୨୬ରେ ରାଜ୍ୟସଭାପତି ମନମୋହନ ସାମଲଙ୍କ କଳାହାଣ୍ଡି ଗସ୍ତ: ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର

ଭବାନୀପାଟଣା,୨୨।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାକୁ ଆସନ୍ତା ୨୬ ତାରିଖ ମଙ୍ଗଳବାର ଭାଜପା ରାଜ୍ୟ ସଭାପତି ମନମୋହନ ସାମଲଙ୍କ ଗସ୍ତ ରହିଛି। ଏହାକୁ ନେଇ ଶୁକ୍ରବାର ଭବାନୀପାଟଣା ସ୍ଥିତ ଦଳୀୟ କାର୍ଯ୍ୟାଳୟରେ ଭାଜପା ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ଆୟୋଜନ କରାଯାଇଛି। ଏଥିରେ ଜିଲା ସଭାପତି ଯୁଗଳ କିଶୋର ପୋଢ଼ ଅଧ୍ୟକ୍ଷତା କରିଥିଲେ। ଜିଲା ସଭାପତି ପୋଢ଼ଙ୍କ ସୂଚନା ଅନୁଯାୟୀ, ଆସନ୍ତା ୨୬ ତାରିଖ ପୂର୍ବାହ୍ନ ୧୦ ଟାରେ ରାଜ୍ୟ ସଭାପତି ସାମଲ କଳାହାଣ୍ଡିର ପ୍ରବେଶ ପଥ ଅମାଠ ଛକ ଠାରେ ପହଞ୍ଚିବେ। ଏହି ସମୟରେ ତାଙ୍କୁ ଦଳୀୟ କାର୍ଯ୍ୟକର୍ତ୍ତା ଏକ ବିଶାଳ ବାଇକ ଶୋଭାଯାତ୍ରା ମାଧ୍ୟମରେ ଭବାନୀପାଟଣ ସର୍କିଟ ହାଉସ ପ୍ରର୍ଯ୍ୟନ୍ତ ପାଛୋଟି ଆଣିବେ। ସେଠାରୁ ଟାଉନ ହଲଠାରେ ଜିଲା ଭାଜପା ପକ୍ଷରୁ ଅନୁଷ୍ଠିତ ସମ୍ବର୍ଦ୍ଧନା ଓ ମିଶ୍ରଣ କାର୍ଯ୍ୟକ୍ରମରେ ଯୋଗଦେବେ। ଅପରାହ୍ନରେ ରାଇସିଂପୁର ସ୍ଥିତ ନୂତନ ଭାଜପା ଜିଲା କାର୍ଯ୍ୟାଳୟ ପରିସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମରେ ଯୋଗଦେବେ। ସେଠାରୁ ସର୍କିଟ ହାଉସକୁ ଫେରି ଦଳର ବରିଷ୍ଠ କାର୍ଯ୍ୟକର୍ତ୍ତାଙ୍କ ସହ ଏକ ବୈଠକ କରି ଗୁରୁମନ୍ତ୍ର ଦେବେ। ଏହାପରେ ୨୭ ତାରିଖ ଦିନ ଜୁନାଗଡ ଓ ଧର୍ମଗଡ ନିର୍ବାଚନ ମଣ୍ଡଳୀ ପରିଦର୍ଶନ କରିବା ସହ ସ୍ଥାନୀୟ କାର୍ଯ୍ୟକର୍ତ୍ତା ବୈଠକ ମାଧ୍ୟମରେ ସମ୍ବୋଧିତ କରିବେ। ଏହାରି ଭିତରେ ରାଜ୍ୟ ସଭାପତି ସାମଲ କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀ ଓ ଜୁନାଗଡ଼ର ଅଧିଷ୍ଠାତ୍ରୀ ଦେବୀ ମା’ ଲଙ୍କେଶ୍ୱରୀଙ୍କ ଦର୍ଶନ କରିବାର କାର୍ଯ୍ୟକ୍ରମ ମଧ୍ୟ ରହିଥିବା ଜିଲା ସଭାପତି ପୋଢ଼ ସୂଚନା ଦେଇଛନ୍ତି। ସେହିପରି ରାଜ୍ୟ ସଭାପତିଙ୍କ ଏହି ଗସ୍ତ କିପରି ସଫଳ ହେବ ସେ ନେଇ କଳାହାଣ୍ଡି ସାଂଗଠନିକ ୪୧ଟି ମଣ୍ଡଳର କାର୍ଯ୍ୟକର୍ତ୍ତା ଓ ଶୀର୍ଷ ନେତୃତ୍ୱଙ୍କୁ ଦାୟିତ୍ୱ ପ୍ରଦାନ କରାଯାଇଛି ବୋଲି ଜିଲା ସଭାପତି ପୋଢ଼ ପ୍ରକାଶ କରିଛନ୍ତି । ଏହି ଖବରଦାତା ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ବରିଷ୍ଠ ନେତା ଭାରତ ଭୂଷଣ ଦେଓ, ଜିଲା ଯୁବ ମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ,ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ସଦସ୍ୟ ଦିବ୍ୟଜ୍ୟୋତି ମୁଣ୍ଡ, କୃଷକ ମୋର୍ଚ୍ଚା ଜିଲା ସାଧାରଣ ସମ୍ପାଦକ ସୁଧୀର କୁମାର ମୁଣ୍ଡ, ତିରୁପତି ପ୍ରଧାନ,ଭବାନୀପାଟଣା ନଗର ସଭାପତି ଚିତ୍ତ ରଞ୍ଜନ ପାତ୍ର,ଜିଲା ମିଡିଆ ସଂଯୋଜକ ନରହରି ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘର ନୁହେଁ, ଏବେ ବୃଦ୍ଧାଶ୍ରମରେ ରହୁଛନ୍ତି ବିନୋଦ କାମ୍ବଲୀ; ଭାଇରାଲ ଭିଡିଓ ଦେଖି ସ୍ତବ୍ଧ କ୍ରିକେଟ୍ ଜଗତ!

ମୁମ୍ବାଇ,୨୫।୯: ଭାରତୀୟ କ୍ରିକେଟ୍‌ ଟିମ୍‌ର ପୂର୍ବତନ ତାରକା ବ୍ୟାଟର୍‌ ବିନୋଦ କାମ୍ବଲି ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ନିକଟରେ ସୋସିଆଲ ମିଡିଆରେ ସାମ୍ନାକୁ ଆସିଥିବା ତାଙ୍କର ଏକ…

UPI Payment Rules: ₹୬,୦୦୦ ବିଲ୍‌କୁ ₹୨,୦୦୦ କରି ଭାଗ ଭାଗ କରି ପେମେଣ୍ଟ କରୁଛନ୍ତି କି? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୨୫।୯: ୟୁପିଆଇ (UPI) ଜରିଆରେ ନେଣଦେଣ କରୁଥିବା ଗ୍ରାହକ ଓ ବ୍ୟବସାୟୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ୨୦୨୬ ଅକ୍ଟୋବର ୧୫ ତାରିଖରୁ UPI ନିୟମରେ ବଡ଼…

ଛାତ୍ରୀଛାତ୍ରଙ୍କ କଣ୍ଠରେ ବନ୍ଦେ ମାତରଂ

ପାଟଣା,୨୫।୯(ବୀର କିଶୋର ଦାଶ): ବନ୍ଦେ ମାତରଂର ୧୫୦ ବର୍ଷ ପୂର୍ତ୍ତି ଉପଲକ୍ଷେ ବିଦ୍ୟା ଭାରତୀ ଓ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଶୁକ୍ରବାର ପାଟଣା ସ୍ବରସ୍ବତୀ ଶିଶୁ…

ଗଛ ପଡ଼ି ରାସ୍ତା ଅବରୋଧ: ଯାତାୟତ ଠପ୍‌

କୃଷ୍ଣପ୍ରସାଦ,୨୫।୯(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦରେ ଦୁଇ ଦିନ ହେବ ବାତ୍ୟା ତାଣ୍ଡବ ସୃଷ୍ଟି କରିଛି। ପବନ ସାଙ୍ଗକୁ ବର୍ଷା ଲାଗି ରହିଛି। ଫଳରେ ଲୋକ…

ସମୁଦ୍ର ଉପକୂଳ ଅଞ୍ଚଳ ପରିଦର୍ଶନ କଲେ ବିଧାୟକ: ପ୍ରଶାସନିକ ଅଧିକାରୀଙ୍କ ସହ ବନ୍ୟାସ୍ଥିତି ନେଇ ଆଲୋଚନା

ଛତ୍ରପୁର, ୨୫।୯ (ଦିଲ୍ଲୀପ ସାମଲ/ ବିଦ୍ୟାଧର ସାହୁ): ଗତ ତିନିଦିନ ଧରି ଲଗାଣ ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନର…

ମାନସିକ ଭିନ୍ନକ୍ଷମ ଯୁବତୀ ୮ ମାସର ଗର୍ଭବତୀ, ପ୍ରଶାସନିକ ସହାୟତା ଦାବି

କଲ୍ୟାଣସିଂହପୁର, ୨୫।୯ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାରେ ଏକ ଅତ୍ୟନ୍ତ ସମ୍ବେଦନଶୀଳ ତଥା ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଜଣେ…

ଲଗାଣ ବର୍ଷାରେ ଭୂସ୍ଖଳନ: ୬ ଟ୍ରେନ୍‌ ବାତିଲ

କୋରାପୁଟ,୨୫।୯(ଅମିତାଭ ବେହେରା ): ରାୟଗଡ଼ା ଡିଭିଜନ ଅଧୀନ ମୁନିଗୁଡ଼ା-ଚାଟିକୋଣା ଷ୍ଟେଶନ ଏବଂ କୋରାପୁଟ ଜୟପୁର ମଧ୍ୟରେ ଥିବା ମାଲିଗୁଡାଠାରେ ଭୂସ୍ଖଳନ ଯୋଗୁ ରେଳ ଚଳାଚଳ ପ୍ରଭାବିତ ହୋଇଛି।…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?