ବନ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ମନମୋହନ, କ୍ଷତିଗ୍ରସ୍ତଙ୍କୁ ଦେଲେ ଆଶ୍ୱାସନା

ଚାନ୍ଦବାଲି,୩।୮(କିଷାନ ପାତ୍ର): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋମବାର ଭଦ୍ରକ ଜିଲାର ବନ୍ୟା ପ୍ରଭାବିତ ଚାନ୍ଦବାଲି ଅଞ୍ଚଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିଛନ୍ତି। ଖେରଙ୍ଗ ଓ ମାଧପୁର ପଞ୍ଚାୟତ ସମେତ ବିଭିନ୍ନ ବନ୍ୟା ପ୍ରଭାବିତ ଗାଁ ବୁଲି ଲୋକଙ୍କ ସହ ଆଲୋଚନା କରିବା ସହ ବନ୍ୟା ବିପନ୍ନଙ୍କ ସମସ୍ୟା ବୁଝିଥିଲେ। ଏହା ସହ ଚାଷୀଙ୍କ କ୍ଷୟକ୍ଷତିର ଆକଳନ କରି ସରକାରଙ୍କ ପକ୍ଷରୁ ଆବଶ୍ୟକ ସହାୟତା ଯୋଗାଇ ଦିଆଯିବା ନେଇ ସେ ପ୍ରକାଶ କରିଛନ୍ତି।

ଏପରିକି ସଭାପତି ସାମଲ ଚାନ୍ଦବାଲି ବ୍ଲକର ଖେରଙ୍ଗ ଓ ମାଧପୁର, ଘଟପୁର ପଞ୍ଚାୟତର ବିଭିନ୍ନ ବନ୍ୟା ପ୍ରଭାବିତ ଗ୍ରାମ ପରିଦର୍ଶନ କରିଥିଲେ। ବନ୍ୟା ପାଣି ଘେରରେ ରହିଥିବା ଲୋକଙ୍କ ସହ କଥା ହୋଇ ସେମାନଙ୍କ ସମସ୍ୟା ଓ ଆବଶ୍ୟକତା ସମ୍ପର୍କରେ ଅବଗତ ହୋଇଥିଲେ। ବନ୍ୟା ଯୋଗୁ ଚାଷ ଜମିରେ ହୋଇଥିବା କ୍ଷତି, ପାନୀୟ ଜଳ ସଙ୍କଟ, ରାସ୍ତାଘାଟର ଅବସ୍ଥା ଏବଂ ସ୍ବାସ୍ଥ୍ୟସେବା ସମ୍ପର୍କରେ ଲୋକଙ୍କ ସହ ଆଲୋଚନା କରିଥିଲେ।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ସଭାପତି ସାମଲ କହିଛନ୍ତି, ବନ୍ୟା ପ୍ରଭାବିତ ଅଞ୍ଚଳରେ ରାସ୍ତାଘାଟର ମରାମତି, ବିଶୁଦ୍ଧ ପାନୀୟ ଜଳ ଓ ଆବଶ୍ୟକ ମେଡିକାଲ ସୁବିଧା ଯଥାଶୀଘ୍ର ଯୋଗାଇ ଦେବା ସହ ଚାଷୀଙ୍କ କ୍ଷତିପୂରଣ ଓ ସହାୟତା ପାଇଁ ସରକାର ତ୍ୱରିତ ପଦକ୍ଷେପ ନେବେ।

ଅନ୍ୟମାନଙ୍କ ମଧ୍ୟରେ ଭଦ୍ରକ ବିଧାୟକ ସୀତାଂଶୁ ଶେଖର ମହାପାତ୍ର, ଜିଲା ସଭାପତି ଭଗବାନ ପଣ୍ଡା, ସାଧାରଣ ସମ୍ପାଦକ କମଳାକାନ୍ତ ସୂତାର,ରାଜ୍ୟ କୃଷକ ମୋର୍ଚ୍ଚା ସଂଯୋଜକ ଉପେନ୍ଦ୍ର କୁମାର ରାଉଳ, ଜିଲା ମହିଳା ମୋର୍ଚ୍ଚା ସମ୍ପାଦିକା ସାଗତିକା ପଲାଇ,ଜିଲା କୃଷକ ମୋର୍ଚ୍ଚା ସଭାପତି ଅଶୋକ ରାଉଳ, ପୂର୍ଣ୍ଣଚନ୍ଦ୍ର ପାଣି, ପ୍ରଶାନ୍ତ ମାଝୀ, ରବୀନ୍ଦ୍ର ଦାସ, ପ୍ରତାପ ରାୟ,ସନାତନ ସାହୁ, ଅମୁଲ୍ୟ ବିଶ୍ୱାଳ,ଜଗନ୍ନାଥ ରାଉତ, ସରପଞ୍ଚ ଭାରତୀ ବିଶ୍ୱାଳ, ସମିତି ସଭ୍ୟ ଅଭୟ ବଳ,ସୁଶାନ୍ତ ପୁହାଣ, ବିଜୟ ବେହେରା, ବିଶ୍ୱଜିତ ବିଶ୍ୱାଳ, କିଷାନ ପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନବନିର୍ମିତ ପ୍ରଶାସନିକ ଗୃହ ଉଦ୍‌ଘାଟିତ: ୫୨ ଲକ୍ଷ ଟଙ୍କା ବ୍ୟୟରେ ହୋଇଛି ନିର୍ମାଣ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତିର ନବନିର୍ମିତ ପ୍ରଶାସନିକ ଗୃହ ଶୁକ୍ରବାର କଳାହାଣ୍ଡି ଲୋକସଭା ସାଂସଦ ମାଳବିକା ଦେବୀଙ୍କ ଦ୍ୱାରା ଉଦ୍‌ଘାଟିତ…

ବ୍ୟାଙ୍କର ୩ ସ୍କାଏଲାଇଟ୍‌ ଭାଙ୍ଗି ପଶିଥିଲେ: ୪ ଗିରଫ

କେସିଙ୍ଗା, ୧୮।୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଥାନା ଅଧୀନ ଗିଗିନା ଗ୍ରାମରେ ଥିବା କାନାରା ବ୍ୟାଙ୍କ ଶାଖାରୁ ଚୋରି ଅଭିଯୋଗରେ ୪ ଜଣଙ୍କୁ ପୋଲିସ…

କେସିଙ୍ଗା ବ୍ଲକରେ ନୂତନ ଯୋଗାଣ ଅଧିକାରୀ: ଦୀର୍ଘଦିନ ପରେ ପୂରଣ ହେଲା ଖାଲି ପଦବୀ

କେସିଙ୍ଗା, ୧୮/୯ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକରେ ଦୀର୍ଘଦିନ ଧରି ଯୋଗାଣ ଅଧିକାରୀ ପଦବୀ ଖାଲି ରହିଥିଲା। ଫଳରେ ରାସନ କାର୍ଡରେ ନାମ ଯୋଡ଼ିବା…

IPL 2027 ନିଲାମ ପୂର୍ବରୁ ୧୧ ବଡ଼ ବ୍ୟାଟରଙ୍କୁ ରିଲିଜ କରାଯିବ! ଲିଷ୍ଟ ଦେଖିଲେ ମୁଣ୍ଡରେ ହାତ ଦେବେ

ନୂଆଦିଲ୍ଲୀ,୧୮।୯: ସମସ୍ତ ଦଳ ଇଣ୍ଡିଆନ ପ୍ରିମିୟର ଲିଗ (IPL)ର ୨୦ତମ ସିଜିନଅର୍ଥାତ IPL 2027 ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଯଦିଓ ଏହି ଟୁର୍ଣ୍ଣାମେଣ୍ଟ ଆସନ୍ତା ବର୍ଷ…

୨୧ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିବ କଂଗ୍ରେସ

ଜୟପୁର,୧୭ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରଠାରେ ଏମ୍‌ଡିଆର ବିଲ୍‌ ପ୍ରତ୍ୟାହାର ଦାବିରେ ଏମ୍‌ପି, ବିଧାୟକ କଂଗ୍ରେସ ନେତା ଓ କର୍ମୀଙ୍କୁ ନେଇ ଜିଲା କଂଗ୍ରେସ କମିଟି ଆହ୍ବାନରେ…

ବସ୍‌ଷ୍ଟାଣ୍ଡରୁ ବାଘ ଛାଲ ଜବତ

ବାଲିଗୁଡ଼ା,୧୮ା୯(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ବସ୍‌ଷ୍ଟାଣ୍ଡରୁ ୨ କଲରାପତରିଆ ବାଘ ଛାଲ ଜବତ ହୋଇଛି। ଏନେଇ ଜଣଙ୍କୁ ଗିରଫ କରାଯାଇଛି। ସେ ହେଲେ ଫିରିଙ୍ଗିଆ…

ହଜାରେ ଝିଅଙ୍କ ଦାୟିତ୍ୱ ନେବେ ରଣବୀର ସିଂହ; ରଣବୀର ଓ ଆଲିଆ ମଧ୍ୟ ନେଲେ ଗୁରୁତ୍ୱପୂର୍ଣ୍ଣ ସଂକଳ୍ପ

ମୁମ୍ବଇ,୧୮।୯: ୧୪ ସେପ୍ଟେମ୍ବରରେ ଗଣେଶ ଚତୁର୍ଥୀ ଅବସରରେ, ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାଙ୍କ ପର୍ଯ୍ୟନ୍ତ ସାରା ଦେଶର ଲୋକମାନେ ନିଜ ଘରେ ଭଗବାନ ଗଣେଶଙ୍କ…

ବିପଦରେ ଅଜିତ ଅଗରକରଙ୍କ ପଦବୀ! BCCIର ନୂଆ ମୁଖ୍ୟ ଚୟନକର୍ତ୍ତା ହେବେ କି ପାର୍ଥିବ ପଟେଲ? ଏକ ପୋଷ୍ଟକୁ ନେଇ…

ନୂଆଦିଲ୍ଲୀ,୧୮।୯: ପୂର୍ବତନ ଭାରତୀୟ କ୍ରିକେଟର ପାର୍ଥିବ ପଟେଲ ପୁରୁଷ ସିନିୟର ଚୟନ କମିଟିର ଅଧ୍ୟକ୍ଷ ଭାବରେ ଅଜିତ ଅଗରକରଙ୍କ ସ୍ଥାନ ନେଇପାରନ୍ତି। ସେ ‘X’ (ଟୁଇଟର) ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?