Posted inଜାତୀୟ

ମୁମ୍ବାଇ ଆତଙ୍କବାଦୀ ବିସ୍ଫୋରଣ ପରେ ମନମୋହନ ସରକାରଙ୍କୁ ପାକିସ୍ତାନ ବିରୋଧରେ ବଡ଼ ପଦକ୍ଷେପ ଗ୍ରହଣ କରିବା ଉଚିତ ଥିଲା…

ନୂଆଦିଲ୍ଲୀ,୨୩।୧୧: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ ତିଓ୍ବାରୀ ୨୦୦୮ ମୁମ୍ବାଇ ଆକ୍ରମଣ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମନୀଷ ତତ୍କାଳୀନ ମନମୋହନ ସରକାରଙ୍କୁ ଘେରିଛନ୍ତି। ଏହି ଆକ୍ରମଣ ପରେ ସରକାର ପାକିସ୍ତାନ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କହିଛନ୍ତି। ୨୬/୧୧ କୁ ନେଇ ମନୀଷ ତିୱାରୀ ତାଙ୍କର ଆଗାମୀ ପୁସ୍ତକରେ ଏହି ବିବୃତ୍ତି ଦେଇଛନ୍ତି।

ମନୀଷ ତାଙ୍କର ଆଗାମୀ ପୁସ୍ତକରେ ୧୦ ଫ୍ଲାଶ୍‌ ପଏଣ୍ଟ, ୨୦ ଇୟର୍ସରେ ଲେଖିଛନ୍ତି ଯେ ୨୬/୧୧ ଆକ୍ରମଣ ପରେ ଦେଶ ଶୀଘ୍ର ଏବଂ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ଥିଲା।

ସେ ଲେଖିଛନ୍ତି, ଏପରି ଏକ ସମୟ ଆସେ ଯେତେବେଳେ କାର୍ଯ୍ୟ ଶବ୍ଦ ଅପେକ୍ଷା ଅଧିକ କିଛି କହିଥାଏ। ୨୬/୧୧ରେ ଯେତେବେଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ଥିଲା। ସେତେବେଳେ ମନମୋହନ ସରକାର ନୀରବ ରହିଥିଲେ। ତାଙ୍କ ପୁସ୍ତକରେ ମନୀଷ ତିୱାରୀ ମୁମ୍ବାଇ ଆକ୍ରମଣକୁ ଆମେରିକାର ୯/୧୧ ସହିତ ତୁଳନା କରିଛନ୍ତି, ଏବଂ କହିଛନ୍ତି ଯେ ଭାରତ ସେହି ସମୟରେ ଆମେରିକାର ପରି ପ୍ରତିଶୋଧ ନେବା ଆବଶ୍ୟକ ଥିଲା।
ଗତ ଦୁଇ ଦଶନ୍ଧି ମଧ୍ୟରେ ଭାରତରେ ଘଟିଥିବା ଘଟଣାଗୁଡ଼ିକ ବିଷୟରେ ଏହି ପୁସ୍ତକରେ ଉଲ୍ଲେଖ କରାଯାଇଛି।
ପୁସ୍ତକ ବିଷୟରେ ମନୀଷ ତେୱାରୀ କହିଛନ୍ତି ଯେ ମୋର ଚତୁର୍ଥ ପୁସ୍ତକ ଶୀଘ୍ର ବଜାରକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ଦେଶଖାଲି ମାମଲାରେ ସିବିଆଇ ଚଢ଼ାଉ

କୋଲକାତା,୨୬ା୪: କେନ୍ଦ୍ରୀୟ ଅନୁସନ୍ଧାନ ଏଜେନ୍ସି (ସିବିଆଇ) ପଶ୍ଚିମବଙ୍ଗର ସନ୍ଦେଶଖାଲି ମାମଲାରେ ଶୁକ୍ରବାର ଅନେକ ସ୍ଥାନରେ ଚଢ଼ାଉ କରିଛି। ଅନୁସନ୍ଧାନକାରୀ ସଂସ୍ଥା ବହୁ ପରିମାଣର ଅସ୍ତ୍ରଶସ୍ତ୍ର ଏବଂ...

ନୋଟାକୁ ସର୍ବାଧିକ ଭୋଟ ମିଳିବାରୁ ପୁନର୍ବାର ନିର୍ବାଚନ କରିବାକୁ ଦାବି, ନିର୍ବାଚନ କମିଶନଙ୍କୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୪: ଭୋଟ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଶୁକ୍ରବାର ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଦ୍ୱିତୀୟ ପର୍ଯ୍ୟାୟ ଭୋଟ ସମୟରେ ସୁପ୍ରିମକୋର୍ଟରେ ଶୁଣାଣି ହୋଇଥିଲା।...

ସିସୋଡିଆଙ୍କୁ ଝଟ୍‌କା, ମେ’ ୮ ପର୍ଯ୍ୟନ୍ତ ରହିବେ ଜେଲରେ

ନୂଆଦିଲ୍ଲୀ,୨୬।୪: ଦିଲ୍ଲୀ ଏକ୍ସାଇଜ ମାମଲାରେ ହୋଇଥିବା ଦୁର୍ନୀତି ସହ ଜଡିତ ମନି ଲଣ୍ଡରିଂ ମାମଲାରେ ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଆସନ୍ତା ମେ ୮ ପର୍ଯ୍ୟନ୍ତ...

ରାହୁଲଙ୍କୁ ଶାହାଙ୍କ ପ୍ରଶ୍ନ

ନୂଆଦିଲ୍ଲୀ,୨୬।୪: ଲୋକ ସଭା ନିର୍ବାଚନ ପାଇଁ ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ମତଦାନ ମଧ୍ୟରେ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା କଂଗ୍ରେସକୁ ଟାର୍ଗେଟ କରିଛନ୍ତି। ସେ ଦାବି କରିଛନ୍ତି...

ପୂର୍ବାହ୍ନ ୧୧ଟା ସୁଦ୍ଧା ଏହି ରାଜ୍ୟରେ ହୋଇଛି ସବୁଠୁ ଅଧିକ ମତଦାନ

ନୂଆଦିଲ୍ଲୀ,୨୬ା୪: ଆଜି ଅର୍ଥାତ୍‌ ଏପ୍ରିଲ ୨୬ରେ ଲୋକ ସଭାର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ମତଦାନ ଚାଲିଛି। ଏହି ପର୍ଯ୍ୟାୟରେ ୧୨୦୦ରୁ ଅଧିକ ପ୍ରାର୍ଥୀ ୧୩ଟି ରାଜ୍ୟର...

ପଶ୍ଚିମବଙ୍ଗରେ ଟିଏମସି ଘୋଟାଲା କରୁଛି: ମୋଦି

କୋଲକାତା,୨୬।୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଛନ୍ତି।...

ମମତା ଗଡ଼ରେ ମୋଦିଙ୍କ ହୁଙ୍କାର

ନୂଆଦିଲ୍ଲୀ,୨୬ା୪: ଲୋକ ସଭା ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ପଶ୍ଚିମବଙ୍ଗର ମାଲଦାଠାରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିଛନ୍ତି।...

EVM-VVPAT ଉପରେ ସୁପ୍ରିମକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୬।୪: ନିର୍ବାଚନ ମତଦାନ ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ (ଇଭିଏମ୍‌) ସହ ଭୋଟର ଭେଭିଫିଏବଲ୍‌ ପେପର ଅଡିଟ୍‌ ଟ୍ରାଏଲ (ଭିଭିପିଏଟି) ମେଶିନ୍‌ରୁ ବାହାରୁଥିବା ପେପର ସ୍ଲିପ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri