ଦିଲ୍ଲୀରୁ ଫେରି ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଲେ ମନମୋହନ ସାମଲ

ଭୁବନେଶ୍ୱର,୧୪।୩: ଓଡିଶା ରାଜନୀତିର ଭାଗ୍ୟ ଝୁଲୁଛି ଏବେ ଦିଲ୍ଲୀରେ। ମେଣ୍ଟ ହେଉଛି ନା ହେଉନି? ଏହା ଉପରେ ଏବେ ସମସ୍ତଙ୍କର ନଜର। କୁହାଯାଉଛି, ଆସନ ବୁଝାମଣା ସରିଛି ହେଲେ ସ୍ପଷ୍ଟତା ଆସିବାକୁ ଏତେ ବିଳମ୍ବ କାହିଁକି? ନା ଆସନ ଭାଗବଣ୍ଟାକୁ ନେଇ କେଁ ରହିଛି? ଗତକାଲିି ଦିଲ୍ଲୀରେ ଧର୍ମେନ୍ଦ୍ର ପ୍ରଧାନଙ୍କ ବାସଭବନରେ ଓ ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ତୁହାକୁ ତୁହା ବୈଠକ ବସିଛି। ହେଲେ ନିଷ୍କର୍ସ କଣ ବାହାରୁଛି କାହାକୁ ଜଣାନାହିଁ। ଯାହା ଖବର ଆସୁଛି ଯେ ଲୋକସଭା ଆସନକୁ ନେଇ ବୁଝାମଣା ସରିଛି। କିନ୍ତୁ ବିଧାନସଭା ଆସନ କ୍ଷେତ୍ରରେ ଅଙ୍କ ଛିଡୁନି। ତେବେ ମେଣ୍ଟ ନେଇ ଦିଲ୍ଲୀରୁ ବଡ ଖବର ଆସିଛି। ଖୋଦ୍‌ ମନମୋହନ ସାମଲ ଦିଲ୍ଲୀରୁ ଫେରି ବଡ ବୟାନ ଦେଇଛନ୍ତି।

ପୂର୍ବରୁ ବିଜେଡି ସହ ଭାଜପାର ମେଣ୍ଟ ଚର୍ଚ୍ଚାକୁ ସିଧାସଳଖ ଖଣ୍ଡନ କରୁଥିବା ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ମେଣ୍ଟକୁ ନେଇ ସେ ସିଧାସଳଖ କିଛି କହି ନ ଥିଲେ ବି ବିଜେଡି ଓ ଭାଜପା ମେଣ୍ଟକୁ ନେଇ ବଡ ବୟାନ ଦେଇଛନ୍ତି। ପ୍ରାୟ ୪ ଦିନ ଧରି ଦିଲ୍ଲୀରେ ଡେରା ପକାଇଥିବା ମନମୋହନ ସାମଲ ଭାଜପାର ଶୀର୍ଷ ନେତୃବୃନ୍ଦଙ୍କ ସହ ଘନ ଘନ ବୈଠକ ପରେ ନିଜ ଟିମ ସହ ଆଜି ସକାଳେ ଓଡିଶା ଫେରିଛନ୍ତି। କିନ୍ତୁ ଓଡିଶା ଫେରିବା ପରେ ମେଣ୍ଟ ନେଇ ବିସ୍ଫୋରକ ବୟାନ ଦେଇଛନ୍ତି।

ମେଣ୍ଟ ଚର୍ଚ୍ଚା ନେଇ ମନମୋହନ ସାମଲ ସିଧାସଳଖ କିଛି କହି ନାହାନ୍ତି। ସେ କହିଛନ୍ତି, ‘ଆମର ପ୍ରକ୍ରିୟା ଯାହା ହେବା କଥା ଚାଲିଛି । ଆମେ ସବୁ ବିଷୟରେ ଆଲୋଚନା କରୁଛୁ।
ପୂର୍ବରୁ ମେଣ୍ଟ ସମ୍ଭାବନାକୁ ସିଧାସଳଖ ମନା କରୁଥିବା ମନମୋହନଙ୍କ ମିଜାଜରେ ପରିବର୍ତ୍ତନ ଦେଖିବାକୁ ମିଳିଛି। ତାଙ୍କ ମନ୍ତବ୍ୟରୁ ଲାଗୁଛି ଦୁଇ ଦଳ ମଧ୍ୟରେ ଆସନ ଭାଗବଣ୍ଟା କ୍ଲିଅର ସରିଛି କେବଳ ଆନୁଷ୍ଠାନିକ ଘୋଷଣା ବାକି ଅଛି।

ସୂଚନାଥାଉ କି, ଦିଲ୍ଲୀରୁ ଫେରିବା ପୂର୍ବରୁ ବୁଧବାର ଗୃହମନ୍ତ୍ରୀ ଅମିତ ଶାହାଙ୍କ ସହ ବୈଠକ କରି ଆଲୋଚନା କରିଛନ୍ତି ରାଜ୍ୟ ନେତୃବୃନ୍ଦ । ଗତକାଲି ଶାହାଙ୍କ ଘରେ ବସିଥିବା ବୈଠକରେ ରାଜ୍ୟ ସଭାପତି ମନମୋହନ ସାମଲ, ସଙ୍ଗଠନ ସଂପାଦକ ମାନସ ମହାନ୍ତି, ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଓ ସହ ପ୍ରଭାରୀ ଲତା ଉସେଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ମଧ୍ୟରେ ଟ୍ରମ୍ପଙ୍କ ବଡ଼ ଘୋଷଣା: ବିଶ୍ୱ ବଜାରରେ ଆଶ୍ୱସ୍ତି, ହ୍ରାସ ପାଇଲା…

ଓ୍ବାଶିଂଟନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଯୋଗୁ ସାରା ବିଶ୍ୱରେ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଇଛି। ଭାରତୀୟ ମୁଦ୍ରା ଡଲାର ତୁଳନାରେ ୯୪.୦୧କୁ ଖସି ଆସି ଏସିଆରେ…

ଉଡାଣ ଭରିବାର କିଛି ସମୟ ପରେ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ, ୧୧୦ ଜଣ କରୁଥିଲେ ଯାତ୍ରା

କଲମ୍ବିଆ,୨୩।୩: କଲମ୍ବିଆରେ ଏକ ବାୟୁସେନା ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ମୋଟ ୧୧୦ ଜଣ ଯାତ୍ରା କରୁଥିଲେ। ରିପୋର୍ଟ ଅନୁଯାୟୀ ବିମାନଟି ଉଡ଼ାଣ ଆରମ୍ଭ ହେବାର କିଛି…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri