ମନମୋହନଙ୍କ ବଡ଼ ଘୋଷଣା: କହିଲେ ଖୁବ୍‌ଶୀଘ୍ର ହେବ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ, ଖାଲି ପଡ଼ିଥିବା ପଦବୀରେ…

ଭୁବନେଶ୍ୱର,୯ା୭: ନବନିର୍ବାଚିତ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ବୁଧବାର ଏକ ବଡ଼ ଘୋଷଣା କରିଛନ୍ତି। ସେ ପ୍ରଭୁ ଲିଙ୍ଗରାଜ ମନ୍ଦିରରେ ଆଶିଷ ନେଲା ବେଳେ ଏହି ଘୋଷଣା କରିଛନ୍ତି। ସେ କହିଛନ୍ତି, ଖୁବ୍‌ଶୀଘ୍ର ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ହେବ। ଖାଲିପଡ଼ିଥିବା ୬ଟି ପଦବୀ ପୂରଣ ସହିତ ଖୁବଶୀଘ୍ର ବୋର୍ଡ ନିଗମ ଅଧ୍ୟକ୍ଷ ନିଯୁକ୍ତି ପ୍ରକ୍ରିୟା ହେବ ବୋଲି ମଧ୍ୟ ସଭାପତି କହିଛନ୍ତି।

ସୂଚନାଯୋଗ୍ୟ, ମନମୋହନ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ସର୍ବସହମତିରେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀରେ ନିର୍ବାଚିତ କରାଯାଇଛି।

ସୋମବାର ଭାଜପା ରାଜ୍ୟ କାର୍ଯ୍ୟାଳୟରେ ନାମାଙ୍କନ ଦାଖଲ ପ୍ରକ୍ରିୟା ଶେଷ ହୋଇଥିଲା, ଯେଉଁଠାରେ ମନମୋହନ ସାମଲ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ। ନିର୍ବାଚନ ପର୍ଯ୍ୟବେକ୍ଷକ ସଞ୍ଜୟ ଜୟସ୍ୱାଲ ବିଧିବଦ୍ଧ ଭାବେ ମନମୋହନଙ୍କ ନାମକୁ ରାଜ୍ୟ ସଭାପତି ଭାବେ ଘୋଷଣା କରିଥିଲେ।

୨୦୨୪ ବିଧାନସଭା ନିର୍ବାଚନରେ ମନମୋହନଙ୍କ ନେତୃତ୍ୱରେ ଭାଜପା ଓଡ଼ିଶାରେ ଐତିହାସିକ ବିଜୟ ହାସଲ କରି ଏକାକୀ ସରକାର ଗଠନ କରିଥିଲା। ତାଙ୍କ ନେତୃତ୍ୱ ଓ ରଣନୀତିକୁ ଦଳୀୟ କର୍ମୀମାନେ ଉଚ୍ଚ ପ୍ରଶଂସା କରିଛନ୍ତି। ଏହି ନିର୍ବାଚନ ସହିତ ମନମୋହନ ରାଜ୍ୟ ଭାଜପାର ମଙ୍ଗ ଧରି ନୂଆ ଇନିଂସ ଆରମ୍ଭ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଷ୍ଟରରେ ନିଜ ଫଟୋ ନଥିବାରୁ ଗର୍ଜିଲେ ପ୍ରଦୀପ ପୁରୋହିତ, ମନଦୁଃଖ କରନ୍ତୁ ନାହିଁ କହିଲେ ଉପମୁଖ୍ୟମନ୍ତ୍ରୀ

ଝାରସୁଗୁଡା, ୨୧/୧୨(ଆଶିଷ ରଞ୍ଜନ ଦାଶ ): ଝାରସୁଗୁଡା ଜିଲା କୋଲାବିରା ବ୍ଳକ ଠାରେ ରବିବାର ଚାଲିଥିବା କୃଷକ ସମାବେଶରେ ବରଗଡ଼ ସାଂସଦ ପ୍ରଦୀପ ପୁରୋହିତ ବ୍ୟାନରରେ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ବଡ଼ ଖବର: ୨୬ ଡିସେମ୍ୱରରୁ ମହଙ୍ଗା ହେବ ଟ୍ରେନଯାତ୍ରା, ଜେନରାଲ ସିଟ୍‌ ପାଇଁ ଦେବାକୁ ପଡିବ ଏତେ ଟଙ୍କା

ନୂଆଦିଲ୍ଲୀ,୨୧।୧୨: ଯାତ୍ରୀଗଣ ଦୟାକରି ଧ୍ୟାନ ଦିଅନ୍ତୁ। ଟ୍ରେନରେ ଯାତ୍ରା କରୁଥିଲେ ଆପଣଙ୍କ ପାଇଁ ଜରୁରୀ ଖବର। ଟ୍ରେନରେ ଯାତ୍ରା କରିବା ଏବେ ପଡିପାରେ ମହଙ୍ଗା। ଡିସେମ୍ୱର...

ଏଥର ଫେବୃଆରୀ ୧ରେ ଆସିବନି ବଜେଟ୍‌! ଭାରତ ସଂସଦୀୟ ଇତିହାସରେ ପ୍ରଥମ?

ନୂଆଦିଲ୍ଲୀ,୨୧।୧୨: ଆସନ୍ତା ବର୍ଷ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ କେଉଁ ତାରିଖରେ ବଜେଟ ଉପସ୍ଥାପନ କରିବେ ତାକୁ ନେଇ ସସପେନ୍ସ ଜାରି ରହିଛି। ୨୦୧୭ରୁ...

ବସ୍‌ଷ୍ଟାଣ୍ଡ ପାଇଁ ଗଛକଟା: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ…

ବାରିପଦା, ୨୧।୧୧ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପାଲବଣୀଠାରେ ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଚାଲିଥିବା ଗଛକଟାକୁ ତୀବ୍ର ବିରୋଧ କରାଯାଇଛି। ପରିବେଶବିତ୍‌...

ବିଜେଡିରେ ବଡ଼ ହଲଚଲ: ୪୦ ପରେ ୩ ନେତାଙ୍କୁ ନେଇ ଚର୍ଚ୍ଚା

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ବିଜେଡିର ପ୍ରାୟ ୪୦ ଜଣ ପୂର୍ୱତନ ବିଧାୟକ ଏବଂ ୨୦୨୪ରେ ବିଧାୟକ ପ୍ରାର୍ଥୀ ହୋଇଥିବା ନେତା ଭୁବନେଶ୍ୱର ଉପକଣ୍ଠରେ ଶୁକ୍ରବାର ଏକ ଭୋଜି...

ବର୍ବରତା, ୭ ବର୍ଷର ଝିଅକୁ ଜୀଅନ୍ତା ଜାଳିଦେଲେ ଲୋକେ, ସରକାରଙ୍କୁ ୨୪ ଘଣ୍ଟାର ଅଲ୍ଟିମେଟମ

ଢାକା,୨୧।୧୨: ଛାତ୍ର ନେତା ସରିଫ ଓସମାନ ହାଦିଙ୍କ ମୃତ୍ୟୁ ପରେ ବାଂଲାଦେଶରେ ଘଟିଥିବା ବ୍ୟାପକ ହିଂସା ସମୟରେ ଜଣେ ନିର୍ଦ୍ଦୋଷ ଝିଅକୁ ଜୀବନ୍ତ ଜାଳି ଦିଆଯିବାର...

ଆହୁଜା ନା ନୂଆ: କିଏ ହେବେ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ?

ଭୁବନେଶ୍ୱର,୨୧ା୧୨(ସୁନିତ୍‌ ମିଶ୍ର): ରାଜ୍ୟର ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ କିଏ ହେବେ ତାକୁ ନେଇ କିଛିଦିନ ହେଲା ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ଓଡ଼ିଶା ମୁଖ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri