Posted inଜାତୀୟ

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ ଶରୀରକୁ ନିଆଯାଉଛି। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ ସମୟରେ ତାଙ୍କର ଶେଷକୃତ୍ୟ ନୂଆଦିଲ୍ଲୀର ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ। ତାଙ୍କ ଅନ୍ତିମ ଯାତ୍ରାରେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ, ପ୍ରିୟଙ୍କା ଭଦ୍ରା ଏବଂ ରାହୁଲ ଗାନ୍ଧୀ ଯୋଗ ଦେଇଛନ୍ତି।
ଶନିବାର ସକାଳ ୮ଟାରେ ମରଶରୀରକୁ କଂଗ୍ରେସ ମୁଖ୍ୟାଳୟକୁ ନିଆଯାଇଥିଲା। ସେଠାରେ ଦଳୀୟ କର୍ମୀ ଓ ଜନସାଧାରଣ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ୧୦ରେ ଏଆଇସିସି କାର୍ଯ୍ୟାଳୟରୁ ଶ୍ମଶାନ ସ୍ଥଳକୁ ଶୋଭାଯାତ୍ରାରେ ନିଆଯିବ। ତାଙ୍କ ପରଲୋକ ରାଷ୍ଟ୍ର ପାଇଁ ବଡ଼ କ୍ଷତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।

ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଦେଶର ଶୀର୍ଷ ନେତୃବୃନ୍ଦ ମନମୋହନଙ୍କ ଦିଲ୍ଲୀ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶେଷ ଦର୍ଶନ ପାଇଁ ମରଶରୀରକୁ ଜାତୀୟ ପତାକାରେ ଗୁଡ଼ାଯାଇ ବାସଭବନରେ ରଖାଯାଇଛି। ସ୍ତ୍ରୀ ଗୁରଶରନ କୌର ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଛନ୍ତି।
ମନମୋହନଙ୍କ ପରଲୋକରେ ବିଶ୍ୱନେତାମାନେ ଶୋକବ୍ୟକ୍ତ କରିଛନ୍ତି। ବନ୍ଧୁ ମନମୋହନଙ୍କ ପରଲୋକରେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକଁର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଭାରତ ଜଣେ ମହାନ୍‌ ବ୍ୟକ୍ତିଙ୍କୁ ହରାଇଲା ବୋଲି କହିଛନ୍ତି। ମାଲେସିଆ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌ କହିଛନ୍ତି, ଭାରତକୁ ବିଶ୍ୱର ବୃହତ୍‌ ଅର୍ଥନୀତିରେ ପରିଣତ କରିବାରେ ଏହି ଅର୍ଥନୈତିକ ବିନ୍ଧାଣୀଙ୍କର ପ୍ରମୁଖ ଭୂମିକା ଥିଲା। ଭାରତ ଆମେରିକା ରଣନୈତିକ ସହଭାଗିତାରେ ଡ. ସିଂ ମହାନ୍‌ ଚାମ୍ପିୟନ୍‌ ଥିଲେ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି। ମନମୋହନଙ୍କ ଶେଷକୃତ୍ୟ ସ୍ଥାନରେ ସ୍ମାରକୀ ନିର୍ମାଣ ପାଇଁ ବ୍ୟବସ୍ଥା କରିବାକୁ କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାଇଟ୍ କ୍ଲବରେ ଭୟଙ୍କର ଅଗ୍ନିକାଣ୍ଡ, ଜଳିଗଲେ ୨୫ଜଣ

ଗୋଆ,୭।୧୨: ଗୋଆର ପ୍ରସିଦ୍ଧ ନାଇଟ୍ କ୍ଲବରେ ବଡ଼ ଧରଣର ଅଗ୍ନିକାଣ୍ଡ। ଗୋଆ ଆର୍ପୋରା ସ୍ଥିତ ରୋମିଓ ଲେନ୍ ରେ ଥିବା ବ୍ରିଚ୍ ନାଇଟ୍ କ୍ଲବରେ ନିଆଁ...

ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନାକୁ ଅନୁମୋଦନ, କ୍ୟାବିନେଟ୍‌ରେ ୬ ପ୍ରସ୍ତାବକୁ ମଞ୍ଜୁରୀ

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରେଶମ ଶିଳ୍ପକୁ ଅଧିକ ସଶକ୍ତ ଏବଂ ସମ୍ପ୍ରସାରିତ କରିବା ଲାଗି ରାଜ୍ୟ ସରକାର ସ୍ଥିରକରି ମୁଖ୍ୟମନ୍ତ୍ରୀ ରେଶମ ବିକାଶ ଯୋଜନା ଆରମ୍ଭ କରିବାକୁ...

ନିଯୁକ୍ତ ହେବେ ଓଡ଼ିଆ ଶିକ୍ଷକ, ଗଣଶିକ୍ଷା ବିଭାଗର ବଡ଼ ସୂଚନା

ଭୁବନେଶ୍ୱର,୭ା୧୨(ସୁଚିସ୍ମିତା ସାହୁ): ରାଜ୍ୟର ୩୧୪ଟି ଓଡ଼ିଶା ଆଦର୍ଶ ବିଦ୍ୟାଳୟ (ଓଏଭି)ରେ ଓଡ଼ିଆ ଶିକ୍ଷକ ନିଯୁକ୍ତ ହେବେ। ସମସ୍ତ ଓଏଭିରେ ଜଣେ ଲେଖାଏ ଓଡ଼ିଆ ପ୍ରଶିକ୍ଷିତ ସ୍ନାତକ...

ଅଙ୍ଗନଓ୍ୱାଡି ପାଇଁ ବଡ଼ ଘୋଷଣା, ପ୍ରଭାତୀ କହିଲେ…

ଭୁବନେଶ୍ୱର,୭ା୧୨(ସୁନିତ୍‌ ମିଶ୍ର): ରାଜ୍ୟ ସରକାର ପ୍ରଥମେ ୫, ପରେ ୭ ଓ ୧୨ ଲକ୍ଷ ଟଙ୍କା ଅଙ୍ଗନଓ୍ୱାଡି କେନ୍ଦ୍ର ନିର୍ମାଣ ପ୍ରଥମେ ଦେଉଥିଲେ। ଏବେ ଅଙ୍ଗନଓ୍ୱାଡି...

ଭାରତକୁ ୪୦,୦୦୦ ଏଲ୍‌ଏମ୍‌ଜି ଯୋଗାଇବ ଇସ୍ରାଏଲୀ କମ୍ପାନୀ

ଜେରୁଜେଲମ୍‌ ,୬ା୧୨: ଇସ୍ରାଏଲ୍‌ର ଏକ ପ୍ରମୁଖ ପ୍ରତିରକ୍ଷା କମ୍ପାନୀ ଭାରତକୁ ପ୍ରଥମ ପର୍ଯ୍ୟାୟରେ ୪୦ ହଜାର ହାଲୁକା ମେଶିନ୍‌ ଗନ୍‌ (ଏଲ୍‌ଏମ୍‌ଜି) ଯୋଗାଇବାକୁ ଯାଉଛି। ଆସନ୍ତାବର୍ଷ...

ଏୟାରବସ୍‌ ଏ-୩୨୦ରେ ଗୁଣବତ୍ତା ସମସ୍ୟା, ବିମାନ ଡେଲିଭରିରେ ବିଳମ୍ବ

ପ୍ୟାରିସ୍‌,୬ା୧୨: ଏୟାର ବସ୍‌ ଏ-୩୨୦ ବିମାନଗୁଡ଼ିକରେ ସଫ୍ଟଓ୍ବେର ସମସ୍ୟା ଦେଖାଦେବା ପରେ ଗତ ମାସରେ କମ୍ପାନୀ ସେଗୁଡ଼ିକର ସମାଧାନ କରିଥିଲା। ସଫ୍ଟଓ୍ବେର ଅପ୍‌ଡେଟ୍‌ ପାଇଁ ଅନେକ...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri