ମନମୋହନ ସାମଲ ରାଜ୍ୟ ଭାଜପା ସଭାପତି

ଭୁବନେଶ୍ୱର,୨୩।୩(ବ୍ୟୁରୋ): ମନମୋହନ ସାମଲ ରାଜ୍ୟ ଭାଜପାର ନୂଆ ସଭାପତି ଭାବେ ମନୋନୀତ ହୋଇଛନ୍ତି। ମନମୋହନଙ୍କୁ ରାଜ୍ୟ ସଭାପତି ଭାବେ ଭାଜପାର ରାଷ୍ଟ୍ରୀୟ ସଭାପତି ଜେ.ପି ନଡ୍ଡା ଏହି ଦାୟିତ୍ୱ ଦେଇଛନ୍ତି। ସମୀର ମହାନ୍ତିଙ୍କ ସ୍ଥାନରେ ମନମୋହନଙ୍କୁ ଏହି ନୂଆ ଦାୟିତ୍ୱ ମିଳିଛି।

ରାଜ୍ୟରେ ଭାଜପା-ବିଜେଡି ମେଣ୍ଟ ସରକାର ଥିବା ସମୟରେ ମନମୋହନ ମନ୍ତ୍ରୀ ଥିଲେ। ଆଗକୁ ୨୦୨୪ ନିର୍ବାଚନ ଥିବା ବେଳେ ମନମୋହନଙ୍କ ନେତୃତ୍ୱରେ ଦଳ ମଇଦାନକୁ ଓହ୍ଲାଇବ ବୋଲି ସ୍ପଷ୍ଟ ହୋଇଛି।

ଛାତ୍ର ଜୀବନରୁ ମନମୋହନ ରାଜନୀତିରେ ଯୋଗ ଦେଇଥିଲେ। ସେ ଭଦ୍ରକ କଲେଜରେ ପଢୁଥିବା ବେଳେ ୧୯୭୯ରେ ଛାତ୍ର ସଭାପତି ଭାବରେ ନିର୍ବାଚିତ ହୋଇଥିଲେ। ଏହା ସହ ସେ ଏବିଭିପିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପରେ ସେ ଭାରତୀୟ ଜନତା ପାର୍ଟିରେ ଯୋଗ ଦେଇଥିଲେ। ରାଜ୍ୟ ଭାଜପାର ସଭାପତି ଭାବେ ସେ ଦୁଇଥର କାର୍ଯ୍ୟ କରିଛନ୍ତି। ୨୦୦୪ରେ ସେ ଧାମନଗର ନିର୍ବାଚନ ମଣ୍ଡଳୀରୁ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

୨୩ OAS ଅଧିକାରୀଙ୍କୁ ରଥଯାତ୍ରା ଦାୟିତ୍ୱ

ଭୁବନେଶ୍ୱର,୩୦।୬: ଆଗକୁ ବିଶ୍ୱ ପ୍ରସିଦ୍ଧ ପୁରୀରଥଯାତ୍ରା। ରଥଯାତ୍ରା ସୁପରିଚାଳନା ପାଇଁ ୨୩ OAS ଅଫିସରଙ୍କୁ ଦାୟିତ୍ୱ ଦିଆଯାଇଛି। ଏନେଇ ସାଧାରଣ ପ୍ରଶାସନ ପକ୍ଷରୁ ମଙ୍ଗଳବାର ଏକ ବିଜ୍ଞପ୍ତି…

ଟ୍ରମ୍ପଙ୍କୁ ବଡ଼ ଝଟ୍‌କା: ଜନ୍ମଗତ ନାଗରିକତା ଉପରେ ରୋକ ଲଗାଇବା ଆବେଦନକୁ ଖାରଜ କଲେ US ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୩୦।୬: ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ଏକ ବଡ଼ ଝଟ୍‌କା ଦେଇ ଆମେରିକା (US) ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ୟୁନାଇଟେଡ୍ ଷ୍ଟେଟ୍ସରେ ‘ଜନ୍ମଗତ ନାଗରିକତା’ (ବର୍ଥରାଇଟ୍ ସିଟିଜନସିପ୍) ଉପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri