Posted inଜାତୀୟ

ମୁମ୍ବାଇ ଆତଙ୍କବାଦୀ ବିସ୍ଫୋରଣ ପରେ ମନମୋହନ ସରକାରଙ୍କୁ ପାକିସ୍ତାନ ବିରୋଧରେ ବଡ଼ ପଦକ୍ଷେପ ଗ୍ରହଣ କରିବା ଉଚିତ ଥିଲା…

ନୂଆଦିଲ୍ଲୀ,୨୩।୧୧: କଂଗ୍ରେସର ବରିଷ୍ଠ ନେତା ତଥା ପୂର୍ବତନ କେନ୍ଦ୍ର ମନ୍ତ୍ରୀ ମନୀଷ ତିଓ୍ବାରୀ ୨୦୦୮ ମୁମ୍ବାଇ ଆକ୍ରମଣ ସମ୍ପର୍କରେ ଏକ ବଡ଼ ବିବୃତ୍ତି ଦେଇଛନ୍ତି। ମନୀଷ ତତ୍କାଳୀନ ମନମୋହନ ସରକାରଙ୍କୁ ଘେରିଛନ୍ତି। ଏହି ଆକ୍ରମଣ ପରେ ସରକାର ପାକିସ୍ତାନ ଉପରେ କଡା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ ବୋଲି କହିଛନ୍ତି। ୨୬/୧୧ କୁ ନେଇ ମନୀଷ ତିୱାରୀ ତାଙ୍କର ଆଗାମୀ ପୁସ୍ତକରେ ଏହି ବିବୃତ୍ତି ଦେଇଛନ୍ତି।

ମନୀଷ ତାଙ୍କର ଆଗାମୀ ପୁସ୍ତକରେ ୧୦ ଫ୍ଲାଶ୍‌ ପଏଣ୍ଟ, ୨୦ ଇୟର୍ସରେ ଲେଖିଛନ୍ତି ଯେ ୨୬/୧୧ ଆକ୍ରମଣ ପରେ ଦେଶ ଶୀଘ୍ର ଏବଂ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଉଚିତ୍‌ ଥିଲା।

ସେ ଲେଖିଛନ୍ତି, ଏପରି ଏକ ସମୟ ଆସେ ଯେତେବେଳେ କାର୍ଯ୍ୟ ଶବ୍ଦ ଅପେକ୍ଷା ଅଧିକ କିଛି କହିଥାଏ। ୨୬/୧୧ରେ ଯେତେବେଳେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଉଚିତ ଥିଲା। ସେତେବେଳେ ମନମୋହନ ସରକାର ନୀରବ ରହିଥିଲେ। ତାଙ୍କ ପୁସ୍ତକରେ ମନୀଷ ତିୱାରୀ ମୁମ୍ବାଇ ଆକ୍ରମଣକୁ ଆମେରିକାର ୯/୧୧ ସହିତ ତୁଳନା କରିଛନ୍ତି, ଏବଂ କହିଛନ୍ତି ଯେ ଭାରତ ସେହି ସମୟରେ ଆମେରିକାର ପରି ପ୍ରତିଶୋଧ ନେବା ଆବଶ୍ୟକ ଥିଲା।
ଗତ ଦୁଇ ଦଶନ୍ଧି ମଧ୍ୟରେ ଭାରତରେ ଘଟିଥିବା ଘଟଣାଗୁଡ଼ିକ ବିଷୟରେ ଏହି ପୁସ୍ତକରେ ଉଲ୍ଲେଖ କରାଯାଇଛି।
ପୁସ୍ତକ ବିଷୟରେ ମନୀଷ ତେୱାରୀ କହିଛନ୍ତି ଯେ ମୋର ଚତୁର୍ଥ ପୁସ୍ତକ ଶୀଘ୍ର ବଜାରକୁ ଆସିବ।


Enter your email to get our daily news in your inbox.

All Right Reserved By Dharitri.Com

ଲଘୁଚାପ ସକ୍ରିୟ: ପ୍ରବଳ ବର୍ଷା ସମ୍ଭାବନା, ଚେତାବନୀ ଜାରି

ଭୁବନେଶ୍ୱର,୨୫ା୮(ବନ୍ଦନା ସେଠୀ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗାଙ୍ଗେଟିକ୍‌ ପଶ୍ଚିମବଙ୍ଗ ଓ ତା’ର ପାଖାପାଖି ଉତ୍ତର ଓଡ଼ିଶା ଏବଂ ଝାଡ଼ଖଣ୍ଡ ଅଞ୍ଚଳରେ ସକ୍ରିୟ ରହିଛି। ଏଥିସହ ସଂଲଗ୍ନ ଘୂର୍ଣ୍ଣିବଳୟ ସମୁଦ୍ର…

ଏହି ଦିନ ଦେଶବ୍ୟାପୀ ବ୍ୟାଙ୍କ ଧର୍ମଘଟ, ଲଗାତାର ୪ ଦିନ ବନ୍ଦ ରହିବ…

ନୂଆଦିଲ୍ଲୀ,୨୫ା୮: ୫ ଦିନିଆ ବ୍ୟାଙ୍କିଙ୍ଗ୍‌ ବ୍ୟବସ୍ଥା କାର୍ଯ୍ୟକାରୀ କରିବାରେ ବିଳମ୍ବ, କାର୍ଯ୍ୟଦକ୍ଷତା ଭିତ୍ତିକ ପ୍ରୋତ୍ସାହନ (ପିଏଲ୍‌ଆଇ) ଯୋଜନାକୁ ନେଇ ମତଭେଦ, ପେନ୍‌ସନ ସମ୍ବନ୍ଧୀୟ ସମସ୍ୟା ଓ ଆହୁରି…

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ଆନ୍ଦୋଳନକୁ ଓହ୍ଲାଇଲେ ଚାଷୀ: ୨୪ ଘଣ୍ଟାରେ ଦାବି ପୂରଣ ନ ହେଲେ…

ଝାରବନ୍ଧ,୨୪।୮(ଦେବେନ୍ଦ୍ର ସାହୁ): ଧାନ ବିକ୍ରି ପାଇଁ ଆଟ କିସମ ଜମି ପଞ୍ଜିକରଣ ହେଉ ନ ଥିବାରୁ ଚାଷୀ ଆନ୍ଦୋଳନକୁ ଓହ୍ଲାଇଛନ୍ତି l ଆଟ କିସମକୁ ପଞ୍ଜିକରଣ କରା…

‘ଦେଶର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ?’ ଅଭିଜିତ ଦୀପକେଙ୍କ ଉତ୍ତରକୁ ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨୪।୮: କକରୋଚ ଜନତା ପାର୍ଟି (CJP)ର ପ୍ରତିଷ୍ଠାତା ଅଭିଜୀତ ଦୀପକେଙ୍କୁ ଯେତେବେଳେ ପଚରାଯାଇଥିଲା ଯେ, ଦେଶର ଏପର୍ଯ୍ୟନ୍ତର ସବୁଠାରୁ ଶ୍ରେଷ୍ଠ ପ୍ରଧାନମନ୍ତ୍ରୀ କିଏ, ସେତେବେଳେ ସେ ପଣ୍ଡିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri