ମନମୋହିଲା ଆଦିବାସୀ, ଓଡ଼ିଶୀ ନୃତ୍ୟ

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.), ୨୧।୧: ରାୟଗଡ଼ା ଜିଲା ଲୋକ ମହୋତ୍ସବ ଚଇତି ତୃତୀୟ ସା ଥିଲା ଅତ୍ୟନ୍ତ ରୋଚକ। ଶୁକ୍ରବାର ରାୟଗଡ଼ା ବଜାର ଛୁଟି ଥିବାରୁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ତୃତୀୟ ସା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିଲେ। ବିଶିଷ୍ଟ ଅତିଥିଭାବେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ରାଜ୍ୟ ଅଧ୍ୟକ୍ଷ ପ୍ରଦୀପ ମାଝି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର ଦାସ, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି, ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନସୂୟା ମାଝି, କୋରାପୁଟ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି, ମାଲକାନଗିରି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଦମା ରାବା, ବିଧାୟକ ମକରନ୍ଦ ମୁଦୁଲି, ପଛୁଆ ଜାତି ବିକାଶ ଉପଦେଷ୍ଟା ପୃଥୀରାଜ ସାହୁ, ଗୁଣପୁର ପୌରାଧ୍ୟକ୍ଷ ମମତା ଗୌଡ଼, ଗୁଡାରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀ ଶବର, ଚନ୍ଦ୍ରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ କଇନ କିମ୍ବାକା, ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି ସମ୍ମାନିତ ଅତିଥିଭାବେ ଉପସ୍ଥିତ ଥିଲେ। ଅତିଥିମାନେ ଅବିଭକ୍ତ କୋରାପୁଟ ଜିଲାର କଳା ଓ ସଂସ୍କୃତି ସମ୍ପର୍କରେ ଆଲୋକପାତ କରିଥିଲେ। ଓଡ଼ିଶୀନୃତ୍ୟର ତାଳରେ ଆରମ୍ଭ ହୋଇଥିଲା ତୃତୀୟ ସା। କୁନି କୁନି ପିଲା ଅତି ସୁନ୍ଦର ଭାବରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଯାହା ହଜାର ହଜାର ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଶୁକ୍ରବାର କୋଲକାତା ନୂପୁର କଳାକାର ଦ୍ବାରା ବଙ୍ଗଳା ଲୋକନୃତ୍ୟ, ଜଗତ୍‌ସିଂହପୁର ଜିଲାର ଘୋଡା ନାଚ, ଆଦିମ ଜନଜାତି ଲାଞ୍ଜିଆ ସୌରାଙ୍କ ପାରମ୍ପରିକ ନୃତ୍ୟ, ରାମନାଗୁଡା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା କଥକ ନୃତ୍ୟ ପ୍ରଦର୍ଶନ ହୋଇଥିଲା। ଆଜିର ସନ୍ଧ୍ୟାର ସ୍ବତନ୍ତ୍ର ଆକର୍ଷଣ ଥିଲେ କଣ୍ଠଶିଳ୍ପୀ ଅସୀମା ପଣ୍ଡା। ଅସୀମା ଓ ସାଥୀଙ୍କ ଗୀତ ନୃତ୍ୟ ଚିତ୍ତାକର୍ଷକ ଥିଲା। ତାଙ୍କ ଗୀତରେ ମନ୍ତ୍ରୀ ସାରକା ନାଚିଥିଲେ। ଚଇତି ମଞ୍ଚରେ ୯ ଜଣଙ୍କୁ ଚଇତି ସମ୍ମାନରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଜିଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଓପିଲିପ ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢୀ, ଡିଆଇପିଆର୍‌ଓ ବସନ୍ତ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

ସାନଖେମୁଣ୍ଡି ତହସିଲ କାର୍ଯ୍ୟାଳୟ ଆଗରେ ଗର୍ଜିଲେ ଚାଷୀ, ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ…

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ସାନଖେମୁଣ୍ଡି ଉନ୍ନୟନ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ  ମଙ୍ଗଳବାର ସ୍ଥାନୀୟ ତହସିଲ କାର୍ଯ୍ୟାଳୟ ସମ୍ମୁଖରେ...

ଆଇସିସି ମହିଳା ର଼୍ୟାଙ୍କିଙ୍ଗରେ ଦୀପ୍ତି ନମ୍ବର ଓ୍ବାନ୍‌

ଦୁବାଇ, ୩୦ା୧୨: ଆଇସିସି ଅନ୍ତର୍ଜାତୀୟ ଟି୨୦ ପ୍ଲେୟର୍ସ ର଼୍ୟାଙ୍କିଙ୍ଗ ତାଲିକାରେ ଭାରତର ବିସ୍ଫୋରକ ଓପନର ଶେଫାଳୀ ବର୍ମା ୬ଷ୍ଠ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଏହି ୨୧...

ବରଗଡ଼ ଧନୁଯାତ୍ରାରେ ମୁଖ୍ୟମନ୍ତ୍ରୀ: ହାତୀ ପିଠିରେ ବସି ବୁଲିଲେ ମଥୁରା ନଗରୀ

ମଥୁରାନଗରୀ,୩୦।୧୨(ପ୍ରେମାନନ୍ଦ ଖମାରୀ): ବିଶ୍ୱପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଙ୍ଗଳବାର ଅପରାହ୍ନରେ ମୁଖ୍ୟମନ୍ତ୍ରୀ ବିକାଶ ଗ୍ରାଉଣ୍ଡ ହେଲିପ୍ୟାଡରେ ପହଞ୍ଚିବା...

୩ ବର୍ଷ ଧରି ପାଇଲେ ଭଲ, ହେଲେ ବିବାହ ପାଇଁ କରିଦେଲେ ମନା; ଥାନାରେ ବିଷ ପିଇଦେଲେ ପ୍ରେମିକ…

ଆନନ୍ଦପୁର ୩୦।୧୨(ସୁଶାନ୍ତ କୁମାର ସାହୁ): ବିବାହ କରିବାକୁ ମନା କରିଦେଲା ପ୍ରେମିକା। ସହି ନ ପାରି ପ୍ରେମିକାଙ୍କ ଉପସ୍ଥିତିରେ ଥାନା ପରସରରେ ବିଷ ପିଇଦେଲେ ଯୁବକ।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri