Posted inଜାତୀୟ

‘ଏବେ ବି ନେହରୁଙ୍କୁ ଦୋଷ ଦେଉଛନ୍ତି’

ନୂଆଦିଲ୍ଲୀ,୧୭।୨: ଗୋଟିଏ ପଟେ ଲୋକେ ଦରଦାମ ବୃଦ୍ଧି ଓ ବେରୋଜଗାର ସମସ୍ୟା ସହ ସଂଘର୍ଷ କରୁଛନ୍ତି। ଅନ୍ୟ ପଟେ ୭ ବର୍ଷ ହେଲା ସରକାରରେ ଥିବା ଭାଜପା ନିଜ ଭୁଲ ସ୍ବୀକାର କରିବା ପରିବର୍ତ୍ତେ ଏବେ ବି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଜଓ୍ବାହରଲାଲ ନେହରୁଙ୍କୁ ଦୋଷ ଦେଉଛନ୍ତି। ଆସନ୍ତା ରବିବାର ହେବାକୁ ଥିବା ପଞ୍ଜାବ ନିର୍ବାଚନ ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଭାଜପା ସରକାରଙ୍କ ଉପରେ ଏଭଳି କହି ବର୍ଷିଛନ୍ତି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ।

“ମୋ ମତରେ ପ୍ରଧାନମନ୍ତ୍ରୀଙ୍କ ପଦବୀର ଏକ ବିଶେଷ ମହତ୍ତ୍ୱ ରହିଛି। ଇତିହାସକୁ ଦୋଷ ଦେବା ପରିବର୍ତ୍ତେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ମର୍ଯ୍ୟଦାର ସମ୍ମାନ ରକ୍ଷା କରିବା ଉଚିତ। ମୁଁ ୧୦ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଥିଲି। ମୁଁ କାର୍ଯ୍ୟ ମାଧ୍ୟମରେ କଥା ହୁଏ। ବିଶ୍ୱ ଆଗରେ ମୁଁ କଦାପି ଦେଶର ସମ୍ମାନ ହାନୀ କରି ନାହିଁ। ମୁଁ କଦାପି ଭାରତର ଗର୍ବକୁ ଦୁର୍ବଳ କରି ନାହିଁ। ଅତିକମ୍‌ରେ ମୋ ପାଖରେ ଏତିକି ଆତ୍ମସନ୍ତୋଷ ଅଛି ଯେ, ମୋ ବିରୋଧରେ ଦୁର୍ବଳ ଓ ଭ୍ରଷ୍ଟାଚାରି ଅଭିଯୋଗ ଆଣୁଥିବା ଭାଜପା ଓ ଏହାର ବି’, ସି ଟିମ୍‌ ଦେଶ ଆଗରେ ଧରା ପଡ଼ିଛନ୍ତି” ବୋଲି ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ କହିଛନ୍ତି।

“ଭାଜପା ସରକାରକୁ ଆର୍ଥିକ ନୀତି ବିଷୟରେ କିଛି ଜଣା ନାହିଁ। ଏହି ସମସ୍ୟା ଏବେ ଦେଶରେ ସୀମିତ ହୋଇ ନାହିଁ। ଏହି ସରକାରର ବୈଦେଶିକ ନୀତି ମଧ୍ୟ ଫେଲ ମାରିଛି। ଚାଇନା ଆମ ସୀମାରେ ବସିଛି। ଅନୁପ୍ରେବେଶକୁ ଦମନ କରିବା ପାଇଁ ପ୍ରୟାସ କରାଯାଉ ନାହିଁ। ବିଶ୍ୱ ନେତାଙ୍କୁ ହଗ କରିବା, ତାଙ୍କ ସହ ବିରାୟାନୀ ଖାଇବା ବୈଦେଶିକ ନୀତି ନୁହେଁ। ଆଶା କରୁଛି ପ୍ରଧାନମନ୍ତ୍ରୀ ଏ କଥା ବୁଝିପାରୁଛନ୍ତି” ବୋଲି ୮୯ ବର୍ଷୀୟ ବରିଷ୍ଠ କଂଗ୍ରେସ ନେତା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ପ୍ରସ୍ତୁତି, ଖୁବଶୀଘ୍ର ଶସ୍ତା ହେବ ପେଟ୍ରୋଲ୍-ଡିଜେଲ୍‌! ଏତିକି ଟଙ୍କା କମିବ

ନୂଆଦିଲ୍ଲୀ,୧୫।୬: ଆମେରିକା-ଇରାନ ଚୁକ୍ତିନାମା ଘୋଷଣା ପରେ ଅଶୋଧିତ ତୈଳ ଦର ହ୍ରାସ ପାଇଛି । ସୋମବାର ପ୍ରାରମ୍ଭିକ ବାଣିଜ୍ୟ ସମୟରେ, ଅନ୍ତର୍ଜାତୀୟ ଅଶୋଧିତ ତୈଳ ଦର ୪% ରୁ…

ଜୀବନ ହାରିଲେ କୁମକୁମ୍ ଭାଗ୍ୟର ଅଭିନେତ୍ରୀ, ୨୨ ବର୍ଷରେ….

“କୁମକୁମ ଭାଗ୍ୟ” ରେ ତାଙ୍କ ଭୂମିକା ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ ହୋଇଛି । ସେ ନାଲାସୋପାରାରେ ତାଙ୍କ ବାସଭବନରେ ଆତ୍ମହତ୍ୟା କରିଛନ୍ତି।…

ଇରାନ ସହ ଡିଲ୍‌ରେ ପାକିସ୍ତାନର ଲଟେରୀ! ଟ୍ରମ୍ପ ଦେବେ ବଡ଼ ପ୍ୟାକେଜ୍‌, ଜାଣନ୍ତୁ କଣ

ଇସଲାମବାଦ,୧୫।୬: ଆମେରିକା ଏବଂ ଇରାନ ମଧ୍ୟରେ ଦୀର୍ଘ ଦିନ ଧରି ଚାଲିଥିବା ଉତ୍ତେଜନା ଏବେ କମିବା ପରି ମନେ ହେଉଛି । ଦୁଇ ରାଷ୍ଟ୍ର ମଧ୍ୟରେ ଏକ…

ରଜ ସଂକ୍ରାନ୍ତିରେ ଆଖଣ୍ଡଳମଣି ପୀଠରେ ଲକ୍ଷାଧିକ ଭକ୍ତଙ୍କ ସମାଗମ: ଅବ୍ୟବସ୍ଥାକୁ ନେଇ ଅସନ୍ତୋଷ

ତିହିଡି, ୧୫।୬ (କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡିସ୍ଥିତ ପ୍ରସିଦ୍ଧ ଶୈବପୀଠ ଆଖଣ୍ଡଳମଣି ମନ୍ଦିରରେ ରଜ ସଂକ୍ରାନ୍ତି ଅବସରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ସମାଗମ ଘଟିଛି। ବାବା ଆଖଣ୍ଡଳମଣିଙ୍କ…

ପୋଡାମରାଇ-ଆଳକଣା ପୋଷ୍ଟ ଅଫିସରେ ମହାଘୋଟାଲା ଆଶଙ୍କା! ପୋଷ୍ଟମାଷ୍ଟର ନିଖୋଜ, ଡାକଘର ଆଗରେ ଜମାକାରୀ….

ଆଳି,୧୫।୬(ବନମାଳୀ ସେନାପତି ): କେନ୍ଦ୍ରାପଡ଼ା ଜିଲା ଆଳି ପୋଷ୍ଟଅଫିସ ଅଧୀନରେ ଥିବା ପୋଡାମରାଇ -ଆଳକଣା ଶାଖା ଡାକଘରେ ତାଲା ଝୁଲାଇ ଦେଇ ଫେରାର ହୋଇ ଯାଇଛନ୍ତି ପୋଷ୍ଟମାଷ୍ଟର…

କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା:ଅନୁମତି ପତ୍ର ଦେଇ ଫେରାଇନେଲା ପୋଲିସ ପ୍ରଶାସନ

କଟକ ସଦର,୧୫।୬(ସୁଶାନ୍ତ କୁମାର ଜେନା) ୪୨ ମୌଜା ଅନ୍ତର୍ଗତ କଳପଡ଼ା ରଜ ମହୋତ୍ସବ ବନ୍ଦ ଘଟଣା ଉପରେ ୟୁନିୟନ ଫର କଟକ ସଦର ଡେଭଲପମେଣ୍ଟର ସଭାପତି ଘଟଣାର…

୨୦ ଜୁନରେ ଓଡ଼ିଶା ଗସ୍ତରେ ଆସିବେ ମୋଦି: ଜାଣନ୍ତୁ କାର୍ଯ୍ୟସୂଚୀ..

ଭୁବନେଶ୍ୱର, ୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ୍ତା ୨୦ ଜୁନ ଓଡ଼ିଶା ଗସ୍ତର ବିସ୍ତୃତ କାର୍ଯ୍ୟସୂଚୀ ପ୍ରକାଶ ପାଇଛି। ଏକ ଦିନିକିଆ ଗସ୍ତରେ ସେ ଓଡ଼ିଶା ଆସି…

ଆମେରିକା-ଇରାନ ମଧ୍ୟରେ ଶାନ୍ତି ଚୁକ୍ତିକୁ ଭାରତର ସ୍ବାଗତ: ପ୍ରଧାନମନ୍ତ୍ରୀ ମୋଦି କହିଲେ, ମୁଁ ଏହି ଚୁକ୍ତିକୁ…

ନୂଆଦିଲ୍ଲୀ,୧୫।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆମେରିକା ଏବଂ ଇରାନ ମଧ୍ୟରେ ହୋଇଥିବା ଶାନ୍ତି ଚୁକ୍ତିକୁ ସ୍ବାଗତ କରିଛନ୍ତି। ଏହି ଚୁକ୍ତି ଏହି ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri