ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…

ଭୁବନେଶ୍ୱର,୨୭ା୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ ଆଚରଣ, ଉଚ୍ଚାରଣ ଆଦୌ ଠିକ୍‌ ନୁହେଁ। ବିଧାନସଭାରେ ମର୍ଯ୍ୟାଦା ରହିବା ଜରୁରୀ ବୋଲି ମନମୋହନ କହିଛନ୍ତି।

ସୂଚନା ଥାଉ କି, ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ  ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରାଉ କରିଛି।
କଂଗ୍ରେସ ଭବନଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭକ୍ତ ଦାସ କହିଥିଲେ, ସରକାର କିଭଳି ପୋଲିସକୁ ହାତବାରିସୀ କରି ବିରୋଧୀଙ୍କ ଉପରେ ଦମନ ନୀତି ଚଳାଇଛନ୍ତି  ତା’ର ନମୁନା ବିଧାନସଭାରେ ଦେଖିବାକୁ ମିଳିଛି। ମହିଳାଙ୍କୁ ସୁରକ୍ଷା ଦେବ କହି କ୍ଷମତାସୀନ ହେବା ପରେ ଭାଜପା ତା’ର ମୂଳ ଲକ୍ଷ୍ୟରୁ ଦୂରେଇ ଯାଇଛି। ସବୁ ନିୟମକାନୁନ୍‌କୁ ଜଳାଞ୍ଜଳି ଦେଇଛି। ୧୪ ସଦସ୍ୟଙ୍କୁ ନିଲମ୍ବନ କରିବା ଏବଂ ସେମାନଙ୍କୁ ମାଡ଼ମାରି କ୍ଷତାକ୍ତ କରିବା ଏହାର ସଦ୍ୟ ଉଦାହରଣ। ଏହାଦ୍ୱାରା ବିଧାନସଭା ଇତିହାସରେ କଙ୍କଳିତ ଇତିହାସ ସୃଷ୍ଟି ହୋଇଛି। ଏସବୁକୁ ରାଜ୍ୟବାସୀ ଦେଖୁଛନ୍ତି। ଆଗାମୀ ଦିନରେ ଏହାର ଉଚିତ୍‌ ଜବାବ ଦେବେ ବୋଲି ଭକ୍ତ କହିଛନ୍ତି। ସେ କହିଥିଲେ, କଂଗ୍ରେସ ସବୁବେଳେ ଲୋକଙ୍କ ପାଇଁ ସ୍ବର ଉଠାଇ ଆସିଛି। ହେଲେ ଏବେ ମହିଳାଙ୍କ ପ୍ରସଙ୍ଗରେ ସ୍ବର ଉଠାଇବାରୁ ସରକାର ପ୍ରତିକ୍ରିୟାଶୀଳ ହୋଇ ପଡିଛନ୍ତି। ଅଗଣତାନ୍ତ୍ରିକ ଉପାୟରେ ବିରୋଧୀଙ୍କ ସ୍ବରକୁ ଚାପିବା ପାଇଁ ଉଦ୍ୟମ କରୁଛନ୍ତି। ସରକାର ଯେଉଁ ଗୁଣ୍ଡାରାଜ୍‌ ଚଳାଇଛନ୍ତି ତା’ର ଦୃଢ଼ ଜବାବ ଦିଆଯିବ ବୋଲି ଭକ୍ତ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri