ଖୁବ୍‌ଶୀଘ୍ର ମହାକାଶକୁ ଯିବ ମାନବ ଯାନ: ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ,୨୪ା୮: ଚନ୍ଦ୍ରୟାନ-୩ର ସଫଳତା ପରେ ଇସ୍ରୋ ମୁଖ୍ୟ ଏସ. ସୋମନାଥ ଖୁସି ବ୍ୟକ୍ତ କରିଛନ୍ତି। ସେ କହିଛନ୍ତି, ଏହାକୁ କିପରି ବର୍ଣ୍ଣନା କରିବି ମୋ’ ପାଖରେ ଶବ୍ଦ ନାହିଁ। ଏହା ସହିତ ସେ ସ୍ପେସ୍‌ ଏଜେନ୍ସିର ପରବର୍ତ୍ତୀ ମିଶନ ବିଷୟରେ କହିଥିଲେ। ସୋମନାଥ କହିଛନ୍ତି, ବର୍ତ୍ତମାନ ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌-୧ ପ୍ରସ୍ତୁତ ଏବଂ ଏହା ଆରମ୍ଭ ହେବାକୁ ଯାଉଛି।

ସୂର୍ଯ୍ୟ ମିଶନ ଆଦିତ୍ୟ ଏଲ୍‌-୧ କେବେ ଲଞ୍ଚ ହେବ ସୋମନାଥଙ୍କୁ ପଚାରିବାରୁ ସେ କହିଥିଲେ, ଏହା ପ୍ରସ୍ତୁତ ଏବଂ ଆରମ୍ଭ ହେବାକୁ ଯାଉଛି। ଏହି ମିଶନ ସୂର୍ଯ୍ୟଙ୍କ ନିକଟରେ ପହଞ୍ଚିବା ପାଇଁ ଏକ ମିଶନ ଏବଂ ସେପ୍ଟେମ୍ବର ପ୍ରଥମ ସପ୍ତାହରେ  ଆରମ୍ଭ ହେବ। ସେ କହିଛନ୍ତି, ଲଞ୍ଚ ହେବା ପରେ ଏହି ଯାନ ଗନ୍ତବ୍ୟ ସ୍ଥଳ ଏଲ୍‌-୧ରେ ପହଞ୍ଚିବାକୁ ଅନେକ ଦିନ ଲାଗିବ।

ସୋମନାଥ ଆହୁରି ମଧ୍ୟ କହିଛନ୍ତି, ଆମେ ମଧ୍ୟ ‘ଗଗନୟାନ’ ପାଇଁ ପ୍ରସ୍ତୁତ ହେଉଛୁ। କ୍ରୁ ମଡ୍ୟୁଲ ଏବଂ କ୍ରୁ ଏସ୍କେପ୍‌ ଦକ୍ଷତା ପ୍ରଦର୍ଶନ କରିବାକୁ ଆମେ ବୋଧହୁଏ ସେପ୍ଟେମ୍ବର କିମ୍ବା ଅକ୍ଟୋବର ଶେଷ ସୁଦ୍ଧା ଏକ ମିଶନ ଆରମ୍ଭ କରିବୁ। ଆମେ ମ୍ୟାନ୍‌ ମିଶନ ଅର୍ଥାତ୍‌ ମାନବ ମିଶନ ପୂର୍ବରୁ ଆହୁରି ଅନେକ ପରୀକ୍ଷା ମିଶନ କରିବାକୁ ଯାଉଛୁ । ଅନେକ ମିଶନ ପରେ ଆମେ ୨୦୨୫ରେ ମାନବ ମିଶନ ଆରମ୍ଭ କରିବୁ ଯେଉଁଥିରେ ମାନବ ଯାନ ମହାକାଶକୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ସମୁଦ୍ର ତଟକୁ ସ୍ବଚ୍ଛ ରଖିବା ପାଇଁ ପ୍ରୟାସ, ବରୁଣ ଦେବତାଙ୍କୁ ବନ୍ଦାପନା କରି…

ମହାକାଳପଡ଼ା,୧୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ପୁରାଣରେ ବର୍ଣ୍ଣିତ ସମୁଦ୍ରକୂ ବରୁଣ ଦେବତା ରୂପେ ପୂଜା କରାଯାଏ। ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଶାସନ…

ଉପ-ନିର୍ବାଚନକୁ ନେଇ ମମତାଙ୍କୁ ବଡ଼ ଆଶ୍ୱସ୍ତି; ଏହି ଆସନରେ ହେଲା ଟୁଇଷ୍ଟ

କୋଲକାତା,୧୯।୯: ରେଜିନଗର ବିଧାନସଭା ଉପ-ନିର୍ବାଚନ ପାଇଁ ମମତା ବାନାର୍ଜୀଙ୍କ ଶିବିରର ପ୍ରାର୍ଥୀ ରବିଉଲ ଆଲାମ ଚୌଧୁରୀଙ୍କ ନାମାଙ୍କନକୁ ନେଇ ଶନିବାର ଏକ ନୂଆ ରାଜନୈତିକ ମୋଡ଼ ସାମ୍ନାକୁ…

ଡେଙ୍ଗୁ ରୋଗୀଙ୍କ ପାଇଁ ହସ୍ପିଟାଲରେ ମିଳୁନି ସ୍ଥାନ, ଚଟାଣରେ ଚାଲିଛି ଚିକିତ୍ସା; ୧୮ ଦିନରେ ୭୯ ମୃତ୍ୟୁ

ଢାକା,୧୯।୯: ବର୍ତ୍ତମାନ ବାଂଲାଦେଶ ଏକ ଭୟଙ୍କର ଡେଙ୍ଗୁ ପ୍ରକୋପର ସାମ୍ନା କରୁଛି। ରାଜଧାନୀ ଢାକା ଏବଂ ଏହାର ଆଖପାଖ ଅଞ୍ଚଳରେ ଏହି ରୋଗ ଦ୍ରୁତ ଗତିରେ ବ୍ୟାପୁଥିବାରୁ…

ଦୁଇ ମୋଟରସାଇକେଲ ମୁହାଁମୁହିଁ, ଶିକ୍ଷକ ଗୁରୁତର ହୋଇ…

ପଟ୍ଟାଙ୍ଗି,୧୯ା୯(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ପଡାଲଗୁଡ଼ା ଛକ ନିକଟରେ ଦୁଇ ମୋଟରସାଇକେଲ ମୁହାଁମୁହିଁ ଧକ୍କା ହେବା ଫଳରେ ବିଦ୍ୟାଳୟକୁ ଯାଉଥିବା ଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?