Posted inଜାତୀୟ

ଅନ୍ତିମ ଯାତ୍ରାରେ ବାହାରିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୮।୧୨: ଅନ୍ତିମ ଯାତ୍ରାରେ ବାହାରଛନ୍ତି ମନମୋହନ ସିଂ ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂ। ନିଗମବୋଧ ଘାଟକୁ ତାଙ୍କ ପାଥିବ ଶରୀରକୁ ନିଆଯାଉଛି। ପୂର୍ବାହ୍ନ ୧୧ଟା ୪୫ ମିନିଟ୍‌ ସମୟରେ ତାଙ୍କର ଶେଷକୃତ୍ୟ ନୂଆଦିଲ୍ଲୀର ନିଗମବୋଧ ଘାଟରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସମ୍ପନ୍ନ ହେବ। ତାଙ୍କ ଅନ୍ତିମ ଯାତ୍ରାରେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧୀ, ପ୍ରିୟଙ୍କା ଭଦ୍ରା ଏବଂ ରାହୁଲ ଗାନ୍ଧୀ ଯୋଗ ଦେଇଛନ୍ତି।
ଶନିବାର ସକାଳ ୮ଟାରେ ମରଶରୀରକୁ କଂଗ୍ରେସ ମୁଖ୍ୟାଳୟକୁ ନିଆଯାଇଥିଲା। ସେଠାରେ ଦଳୀୟ କର୍ମୀ ଓ ଜନସାଧାରଣ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ୧୦ରେ ଏଆଇସିସି କାର୍ଯ୍ୟାଳୟରୁ ଶ୍ମଶାନ ସ୍ଥଳକୁ ଶୋଭାଯାତ୍ରାରେ ନିଆଯିବ। ତାଙ୍କ ପରଲୋକ ରାଷ୍ଟ୍ର ପାଇଁ ବଡ଼ କ୍ଷତି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।

ଶୁକ୍ରବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଦେଶର ଶୀର୍ଷ ନେତୃବୃନ୍ଦ ମନମୋହନଙ୍କ ଦିଲ୍ଲୀ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶେଷ ଦର୍ଶନ ପାଇଁ ମରଶରୀରକୁ ଜାତୀୟ ପତାକାରେ ଗୁଡ଼ାଯାଇ ବାସଭବନରେ ରଖାଯାଇଛି। ସ୍ତ୍ରୀ ଗୁରଶରନ କୌର ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଛନ୍ତି।
ମନମୋହନଙ୍କ ପରଲୋକରେ ବିଶ୍ୱନେତାମାନେ ଶୋକବ୍ୟକ୍ତ କରିଛନ୍ତି। ବନ୍ଧୁ ମନମୋହନଙ୍କ ପରଲୋକରେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକଁର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଭାରତ ଜଣେ ମହାନ୍‌ ବ୍ୟକ୍ତିଙ୍କୁ ହରାଇଲା ବୋଲି କହିଛନ୍ତି। ମାଲେସିଆ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌ କହିଛନ୍ତି, ଭାରତକୁ ବିଶ୍ୱର ବୃହତ୍‌ ଅର୍ଥନୀତିରେ ପରିଣତ କରିବାରେ ଏହି ଅର୍ଥନୈତିକ ବିନ୍ଧାଣୀଙ୍କର ପ୍ରମୁଖ ଭୂମିକା ଥିଲା। ଭାରତ ଆମେରିକା ରଣନୈତିକ ସହଭାଗିତାରେ ଡ. ସିଂ ମହାନ୍‌ ଚାମ୍ପିୟନ୍‌ ଥିଲେ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି। ମନମୋହନଙ୍କ ଶେଷକୃତ୍ୟ ସ୍ଥାନରେ ସ୍ମାରକୀ ନିର୍ମାଣ ପାଇଁ ବ୍ୟବସ୍ଥା କରିବାକୁ କଂଗ୍ରେସ ଅଧ୍ୟକ୍ଷ ଖାର୍ଗେ ଶୁକ୍ରବାର ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?