Posted inଜାତୀୟ

ଆଜି ମନମୋହନଙ୍କ ଶେଷକୃତ୍ୟ

ନୂଆଦିଲ୍ଲୀ,୨୮ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଆର୍ଥତ୍କ ସଂସ୍କାରର ଅଗ୍ରଦୂତ ଡ. ମନମୋହନ ସିଂଙ୍କର ଗୁରୁବାର ରାତିରେ ଦିଲ୍ଲୀ ଏମ୍ସରେ ପରଲୋକ ଘଟିଥିଲା। ତାଙ୍କ ବିୟୋଗରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯାଉଥିବାବେଳେ ଶନିବାର ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ। ତାଙ୍କର ଜଣେ ଝିଅ ଆମେରିକାରେ ରହିଥିବାବେଳେ ତାଙ୍କ ଫେରିବାକୁ ଅପେକ୍ଷା କରାଯାଇଛି। ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା, କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ଦଳ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କ ସମେତ ଦେଶର ଶୀର୍ଷ ରାଜନେତାମାନେ ମନମୋହନଙ୍କ ଦିଲ୍ଲୀସ୍ଥିତ ବାସଭବନକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ତାଙ୍କ ଶେଷ ଦର୍ଶନ ପାଇଁ ମରଶରୀରକୁ ଜାତୀୟ ପତାକାରେ ଗୁଡ଼ାଯାଇ ବାସଭବନରେ ଫୁଲରେ ସଜ୍ଜିତ କାସ୍କେଟ୍‌ରେ ରଖାଯାଇଛି। ଦଳମତ ନିର୍ବିଶେଷରେ ବହୁନେତା ଆସି ତାଙ୍କୁ ଶେଷ ସମ୍ମାନ ଜଣାଉଛନ୍ତି। ସ୍ତ୍ରୀ ଗୁରଶରନ କୌର ଓ ପରିବାରର ଅନ୍ୟ ସଦସ୍ୟମାନେ ଉପସ୍ଥିତ ରହିଛନ୍ତି। ଶନିବାର ସକାଳ ୮ଟାରେ ମରଶରୀରକୁ କଂଗ୍ରେସ ମୁଖ୍ୟାଳୟକୁ ନିଆଯିବ। ସେଠାରେ ଦଳୀୟ କର୍ମୀ ଓ ଜନସାଧାରଣ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ୯ଟା ୩୦ରେ ଏଆଇସିସି କାର୍ଯ୍ୟାଳୟରୁ ଶ୍ମଶାନ ସ୍ଥଳକୁ ଶୋଭାଯାତ୍ରାରେ ନିଆଯିବ। ମନମୋହନଙ୍କ ପରଲୋକରେ ବିଶ୍ୱନେତାମାନେ ଶୋକବ୍ୟକ୍ତ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭାରତର ଆର୍ଥତ୍କ ସଂସ୍କାରରେ ତାଙ୍କର ଉଲ୍ଲେଖନୀୟ ଅବଦାନ ଏବଂ ଅନ୍ତର୍ଜାତୀୟ ସମ୍ପର୍କକୁ ମଜଭୁତ କରିବା ଦିଗରେ ତାଙ୍କର ପ୍ରମୁଖ ଭୂମିକା ଏଥିରୁ ପ୍ରତିଫଳିତ ହେଉଛି। ବନ୍ଧୁ ମନମୋହନଙ୍କ ପରଲୋକରେ ଫ୍ରାନ୍ସ ରାଷ୍ଟ୍ରପତି ଏମାନୁଏଲ୍‌ ମାକଁର ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଭାରତ ଜଣେ ମହାନ୍‌ ବ୍ୟକ୍ତିଙ୍କୁ ହରାଇଲା ବୋଲି କହିଛନ୍ତି। ମାଲେସିଆ ପ୍ରଧାନମନ୍ତ୍ରୀ ଅନଓ୍ବର ଇବ୍ରାହିମ୍‌ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ଭାରତକୁ ବିଶ୍ୱର ବୃହତ୍‌ ଅର୍ଥନୀତିରେ ପରିଣତ କରିବାରେ ଏହି ଅର୍ଥନୈତିକ ସଂସ୍କାରର ବିନ୍ଧାଣୀଙ୍କର ପ୍ରମୁଖ ଭୂମିକା ରହିଛନ୍ତି। ଭାରତ ଆମେରିକା ରଣନୈତିକ ସହଭାଗିତାରେ ଡ. ସିଂ ମହାନ ଚାମ୍ପିଅନ୍‌ ଥିଲେ ବୋଲି ଆମେରିକା ପରରାଷ୍ଟ୍ର ସଚିବ ଆଣ୍ଟୋନି ବ୍ଲିଙ୍କେନ୍‌ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ନକଲି CID ଅଧିକାରୀ ଗିରଫ: ଶିକ୍ଷାନୁଷ୍ଠାନ, ବ୍ୟବସାୟୀଙ୍କୁ କରୁଥିଲେ ଟାର୍ଗେଟ

ଭୁବନେଶ୍ୱର,୩।୪: ରାଜଧାନୀର ଚନ୍ଦ୍ରଶେଖରପୁର ଥାନା ପୋଲିସକୁ ଶୁକ୍ରବାର ଏକ ସଫଳତା ମିଳିଛି। ଚନ୍ଦ୍ରଶେଖରପୁର ଥାନା ପୋଲିସ ଟିମ୍‌ ୮ଜଣ ନକଲି CID ଅଧିକାରୀଙ୍କୁ ଧରି ପଚରାଉଚରା କରୁଛି।…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

ଟ୍ରେନ୍‌ ଟ୍ରାକ୍‌ରେ ପଡ଼ିଛି ଯୁବତୀଙ୍କ କ୍ଷତାକ୍ତ ମୃତଦେହ, ହାତରେ ଲେଖା ଅଛି ଏମିତି, ପାରିପାର୍ଶ୍ୱିକ ସ୍ଥିତିରୁ…

ବଲାଙ୍ଗୀର,୩ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଖୁଜେନପାଲି ରେଳ ଫାଟକ ନିକଟରେ ଜଣେ ଯୁବତୀଙ୍କ କ୍ଷତାକ୍ତ ଅବସ୍ଥାରେ ମୃତଦେହ ପଡ଼ିଥିବା ଶୁକ୍ରବାର ଦେଖାଯାଇଛି। ମୃତ ଯୁବତୀଙ୍କ ପରିଚୟ ମିଳିଥିବା ବେଳେ…

୨୦୨୭ ରୁ ଆଇପିଏଲ ମ୍ୟାଚ ସଂଖ୍ୟା ବୃଦ୍ଧି ପାଇବ? ଅଧ୍ୟକ୍ଷଙ୍କ ଗୁରୁତ୍ୱପୂର୍ଣ୍ଣ ବୟାନ

ନୂଆଦିଲ୍ଲୀ,୩।୪: ଇଣ୍ଡିଆନ ପ୍ରିମିୟର ଲିଗର ୧୯ତମ ସଂସ୍କରଣ ବର୍ତ୍ତମାନ ଚାଲିଛି; ଛଅଟି ମ୍ୟାଚ ଖେଳାଯାଇସାରିଛି, ଏବଂ ଶୁକ୍ରବାର ଚେନ୍ନାଇ ସୁପର କିଙ୍ଗସ ଏବଂ ପଞ୍ଜାବ କିଙ୍ଗସ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri