Posted inଜାତୀୟ

ମାନ୍‌ ମୁଖ୍ୟମନ୍ତ୍ରୀ ନା କେଜରିଓ୍ବାଲଙ୍କ ପାଇଲଟ, ଶାହାଙ୍କ ପ୍ରଶ୍ନ…

ଗୁରୁଦାସପୁର,୧୮।୬ : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ରବିବାର ପଞ୍ଜାବର ଆମ ଆଦମୀ ପାର୍ଟି (ଏଏପି) ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କ ସହ ସିଏମ ଭଗଓ୍ବନ୍ତ ମନ ସାରା ସମୟ ବିତାଉଥିବାରୁ ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତି ଦିନକୁ ଦିନ ବିଗିଡି ଯାଉଛି। ନ୍‌ବେଳେବେଳେ ମନରେ ପ୍ରଶ୍ନ ଆସୁଛି ମାନ୍‌ ମୁଖ୍ୟମନ୍ତ୍ରୀ ନା କେଜରିଓ୍ବାଲଙ୍କ ପାଇଲଟ? ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ନଅ ବର୍ଷର ସମାପ୍ତି ପାଇଁ ଭାଜପାର ଜନସମ୍ପର୍କ ଅଭିଯାନର ଏକ ଅଂଶ ଭାବରେ ଏକ ରାଲିକୁ ସମ୍ବୋଧିତ କରି ଶାହା କହିଛନ୍ତି ମୁଁ ସାରା ଜୀବନରେ ଏଭଳି ଏଏପି ନେତୃତ୍ୱାଧୀନ ସରକାର ଦେଖି ନାହିଁ, ଯାହା ଖାଲି ପ୍ରତିଶୃତି ଦେଇଥାଏ।

ମାନ୍‌ଙ୍କ ପାଖରେ କେବଳ ଗୋଟିଏ କାମ ଅଛି। ଯଦି କେଜରିୱାଲଙ୍କୁ ଚେନ୍ନାଇ ଯିବାକୁ ପଡିବ, ତେବେ ସେ ବିମାନ ଯୋଗେ ଦିଲ୍ଲୀ ଯାଇ ଚେନ୍ନାଇକୁ ଯିବେ। ଯଦି କୋଲକାତା ଯିବାକୁ ପଡିବ, ତେବେ ମାନ୍‌ ଏକ ବିମାନ ନେଇ କୋଲକାତା ଯିବେ। ପଞ୍ଜାବ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା କେଜରିୱାଲଙ୍କ ଦେଶବ୍ୟାପୀ ଯାତ୍ରା ଆୟୋଜନ କରାଯାଉଛି। କେଜରିୱାଲଙ୍କ ଗସ୍ତରେ ତାଙ୍କର ସମସ୍ତ ସମୟ ବିତୁଛି। ଫଳସ୍ବରୂପ ପଞ୍ଜାବରେ ଆଇନ ଶୃଙ୍ଖଳା ପରିସ୍ଥିତି ଦିନକୁ ଦିନ ଖରାପ ହେବାରେ ଲାଗିଛି।

ରାଜ୍ୟରେ ଲୋକମାନେ ସୁରକ୍ଷିତ ନୁହଁନ୍ତି। ଡ୍ରଗ୍ସ କାରବାର ବୃଦ୍ଧି ପାଉଥିବାବେଳେ ମୁଖ୍ୟମନ୍ତ୍ରୀଙ୍କ ପାଖରେ ଏଥିପାଇଁ କିମ୍ବା ଚାଷୀଙ୍କ ସମସ୍ୟା ପାଇଁ ସମୟ ନାହିଁ।

ଏଏପି ରାଜ୍ୟର ପ୍ରତ୍ୟେକ ମହିଳାଙ୍କୁ ୧୦୦୦ ଟଙ୍କା ଦେବାକୁ ପ୍ରତିଶ୍ରୁତି ଦେଇଥିଲେ, କିନ୍ତୁ ସେମାନେ ଏପର୍ଯ୍ୟନ୍ତ ଅପେକ୍ଷା କରି ରହିଛନ୍ତି। ସେ ଟଙ୍କା ମିଳିବ କେବେ ବୋଲି ଶାହା ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନର ମୁଖ୍ୟମନ୍ତ୍ରୀ ହେଲେ ବୁମ୍‌ରା! VIDEOରୁ ଖୋଲିଲା ରାଜ୍‌

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ଷ୍ଟାର ଫାଷ୍ଟ ବୋଲର ଜସପ୍ରୀତ ବୁମରାଙ୍କୁ IPL 2026 ସମୟରେ ଗୋଟିଏ ଦିନ ପାଇଁ ମୁଖ୍ୟମନ୍ତ୍ରୀ ହେବାର ଦେଖାଯାଇଥିଲା। ସେ ବଲିଉଡ…

ଆଣ୍ଡାମାନ ଛୁଇଁଲା ମୌସୁମୀ: ଜୁନ ୧ ସୁଦ୍ଧା…

ନୂଆଦିଲ୍ଲୀ,୧୬।୫: ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ ଶନିବାର ଆଣ୍ଡାମାନ ଛୁଇଁଛି। ଦକ୍ଷିଣପୂର୍ବ ଆରବ ସାଗରରେ ମଧ୍ୟ ମୌସୁମୀ ଅଗ୍ରସର ହେଉଥିବା ଜଣାପଡ଼ିଛି। ଦକ୍ଷିଣପୂର୍ବ ଓ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ମଧ୍ୟ…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri