ବାରାକ ଓବାମାଙ୍କ ପୁସ୍ତକରେ ରାହୁଲ, ମନମୋହନଙ୍କ ବିଷୟରେ ଆଲୋଚନା

ଓ୍ବାଶିଂଟନ,୧୩।୧୧: ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ନୂତନ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ୍‌’ ଏବେ ବେଶ୍‌ ଚର୍ଚ୍ଚାରେ ରହିଛି। ଓବାମାଙ୍କ ନୂତନ ପୁସ୍ତକରେ କେରଳର ୱାୟାନାଡର ଲୋକସଭା ଏମ୍‌ପି ତଥା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିଷୟରେ ଉଲ୍ଲେଖ କରିଛନ୍ତି। ସେ ଲେଖିଛନ୍ତି, ରାହୁଲ ଗାନ୍ଧୀ ଜଣେ ଅପରିପକ୍ୱ ବ୍ୟକ୍ତି। ଉଦାହରଣ ସ୍ବରୂପ, କିଛି ଛାତ୍ର ଅଛନ୍ତି, ଯେଉଁମାନେ ସେମାନଙ୍କ ପାଠ୍ୟକ୍ରମ ସମାପ୍ତ କରି ନିଜ ଶିକ୍ଷକଙ୍କୁ ପ୍ରଭାବିତ କରିବାକୁ ଆଗ୍ରହୀ ଅଟନ୍ତି, କିନ୍ତୁ ଏହି ବିଷୟଗୁଡିକରେ ଗୁରୁ ହେବା ପାଇଁ ତାଙ୍କର ଦକ୍ଷତା କିମ୍ବା ଉତ୍ସାହର ଅଭାବ ରହିଥାଏ। ରାହୁଲ ସେମିତି ଜଣେ ବ୍ୟକ୍ତି। ସେହିପରି ଓବାମା ତାଙ୍କ ପୁସ୍ତକରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ବିଷୟରେ ମଧ୍ୟ ଲେଖିଛନ୍ତି। ସେ ମନମୋହନଙ୍କ ବିଷୟରେ ଲେଖିଛନ୍ତି ସେ ଜଣେ ନିଷ୍ଠାପର ବ୍ୟକ୍ତି। ଏହାସହ ଓବାମା ନିଜ ପୁସ୍ତକରେ ଆମେରିକାର ନବନିର୍ବାଚିତ ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଜଣେ ଯୋଗ୍ୟ ବ୍ୟକ୍ତି ଭାବରେ ବର୍ଣ୍ଣନା କରିଛନ୍ତି। ନ୍ୟୁୟର୍କ ଟାଇମ୍ସ ପୁସ୍ତକ ସମୀକ୍ଷା ଅନୁଯାୟୀ ବାରାକ ଓବାମାଙ୍କ ନୂତନ ପୁସ୍ତକ ‘ଏ ପ୍ରମିଜଡ୍‌ ଲ୍ୟାଣ୍ଡ୍‌’ ତାଙ୍କ ବ୍ୟକ୍ତିଗତ ଜୀବନ ଅପେକ୍ଷା ରାଜନୈତିକ ଆଭିମୁଖ୍ୟ ଉପରେ ଅଧିକ ଧ୍ୟାନ ଦେଇଥାଏ। ରାଜନୀତିରେ ତାଙ୍କର ପ୍ରଥମ ଦିନରୁ ପାକିସ୍ତାନର ଏବଟ୍ଟାବାଦରେ ଓସାମା ବିନ ଲାଦେନଙ୍କ ହତ୍ୟା ପର୍ଯ୍ୟନ୍ତ ଲେଖିଛନ୍ତି। ଏହା ପୂର୍ବରୁ ‘ଡ୍ରିମ୍ସ ଫର୍ମ ମାଇ ଫାଦର’, ‘ଦ ଅଡେସିଟୀ ଅଫ୍‌ ହୋପ’ଭଳି ଅନେକ ପୁସ୍ତକ ଓବାମା ଲେଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri