ରାହୁଲଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ଗୁଣ୍ଡା…

ନୂଆଦିଲ୍ଲୀ,୧୯।୧୨: ସମ୍ବିଧାନର ସୃଷ୍ଟିକର୍ତ୍ତା ଡ. ଆମ୍ବେଦକରଙ୍କ ଉପରେ ଗୃହମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତି ପରେ ରାଜନୀତି ଉଠୁଛି ପଡୁଛି। ଏହାକୁ ନେଇ ଆଜି ସଂସଦ ପରିସରରେ ଖଣ୍ଡଯୁଦ୍ଧ ଦେଖାଦେଇଛି। ଗୁରୁବାର ସଂସଦ ପ୍ରକ୍ରିୟା ଆରମ୍ଭ ହେବା ପୂର୍ବରୁ ସଂସଦ ପରିସରରେ ଭାଜପା ଏବଂ ବିରୋଧୀ ଏମପିଙ୍କ ମଧ୍ୟରେ ଖଣ୍ଡଯୁଦ୍ଧ ହୋଇଛି। ଯେଉଁଥିରେ ଦୁଇ ଶାସକ ଦଳର ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତ ଆହତ ହୋଇଛନ୍ତି। ଉଭୟଙ୍କୁ ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଦୁଇ ଏମପିଙ୍କ ସମ୍ପର୍କରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସୂଚନା ଦିଆଯାଇଛି।

ଏହି ପ୍ରସଙ୍ଗରେ ଭାଜପା ସଭାପତି ମନମୋହନ ସାମଲ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ କ୍ଷମତାରେ ଅନ୍ଧ ହୋଇଯାଇଛି। ଗଣତନ୍ତ୍ର ପାଇଁ ଆଜିର ଦିନ ଦୁର୍ଭାଗ୍ୟଜନକ ଦିନ। ଗଣତନ୍ତ୍ରରେ ଗୁଣ୍ଡାଗର୍ଦ୍ଦିର ସ୍ଥାନ ନାହ। ଏଥିସହ ସେ ପ୍ରତାପ ଷଡ଼ଙ୍ଗୀଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ ହେଲେ ଅଷ୍ଟ୍ରେଲିଆର ଏହି ଖେଳାଳି

ଆଡିଲେଡ୍‌,୨୮ା୧୨: ପୂର୍ୱତନ ଅଷ୍ଟ୍ରେଲିଆନ୍‌ ଫାଷ୍ଟ ବୋଲର ବ୍ରେଟ୍‌ ଲି’ଙ୍କୁ ରବିବାର ଅଷ୍ଟ୍ରେଲିଆନ କ୍ରିକେଟ ହଲ୍‌ ଅଫ୍‌ ଫେମ୍‌ରେ ସାମିଲ କରାଯାଇଛି। ଘାତକ ପେସ୍‌ ସାଙ୍ଗକୁ ଆଦର୍ଶ...

ଗଟାମାହା ଜଙ୍ଗଲରେ ଅତର୍କିତ ଚଢ଼ାଉ, ଗଞ୍ଜେଇ ଗଛ ପୋଡ଼ିଦେଲା ପୋଲିସ

ଜି.ଉଦୟଗିରି,୨୮/୧୨( ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲ୍ଲା ଜି.ଉଦୟଗିରି ପୋଲିସ ଥାନା ଅନ୍ତର୍ଗତ ଗଟାମାହା ଗ୍ରାମ ନିକଟସ୍ଥ ଜଙ୍ଗଲରେ ଗଞ୍ଜେଇ ଚାଷ ହେଉଥିବା ଖବର ପାଇ...

ବାଲେଶ୍ୱରରେ କାଠ ମାଫିଆଙ୍କ ଆତଙ୍କ: ବନ ବିଭାଗ ଗାଡ଼ି ଭଙ୍ଗାରୁଜା ସହ ଜବତ ଗାଡ଼ି ଛଡ଼ାଇ ନେଲେ

ବାଲେଶ୍ୱର,୨୮ା୧୨: ନୀଳଗିରି ବନଖଣ୍ଡରେ କାଠ ମାଫିଆଙ୍କ ଦୌରାତ୍ମ୍ୟ ଚରମ ସୀମାରେ ପହଞ୍ଚିଛି। ବନବିଭାଗ କର୍ମଚାରୀଙ୍କ ଉପରେ ଆକ୍ରମଣ କରି ନେଇଗଲେ ଜବତ ହୋଇଥିବା କାଠ ବୋଝେଇ...

ଦୁର୍ଗମ ଗାଁକୁ ଯାଇ ଉନ୍ନୟନ କାର୍ଯ୍ୟ ତଦାରଖ କଲେ ଏମ୍‌ପି

ଲାଞ୍ଜିଗଡ଼, ୨୮ା୧୨(ରମେଶ ଚନ୍ଦ୍ର ନାୟକ): ରାଜ୍ୟ ସଭା ସଦସ୍ୟ ସୁଜିତ କୁମାର ରବିବାର କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜି ପଞ୍ଚାୟତର ଦୁର୍ଗମ ତୁର୍କା ଗାଁ...

ପିକନିକ୍ ବେଳେ ପାଇନ୍ ବଣରେ ଦୁଇ ଯୁବ ଗୋଷ୍ଠୀ ପିଟାପିଟି, ଲାଠି ଚାଳନା କଲା ପୋଲିସ

ଦାରିଙ୍ଗବାଡି, ୨୮/୧୨ (ଅରୁଣ ସାହୁ ): ବର୍ଷର ଶେଷ ରବିବାର ରହିଥିବାରୁ ଦାରିଙ୍ଗବାଡିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି । ତେବେ ଦାରିଙ୍ଗବାଡିର ଡ଼ୁଲୁରୀ ପାଇନ...

ସ୍କୁଟି ଆରୋହୀଙ୍କ ଉପରେ ଚଢ଼ିଗଲା ୧୦ ଚକିଆ ଟ୍ରକ, ଟାୟାର ଜାଳି ରାସ୍ତାକୁ ଓହ୍ଲାଇଲେ ଲୋକେ

ବଲାଙ୍ଗିର,୨୮ା୧୨: – ବଲାଙ୍ଗିର ୨୬ନମ୍ୱର୍ ଜାତୀୟ ରାଜପଥ ଶାସ୍ତ୍ରୀ ନଗର ଛକରେ ସଡ଼କ ଦୁର୍ଘଟଣା ହୋଇଛି ।୧୦ଚକିଆ ମାଲ ବୋଝେଇ ଟ୍ରକ ଜଣେ ସ୍କୁଟି ଆରୋହୀ...

ସୃଷ୍ଟି ହେବ ଗଜକେଶରୀ ଯୋଗ, ଏହି ୨ ରାଶିର ବ୍ୟକ୍ତିଙ୍କର କ୍ୟାରିଅରରେ ହେବ ଉନ୍ନତି

ଗ୍ରହ ଏବଂ ନକ୍ଷତ୍ର ମଣ୍ଡଳର ଗତିକୁ ଆଧାର କରି ୨୦୨୬ ମସିହାର ପ୍ରଥମ କିଛି ଦିନ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ । ଏହି...

ଜିଲା ବିଜେଡି ପାଇଁ ୫୧ କର୍ମକର୍ତ୍ତାଙ୍କ ନାଁ ଘୋଷଣା: ୧୪ ବରିଷ୍ଠ ନେତା ହେଲେ ଉପସଭାପତି

କେନ୍ଦୁଝର,୨୮ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ବିଜୁ ଜନତା ଦଳର ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷିତ ହୋଇଛି। ଜିଲା ସଭାପତି ଆଶିଷ ଚକ୍ରବର୍ତ୍ତୀଙ୍କ ଅନୁମୋଦନ କ୍ରମେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri