ବିରୋଧୀଙ୍କ ଉପରେ ବର୍ଷିଲେ ମନମୋହନ, କହିଲେ ସେମାନେ ଦଳର…

ଭୁବନେଶ୍ୱର,୨୭ା୩: ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ଦଳୀୟ କାର୍ଯ୍ୟାଳୟରେ ପ୍ରେସ୍‌ମିଟ୍‌ କରି ବିରୋଧୀଙ୍କ ଉପରେ ପ୍ରବଳ ବର୍ଷିଛନ୍ତି। ସେ କହିଛନ୍ତି, କଂଗ୍ରେସ ଓ ତାଙ୍କ ଦଳର ନେତା ଆତ୍ମସମୀକ୍ଷା କରନ୍ତୁ। ସେମାନେ ବିରୋଧୀ ଦଳର ଭୂମିକା କ’ଣ ବୁଝିନାହାନ୍ତି। ବିରୋଧୀଙ୍କ ଆଚରଣ, ଉଚ୍ଚାରଣ ଆଦୌ ଠିକ୍‌ ନୁହେଁ। ବିଧାନସଭାରେ ମର୍ଯ୍ୟାଦା ରହିବା ଜରୁରୀ ବୋଲି ମନମୋହନ କହିଛନ୍ତି।

ସୂଚନା ଥାଉ କି, ରାଜ୍ୟରେ ମହିଳା ଅସୁରକ୍ଷିତ ଏବଂ ଏଥିଲାଗି ଗୃହକମିଟି ଦାବି କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବନ ହେବା ଘଟଣାରେ  ରାଜ୍ୟ କଂଗ୍ରେସ ତୀବ୍ର ପ୍ରତିକ୍ରିୟାଶୀଳ ହୋଇପଡ଼ିଛି। ଏହି ଘଟଣାକୁ ଗାଁ ଗଣ୍ଡାରେ ପହଞ୍ଚାଇବା ପାଇଁ ପ୍ରସ୍ତୁତ ହୋଇଛି ନକ୍ସା। ଗୁରୁବାର ରାଜ୍ୟ କଂଗ୍ରେସ ବିଧାନସଭାର ଚତୁଃପାର୍ଶ୍ୱକୁ ଘେରାଉ କରିଛି।
କଂଗ୍ରେସ ଭବନଠାରେ ବୁଧବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଭକ୍ତ ଦାସ କହିଥିଲେ, ସରକାର କିଭଳି ପୋଲିସକୁ ହାତବାରିସୀ କରି ବିରୋଧୀଙ୍କ ଉପରେ ଦମନ ନୀତି ଚଳାଇଛନ୍ତି  ତା’ର ନମୁନା ବିଧାନସଭାରେ ଦେଖିବାକୁ ମିଳିଛି। ମହିଳାଙ୍କୁ ସୁରକ୍ଷା ଦେବ କହି କ୍ଷମତାସୀନ ହେବା ପରେ ଭାଜପା ତା’ର ମୂଳ ଲକ୍ଷ୍ୟରୁ ଦୂରେଇ ଯାଇଛି। ସବୁ ନିୟମକାନୁନ୍‌କୁ ଜଳାଞ୍ଜଳି ଦେଇଛି। ୧୪ ସଦସ୍ୟଙ୍କୁ ନିଲମ୍ବନ କରିବା ଏବଂ ସେମାନଙ୍କୁ ମାଡ଼ମାରି କ୍ଷତାକ୍ତ କରିବା ଏହାର ସଦ୍ୟ ଉଦାହରଣ। ଏହାଦ୍ୱାରା ବିଧାନସଭା ଇତିହାସରେ କଙ୍କଳିତ ଇତିହାସ ସୃଷ୍ଟି ହୋଇଛି। ଏସବୁକୁ ରାଜ୍ୟବାସୀ ଦେଖୁଛନ୍ତି। ଆଗାମୀ ଦିନରେ ଏହାର ଉଚିତ୍‌ ଜବାବ ଦେବେ ବୋଲି ଭକ୍ତ କହିଛନ୍ତି। ସେ କହିଥିଲେ, କଂଗ୍ରେସ ସବୁବେଳେ ଲୋକଙ୍କ ପାଇଁ ସ୍ବର ଉଠାଇ ଆସିଛି। ହେଲେ ଏବେ ମହିଳାଙ୍କ ପ୍ରସଙ୍ଗରେ ସ୍ବର ଉଠାଇବାରୁ ସରକାର ପ୍ରତିକ୍ରିୟାଶୀଳ ହୋଇ ପଡିଛନ୍ତି। ଅଗଣତାନ୍ତ୍ରିକ ଉପାୟରେ ବିରୋଧୀଙ୍କ ସ୍ବରକୁ ଚାପିବା ପାଇଁ ଉଦ୍ୟମ କରୁଛନ୍ତି। ସରକାର ଯେଉଁ ଗୁଣ୍ଡାରାଜ୍‌ ଚଳାଇଛନ୍ତି ତା’ର ଦୃଢ଼ ଜବାବ ଦିଆଯିବ ବୋଲି ଭକ୍ତ କହିଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଜିଲା ବିଜେଡି କାର୍ଯ୍ୟକାରିଣୀରେ ସ୍ଥାନ ପାଇଲେ ପାଟଣା ନିର୍ବାଚନମଣ୍ଡଳୀର ତୁଙ୍ଗ ନେତା

ପାଟଣା,୨୮ା୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ବିଜେଡିର ନୂତନ ଜିଲା କାର୍ଯ୍ୟକାରୀ କମିଟିକୁ ବିଜେଡି ସଭାପତି ତଥା ସୁପ୍ରିମୋ ନବୀନ ପଟ୍ଟନାୟକ ପୁନର୍ଗଠନ କରିଛନ୍ତି। ଏହି...

୧୦୨ ହୋମ୍‌ଗାର୍ଡ ପଦବୀ ପାଇଁ ୪୦୪୦ ପରୀକ୍ଷାର୍ଥୀ, ଚାଲିଛି ଲିଖିତ ପରୀକ୍ଷା

ଝାରସୁଗୁଡ଼ା,୨୮ା୧୨(ଆଶିଷ ରଞ୍ଜନ ଦାଶ): ଝାରସୁଗୁଡା ଜିଲାରେ ଖାଲି ପଡ଼ିଥିବା ୧୦୨ଟି ହୋମଗାର୍ଡ ପଦ ପାଇଁ ରବିବାର ଲିଖିତ ପରୀକ୍ଷା ଅନୁଷ୍ଠିତ ହେଉଛି। ଏହି ପରୀକ୍ଷାରେ ମୋଟ୍‌...

ନେତାନ୍ୟାହୁ-ଟ୍ରମ୍ପଙ୍କ ସାକ୍ଷାତ ପୂର୍ବରୁ ମାସୁଦ୍‌ଙ୍କ ବଡ଼ ଘୋଷଣା: କହିଲେ ଆମ ଦେଶ ଏବେ ଯୁଦ୍ଧ ପାଇଁ…

ତେହରାନ,୨୮ା୧୨: ଇରାନ ରାଷ୍ଟ୍ରପତି ମାସୁଦ୍‌ ପେଜେସ୍କିଆନ କହିଛନ୍ତି, ତାଙ୍କ ଦେଶ ବର୍ତ୍ତମାନ ଆମେରିକା, ଇସ୍ରାଏଲ ଏବଂ ୟୁରୋପ ସହିତ ଏକ ପୂର୍ଣ୍ଣାଙ୍ଗ ଯୁଦ୍ଧରେ ଲିପ୍ତ। ସୋମବାର...

ଭରସା କଲେ ନବୀନ: ସିଲୁଙ୍କୁ ମିଳିଲା ଗୁରୁଦାୟତ୍ୱ, କହିଲେ…

କେସିଙ୍ଗା,୨୮।୧୨(ତୁମେଶ୍ୱର ସାହୁ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜେଡିର ୨୯ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ସାରା ରାଜ୍ୟରେ ନୂତନ ବିଜେଡି ପଦାଧିକାରୀମାନଙ୍କ...

ଶୀତ ମହୋତ୍ସବ ଲାଗି ଗାଁ ଗାଁରେ ଉତ୍କଣ୍ଠା, ଉତ୍ସାହ

ଦାରିଙ୍ଗବାଡି, ୨୮।୧୨ (ଅରୁଣ ସାହୁ ): ଆଉ କିଛି ଦିନର ଅପେକ୍ଷା। ଶୀତ ମହୋତ୍ସବ ୨୦୨୬ ପାଇଁ ଦାରିଙ୍ଗବାଡି ଏବେ ଠାରୁ ଉତ୍ସବମୁଖର ହୋଇପଡିଛି। ଗାଁ...

ଧନୁଯାତ୍ରା ରାଜ ଦରବାରରେ ଉଚ୍ଚଶିକ୍ଷା, ସଂସ୍କୃତି ମନ୍ତ୍ରୀ କହିଲେ ଅସ୍ମିତାର କଥା…

ମଥୁରାନଗରୀ,୨୮।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ଚତୁର୍ଥ ଦିବସରେ ଗୋପପୁର ଦୃଶ୍ୟାଭନିନୟ ଗୁଡ଼ିକ ଚିତ୍ତାକର୍ଷକ ଥିଲା। କୃଷ୍ଣଙ୍କ ବାଲ୍ୟଲୀଳା ଦେଖିବାକୁ ନାହିଁ...

ଚୋରକୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧିଲେ ଲୋକେ, ପ୍ରବଳ ମାଡ଼ ମାରିବା ପରେ…

ଭଦ୍ରକ,୨୮ା୧୨(ସନାତନ ରାଉତ): ଚୋରି କରୁଥିବାବେଳେ ଜଣେ ନିଶାଡ଼ି ଯୁବକଙ୍କୁ କାବୁ କରି ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ଦେଲେ ଗ୍ରାମବାସୀ। ପ୍ରବଳ ମାଡ଼ ମାରିବା ପରେ ପୋଲିସକୁ...

ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷଙ୍କୁ ଝୁରୁଛନ୍ତି ଅଞ୍ଚଳବାସୀ, କଂଗ୍ରେସ ପତାକା ଉପରେ ଢାଙ୍କି ଦେଇ ନେତା…

ଦାରିଙ୍ଗବାଡ଼ି,୨୮ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଓଡ଼ିଶା ଡ୍ରାଇଭର ମହାସଂଘର ଉପସଭାପତି ସନ୍ତୋଷ ଦିଗାଲଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ପ୍ରକାଶ ଯେ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri