ଦିଲ୍ଲୀରୁ ଫେରି ବଡ଼ ଘୋଷଣା କରିଦେଲେ ମନମୋହନ ସାମଲ! ରାଜ୍ୟରେ ଚହଳ

ଭୁବନେଶ୍ୱର, ୧୦।୯: ଦିଲ୍ଲୀରୁ ଫେରିଲେ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ। ଉପରାଷ୍ଟ୍ରପତି ନିର୍ବାଚନରେ ବିଜେଡି ବିରତ ରହିବା ନେଇ ମନମୋହନ ପ୍ରତିକ୍ରିୟା ଦେଇ କହିଛନ୍ତି, ବିଜେଡିର ଦଳୀୟ ନିଷ୍ପତ୍ତି, ଭାଜପା ନିଜ ରାସ୍ତାରେ ଅଛି। ଠିକ୍‌ ସମୟରେ ଠିକ୍‌ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ମନମୋହନ। ଅନ୍ୟପଟେ ସୋମବାର ଦିଲ୍ଲୀ ଯାଇଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେନ୍ଦ୍ରୀୟ ନେତୃତ୍ୱଙ୍କ ସହ ମୋହନ-ମନମୋହନ ମିଳିତ ଭାବେ ଆଲୋଚନା କରିବେ ବୋଲି ଚର୍ଚ୍ଚା ହେଉଥିଲା।

ସେପଟେ ଆଜି ଅପରାହ୍ଣରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ। ଅପରାହ୍ଣ ୫ଟାରେ ଲୋକସଭା ଭବନ ସମ୍ମିଳନୀ କକ୍ଷରେ ବୈଠକ ହେବ। ବୈଠକରେ ବିଭିନ୍ନ ବିଭାଗର ୫ରୁ ଅଧିକ ପ୍ରସ୍ତାବ ଆସିପାରେ। ମୁଖ୍ୟତଃ ରାଜସ୍ବ, ପୂର୍ତ୍ତ, ଜଳସଂପଦ ବିଭାଗର ପ୍ରସ୍ତାବ ଅଛି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରଙ୍କ ଅନୁଦାନପ୍ରାପ୍ତ ଶିକ୍ଷକଙ୍କ ଦାବି ପୂରଣରେ ଟାଳଟୁଳ ନୀତି: ତେଜିଲା ଆନ୍ଦୋଳନ

ଗୁଣପୁର,୫ା୮(ସୁଜାତା ପାଢ଼ୀ): ରାଜ୍ୟ ସରକାର ଅନୁଦାନପ୍ରାପ୍ତ ଶିକ୍ଷକମାନଙ୍କ ମୌଳିକ ଦାବି ଯଥା ଚାକିରି ସର୍ତ୍ତାବଳୀ ଲାଗୁ, ପୁରୁଣା ପେନ୍‌ସନ୍‌ ପ୍ରଦାନ, ଅବସର ସୀମା ୬୨କୁ ବୃଦ୍ଧି, ଅନୁଦାନପ୍ରାପ୍ତ…

ଲାଞ୍ଚ ନେବା ପଡିଲା ମହଙ୍ଗା: ପଞ୍ଚାୟତ ସମିତିର ବରିଷ୍ଠ ରାଜସ୍ବ ସହାୟକଙ୍କୁ ଚାକିରିରୁ ନିଲମ୍ବନ କଲେ ଜିଲାପାଳ

ଖଡ଼ିଆଳ,୫।୮(ସୁଜିତ କୁମାର ପ୍ରଧାନ ): ଦୁର୍ନୀତି ପ୍ରତି ନୂଆପଡ଼ା ଜିଲା ପ୍ରଶାସନର ଶୂନ୍ୟ ସହନଶୀଳତା ନୀତିକୁ ପୁନର୍ବାର ସ୍ପଷ୍ଟ କରି ଜିଲାପାଳ ମଧୁସୂଦନ ଦାଶ ଜଣେ ସରକାରୀ…

ଚାପରୁ ବର୍ଷା

ଯୁଦ୍ଧ, ଅନ୍ତର୍ଜାତୀୟ ରାଜନୀତି ଓ ଅର୍ଥନୈତିକ ଅସ୍ଥିରତା ପୃଥିବୀକୁ ଯେତିକି ଆକ୍ତାମାକ୍ତା କରୁଛି, ତା’ଠାରୁ ଅଧିକ କ୍ଷତାକ୍ତ କଲାଣି ଜଳବାୟୁ ପରିବର୍ତ୍ତନଜନିତ ଅସ୍ବାଭାବିକତା। ଥଣ୍ଡା ଜଳବାୟୁରେ ବଢ଼ି…

ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ

ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର…

ଗ୍ରାହକଙ୍କ ପାଇଁ ଖୁସି ଖବର: ଶସ୍ତା ହୋଇଯିବ ପେଟ୍ରୋଲ-ଡିଜେଲ! ହ୍ରାସ ପାଇଲା…

ନୂଆଦିଲ୍ଲୀ,୫।୮: ଆଜି ବିଶ୍ୱ ବଜାରରେ ଅଶୋଧିତ ତୈଳ (କ୍ରୁଡ ଅଏଲ) ଦରରେ ବଡ଼ ଧରଣର ହ୍ରାସ ଦେଖାଯାଇଛି। ଆମେରିକା ଓ ଇରାନ ମଧ୍ୟରେ ଚାଲିଥିବା କୂଟନୈତିକ ଆଲୋଚନା…

ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ

ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି…

ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍‌ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।…

ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ

ଭୁବନେଶ୍ୱର,୫ା୮ (ପ୍ରସନଜିତ୍‌ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri