Posted inଜାତୀୟ

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ତାଙ୍କର ଜଣେ ଝିଅ ଆମେରିକାରେ ରହିଥିବାବେଳେ ତାଙ୍କ ଫେରିବାକୁ ଅପେକ୍ଷା କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଦେଶର ଶୀର୍ଷ ରାଜନେତାମାନେ ମନମୋହନଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶେଷ ଦର୍ଶନ ପାଇଁ ମରଶରୀରକୁ ଜାତୀୟ ପତାକାରେ ଗୁଡ଼ାଯାଇ ବାସଭବନରେ ଫୁଲରେ ସଜ୍ଜିତ କାସ୍କେଟ୍‌ରେ ରଖାଯାଇଛି। ଦଳମତ ନିର୍ବିଶେଷରେ ବହୁନେତା ଆସି ତାଙ୍କୁ ଶେଷ ସମ୍ମାନ ଜଣାଉଛନ୍ତି। ସ୍ତ୍ରୀ ଗୁରଶରନ କୌର ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଛନ୍ତି। ଶନିବାର ସକାଳ ୮ଟାରେ ମରଶରୀରକୁ କଂଗ୍ରେସ ମୁଖ୍ୟାଳୟକୁ ନିଆଯିବ। ସେଠାରେ ଦଳୀୟ କର୍ମୀ ଓ ଜନସାଧାରଣ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ୯ଟା ୩୦ରେ ଏଆଇସିସି କାର୍ଯ୍ୟାଳୟରୁ ଶ୍ମଶାନ ସ୍ଥଳକୁ ଶୋଭାଯାତ୍ରାରେ ନିଆଯିବ। ମନମୋହନଙ୍କ ପରଲୋକରେ ବିଶ୍ୱନେତାମାନେ ଶୋକବ୍ୟକ୍ତ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତର ଆର୍ଥତ୍କ ସଂସ୍କାରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଏବଂ ଅନ୍ତର୍ଜାତୀୟ ସମ୍ପର୍କକୁ ମଜଭୁତ କରିବା ଦିଗରେ ତାଙ୍କର ପ୍ରମୁଖ ଭୂମିକା ଏଥିରୁ ପ୍ରତିଫଳିତ ହେଉଛି। ବନ୍ଧୁ ମନମୋହନଙ୍କ ପରଲୋକରେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକଁର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଭାରତ ଜଣେ ମହାନ୍‌ ବ୍ୟକ୍ତିଙ୍କୁ ହରାଇଲା ବୋଲି କହିଛନ୍ତି। ମାଲେସିଆ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ଭାରତକୁ ବିଶ୍ୱର ବୃହତ୍‌ ଅର୍ଥନୀତିରେ ପରିଣତ କରିବାରେ ଏହି ଅର୍ଥନୈତିକ ସଂସ୍କାରର ବିନ୍ଧାଣୀଙ୍କର ପ୍ରମୁଖ ଭୂମିକା ରହିଛନ୍ତି। ଭାରତ ଆମେରିକା ରଣନୈତିକ ସହଭାଗିତାରେ ଡ. ସିଂ ମହାନ ଚାମ୍ପିଅନ୍‌ ଥିଲେ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri