ମନମୋହିଲା ଆଦିବାସୀ, ଓଡ଼ିଶୀ ନୃତ୍ୟ

ରାୟଗଡ଼ା ଅଫିସ/ରାୟଗଡ଼ା (ସ୍ବ.ପ୍ର.), ୨୧।୧: ରାୟଗଡ଼ା ଜିଲା ଲୋକ ମହୋତ୍ସବ ଚଇତି ତୃତୀୟ ସା ଥିଲା ଅତ୍ୟନ୍ତ ରୋଚକ। ଶୁକ୍ରବାର ରାୟଗଡ଼ା ବଜାର ଛୁଟି ଥିବାରୁ ଲୋକଙ୍କ ପ୍ରବଳ ସମାଗମ ହୋଇଥିଲା। ଜିଲାପାଳ ସ୍ବଧା ଦେବ ସିଂଙ୍କ ଅଧ୍ୟକ୍ଷତାରେ ଆୟୋଜିତ ତୃତୀୟ ସା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଅନୁସୂଚିତ ଜାତି ଓ ଜନଜାତି କଲ୍ୟାଣ ମନ୍ତ୍ରୀ ଜଗନ୍ନାଥ ସାରକା ଯୋଗଦେଇଥିଲେ। ବିଶିଷ୍ଟ ଅତିଥିଭାବେ ସ୍ବତନ୍ତ୍ର ଉନ୍ନୟନ ପରିଷଦ ରାଜ୍ୟ ଅଧ୍ୟକ୍ଷ ପ୍ରଦୀପ ମାଝି, ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଉପଦେଷ୍ଟା ସୁଧୀର ଦାସ, ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି, ରାୟଗଡ଼ା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନସୂୟା ମାଝି, କୋରାପୁଟ ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଚନ୍ଦ୍ରଶେଖର ମାଝି, ମାଲକାନଗିରି ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଆଦମା ରାବା, ବିଧାୟକ ମକରନ୍ଦ ମୁଦୁଲି, ପଛୁଆ ଜାତି ବିକାଶ ଉପଦେଷ୍ଟା ପୃଥୀରାଜ ସାହୁ, ଗୁଣପୁର ପୌରାଧ୍ୟକ୍ଷ ମମତା ଗୌଡ଼, ଗୁଡାରୀ ପଞ୍ଚାୟତ ସମିତି ଅଧ୍ୟକ୍ଷ ଲକ୍ଷ୍ମୀ ଶବର, ଚନ୍ଦ୍ରପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ କଇନ କିମ୍ବାକା, ରାୟଗଡ଼ା ଜିଲା ପରିଷଦ ଅଧ୍ୟକ୍ଷା ସରସ୍ବତୀ ମାଝି ସମ୍ମାନିତ ଅତିଥିଭାବେ ଉପସ୍ଥିତ ଥିଲେ। ଅତିଥିମାନେ ଅବିଭକ୍ତ କୋରାପୁଟ ଜିଲାର କଳା ଓ ସଂସ୍କୃତି ସମ୍ପର୍କରେ ଆଲୋକପାତ କରିଥିଲେ। ଓଡ଼ିଶୀନୃତ୍ୟର ତାଳରେ ଆରମ୍ଭ ହୋଇଥିଲା ତୃତୀୟ ସା। କୁନି କୁନି ପିଲା ଅତି ସୁନ୍ଦର ଭାବରେ ଓଡ଼ିଶୀ ନୃତ୍ୟ ପରିବେଷଣ କରିଥିଲେ। ଯାହା ହଜାର ହଜାର ଦର୍ଶକଙ୍କୁ ମନ୍ତ୍ରମୁଗ୍ଧ କରିଥିଲା। ଶୁକ୍ରବାର କୋଲକାତା ନୂପୁର କଳାକାର ଦ୍ବାରା ବଙ୍ଗଳା ଲୋକନୃତ୍ୟ, ଜଗତ୍‌ସିଂହପୁର ଜିଲାର ଘୋଡା ନାଚ, ଆଦିମ ଜନଜାତି ଲାଞ୍ଜିଆ ସୌରାଙ୍କ ପାରମ୍ପରିକ ନୃତ୍ୟ, ରାମନାଗୁଡା ଆଦର୍ଶ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ଦ୍ୱାରା କଥକ ନୃତ୍ୟ ପ୍ରଦର୍ଶନ ହୋଇଥିଲା। ଆଜିର ସନ୍ଧ୍ୟାର ସ୍ବତନ୍ତ୍ର ଆକର୍ଷଣ ଥିଲେ କଣ୍ଠଶିଳ୍ପୀ ଅସୀମା ପଣ୍ଡା। ଅସୀମା ଓ ସାଥୀଙ୍କ ଗୀତ ନୃତ୍ୟ ଚିତ୍ତାକର୍ଷକ ଥିଲା। ତାଙ୍କ ଗୀତରେ ମନ୍ତ୍ରୀ ସାରକା ନାଚିଥିଲେ। ଚଇତି ମଞ୍ଚରେ ୯ ଜଣଙ୍କୁ ଚଇତି ସମ୍ମାନରେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲାପାଳ ଧର୍ମାନନ୍ଦ ବେହେରା, ଜିଲା ମଙ୍ଗଳ ଅଧିକାରୀ ଅଶୋକ ଶତପଥୀ, ଜିଲା ଶିଶୁ ସୁରକ୍ଷା ଅଧିକାରୀ ରମେଶ ଚନ୍ଦ୍ର ନାୟକ, ଓପିଲିପ ପ୍ରକଳ୍ପ ପରିଚାଳକ ସୁଦର୍ଶନ ପାଢୀ, ଡିଆଇପିଆର୍‌ଓ ବସନ୍ତ ପ୍ରଧାନ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଗଣେଶ ପୂଜା-ନୂଆଁଖାଇ, ପୌରକେଲାରେ ସ୍ୱଚ୍ଛତା ଅଭିଯାନ

କର୍ଲାମୁଣ୍ଡା,୧୩।୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଳା ନୂଆଁଖାଇ ପର୍ବ ଅବସରରେ ପୌରକେଲା ଗ୍ରାମର ମା ସୁନାମୁଖୀ ଯୁବ ସଂଗଠନ ପକ୍ଷରୁ ରବିବାର ଏକ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?