ରିୟ…

୧୮ ଦଫା ଦାବି ନେଇ ଡାକ୍ତରଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ: ରୋଗୀ ସେବା ଠପ୍‌

ବଲାଙ୍ଗୀର, ୩/୭ (ବୀରେନ୍ଦ୍ର କୁମାର ଝାଙ୍କର)- ଓଡିଶା ମେଡିକାଲ ସର୍ଭିସ ଆସୋସିଏସନ (ଓଏମଏସଏ) ବଲାଙ୍ଗୀର ଶାଖା ପକ୍ଷରୁ ସ୍ଥାନୀୟ ସିଡ଼ିଏମଓ ଅଫିସ ସମ୍ମୁଖରେ ଧାରଣା ଦିଆଯାଉଥିଲା। ଏଥିରେ…

ବନ ମହୋତ୍ସବ ସପ୍ତାହ, ସାନଖେମୁଣ୍ଡି କୋର୍ଟ ପରିସରରେ ଚାରା ରୋପଣ କଲେ ମାଜିଷ୍ଟ୍ରେଟ 

ଦିଗପହଣ୍ଡି,୩।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ଗ୍ରାମ୍ୟ ନ୍ୟାୟାଳୟ ଆନୁକୁଲ୍ୟରେ  ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବନ ମହୋତ୍ସବ ସପ୍ତାହ ପାଳନ ଅବସରରେ…

ହରଦୀପ ସିଂ ପୁରୀଙ୍କ ବଡ଼ ଘୋଷଣା, ଏବେ କମିବନି ପେଟ୍ରୋଲ-ଡିଜେଲ ଦର

ନୂଆଦିଲ୍ଲୀ,୩।୭(ଆଇଏଏନ୍‌ଏସ୍‌): ପେଟ୍ରୋଲ ଓ ଡିଜେଲ ଦର କମିବା ନେଇ ଆଶା ରଖିଥିବା ଗ୍ରାହକଙ୍କୁ ବଡ଼ ଝଟକା ଲାଗିଛି। ଚଳିତ ସମୟରେ ଖୁଚୁରା ମୂଲ୍ୟ ହ୍ରାସ କରିବାର କୌଣସି…

ନାସାର ଘୋଷଣା, ଆମେରିକା ବିଶ୍ୱକପ୍‌ ଜିତିଲେ ଚନ୍ଦ୍ରକୁ ଯିବ ଫୁଟବଲ

ୱାଶିଂଟନ,୩।୭: ଚଳିତ ୨୦୨୬ ଫିଫା ବିଶ୍ୱକପ୍‌ରେ ଆମେରିକା ଦଳର ବିଜୟ ପାଇଁ ଆମେରିକାର ମହାକାଶ ଗବେଷଣା ସଂସ୍ଥା ‘ନାସା’ ଏକ ଅଦ୍ଭୁତ ଏବଂ ରୋମାଞ୍ଚକର ପ୍ରତିଶ୍ରୁତି ଦେଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri